ପଦ୍ମିନୀ କେୟାର ହସ୍ପିଟାଲ ଉଦ୍‌ଘାଟିତ

କଟକ ଅଫିସ, ୮ା୮: ପଦ୍ମିନୀ ରଥଙ୍କ ୬ଷ୍ଠ ଶ୍ରାଦ୍ଧବାର୍ଷିକୀ ଅବସରରେ କଟକ ଜିଲା ଟାଙ୍ଗୀସ୍ଥିତ ଡ୍ରିମ୍‌ସ ପରିସରରେ ସ୍ଥାପିତ ୪୦୦ ଶଯ୍ୟା ବିଶିଷ୍ଟ ମଲ୍ଟିସ୍ପେଶିଆଲିଟି ପଦ୍ମିନୀ କେୟାର ହସ୍ପିଟାଲ ଶନିବାର ଉଦ୍‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ଏହାକୁ ଉଦ୍‌ଘାଟନ କରି ହସ୍ପିଟାଲର ପ୍ରତିଷ୍ଠାତା, କାର୍ଯ୍ୟରତ ଡାକ୍ତର ଓ କର୍ମଚାରୀଙ୍କୁ ଅଭିନନ୍ଦନ ଜଣାଇଥିଲେ। ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଜନସାଧାରଣଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବା କ୍ଷେତ୍ରରେ ପଦ୍ମିନୀ କେୟାର ହସ୍ପିଟାଲ ବିଶେଷ ଭୂମିକା ଗ୍ରହଣ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ। ସେ କହିଥିଲେ, ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି ଉନ୍ନତି ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ଘରୋଇ ଉଦ୍ୟମରେ ଏଭଳି ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥାପନ ଦ୍ୱାରା ଆମ ଲୋକ ଅଧିକ ଉପକୃତ ହେବେ। ଡ୍ରିମ୍ସ ଅଧ୍ୟକ୍ଷ ପ୍ରମୋଦ ଚନ୍ଦ୍ର ରଥଙ୍କ ପୌରୋହିତ୍ୟରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇନମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଗ୍ରାମାଞ୍ଚଳରେ ଏଭଳି ଏକ ଉନ୍ନତମାନର ହସ୍ପିଟାଲ ସ୍ଥାପନ ଅତ୍ୟନ୍ତ ଗୌରବର ବିଷୟ। ମୁଖ୍ୟମନ୍ତ୍ରୀଙ୍କ ନିରନ୍ତର ପ୍ରଚେଷ୍ଟା ଓ ପଦକ୍ଷେପ ଦ୍ୱାରା ରାଜ୍ୟର ସରକାରୀ ଡାକ୍ତରଖାନାରେ ମାଗଣାରେ ଚିକିତ୍ସା ସୁବିଧା ଉପଲବ୍ଧ ହୋଇପାରିଛି। ଏଥିରେ ସମ୍ମାନିତ ଅତିଥି ଭାବେ ସାଲେପୁର ବିଧାୟକ ପ୍ରଶାନ୍ତ କୁମାର ବେହେରା, ଜିଲାପାଳ ଭବାନୀ ଶଙ୍କର ଚୟନୀ, ଡିଏମ୍‌ଇଟି ପ୍ରଫେସର ସିବିକେ ମହାନ୍ତି, ପ୍ରଫେସର ପ୍ରସନ୍ନ କୁମାର ଦାଶ, ସହକାରୀ ଡିଏମ୍‌ଇଟି ଡା. ବ୍ରଜକିଶୋର ଦାସ ବକ୍ତବ୍ୟ ପ୍ରଦାନ କରିଥିଲେ। ହସ୍ପିଟାଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡା. ଜ୍ୟୋତି ପ୍ରକାଶ ପରିଜା ସ୍ବାଗତ ଭାଷଣ ଓ ଡ୍ରିମ୍‌ସ ଶିକ୍ଷାନୁଷ୍ଠାନ ସମୂହର ପ୍ରଶାସନିକ ନିର୍ଦ୍ଦେଶକ ବଳରାମ କର ଧନ୍ୟବାଦ ଦେଇଥିଲେ। ପ୍ରାଧ୍ୟାପିକା ଡ. କ୍ରିଷ୍ଣାପ୍ରଦା ଦାଶ ଓ ଲୀନା ପଟ୍ଟନାୟକ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଏଥିରେ ହସ୍ପିଟାଲର ଅଧ୍ୟକ୍ଷ ଇଂ. ଦୁର୍ଗାପ୍ରସାଦ ରଥ, ପ୍ରଫେସର ପୂର୍ଣ୍ଣଚନ୍ଦ୍ର ମହାପାତ୍ର, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ସତ୍ୟବ୍ରତ ଛୋଟରାୟ, ଅତିରିକ୍ତ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଉମେଶ ରାୟ, ଡା. ଶକ୍ତିପ୍ରସାଦ ସାହୁ, ଅବସରପ୍ରାପ୍ତ ପ୍ରଶାସକ ପ୍ରଫୁଲ୍ଲ ଚନ୍ଦ୍ର ରଥ ଓ ପ୍ରଦୀପ୍ତ ଚନ୍ଦ୍ର ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri