Posted inଖେଳ

ଅର୍ଜୁନ ପାଇଁ ପଦ୍ମିନୀ ରାଉତଙ୍କ ନାମ ସୁପାରିସ

ଚେନ୍ନାଇ, ୨ା୭(ପି.ଟି.)-ସର୍ବଭାରତୀୟ ଚେସ୍‌ ମହାସଂଘ (ଏଆଇସିଏଫ୍‌) ସମ୍ମାନଜନକ ରାଜୀବ ଗାନ୍ଧୀ ଖେଳରନତ୍ ପୁରସ୍କାର ପାଇଁ ବର୍ତ୍ତମାନ ବିଶ୍ୱ ରାପିଡ୍‌ ଚେସ୍‌ ଚାମ୍ପିୟନ କୋନେରୁ ହମ୍ପିଙ୍କ ନାମ ସୁପାରିସ କରିଥିବାବେଳେ ଓଡ଼ିଶାର ପଦ୍ମିନୀ ରାଉତଙ୍କ ସମେତ ଅନ୍ୟ ୬ଜଣଙ୍କ ନାମ ଅର୍ଜୁନ ପୁରସ୍କାର ପାଇଁ ସୁପାରିସ କରିଛି। ୩୪ ବର୍ଷୀୟା ହମ୍ପି ବର୍ତ୍ତମାନ ବିଶ୍ୱର ୩ ନମ୍ବର ର଼୍ୟାଙ୍କିଙ୍ଗପ୍ରାପ୍ତ ଖେଳାଳି। ସେ ଆସନ୍ତା ବର୍ଷ ଫିଡେ ମହିଳା କ୍ୟାଣ୍ଡିଡେଟ୍ସ ଇଭେଣ୍ଟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ୨୦୨୦ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡ୍‌ ଜିତିଥିବା ଭାରତୀୟ ଦଳର ସେ ଅନ୍ୟତମ ସଦସ୍ୟ ଥିଲେ। ହମ୍ପିି ପୂର୍ବରୁ ଅର୍ଜୁନ ପୁରସ୍କାର ଓ ପଦ୍ମଶ୍ରୀ ଜିତିସାରିଛନ୍ତି। ଅର୍ଜୁନ ପୁରସ୍କାର ପାଇଁ ପଦ୍ମିନୀଙ୍କ ବ୍ୟତୀତ ସୁପାରିସ ହୋଇଥିବା ଅନ୍ୟ ଖେଳାଳିମାନେ ହେଲେ ଭିଦିତ୍‌ ଗୁଜରାଠୀ, ବି. ଅଧିବନ, ଏସ୍‌.ପି. ସେଥୁରମଣ, ଏମ୍‌.ଆର୍‌. ଲଳିତବାବୁ ଓ ଭକ୍ତି କୁଲକର୍ନୀ। ଗତବର୍ଷ ଅନ୍‌ଲାଇନ୍‌ ଚେସ୍‌ ଅଲିମ୍ପିଆଡ୍‌ରେ ସ୍ବର୍ଣ୍ଣ ଜିତିଥିବା ଭାରତୀୟ ଦଳର ଅଧିନାୟକତ୍ୱ କରିଥିଲେ ୨୬ବର୍ଷୀୟ ଗୁଜରାଠୀ। ଏହାଛଡ଼ା ଗ୍ରାଣ୍ଡମାଷ୍ଟର ତଥା ବିଶିଷ୍ଟ କୋଚ୍‌ ଅଭିଜିତ୍‌ କୁନ୍ତେଙ୍କ ନାମ ମେଜର ଧ୍ୟାନଚାନ୍ଦ ପୁରସ୍କାର ପାଇଁ ସୁପାରିସ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ମେସି, ରୋନାଲ୍ଡୋଙ୍କ କ୍ଲବରେ ସାମିଲ ହେଲେ ଏହି ମହାନ ଗୋଲକିପର, ଜାଣନ୍ତୁ…

ମେକ୍ସିକୋ ସିଟି,୨୫ା୬: ମେକ୍ସିକୋର ଭେଟେରାନ ଗୋଲକିପର ଗୁଇଲେର୍ମୋ ଓଚୋଆ ଫିଫା ବିଶ୍ୱକପ୍‌ ଇତିହାସରେ ତୃତୀୟ ଖେଳାଳି ଭାବେ ଷଷ୍ଠ ବିଶ୍ୱକପ୍‌ ଖେଳିଛନ୍ତି। ତାଙ୍କ ଭଳି ଚଳିତ ସଂସ୍କରଣରେ…

କାନାଡ଼ାକୁ ହରାଇ ଗ୍ରୁପ୍‌-ବି’ ଶୀଷର୍ର୍ରେ ସୁଇଜରଲାଣ୍ଡ

ଭାଙ୍କୋଭର,୨୫ା୬: ରୁବେନ ଭର୍ଗାସ ଓ ଜୋହାନ ମାଜାମ୍ବିଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ୨-୧ ଗୋଲରେ କାନାଡାକୁ ପରାସ୍ତ କରିଛି। ଏହି ବିଜୟ ସହ ସୁଇଜରଲାଣ୍ଡ ଗ୍ରୁପ୍‌-ବି’ ଟପ୍ପର…

VIDEO: କିଏ ଏହି ଅଭିନେତ୍ରୀ, ଯାହାଙ୍କୁ ରାତାରାତି ଫେମଶ କରିଦେଲା FIFA ଓ୍ବାର୍ଲଡ କପ

ନୂଆଦିଲ୍ଲୀ,୨୫।୬: ୨୦୨୬ ଫିଫା ବିଶ୍ୱକପରେ ଖେଳାଳିମାନେ ପଡ଼ିଆରେ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରୁଥିବା ବେଳେ, ଷ୍ଟାଣ୍ଡରେ କିଛି ପ୍ରଶଂସକ ମଧ୍ୟ ଚର୍ଚ୍ଚାର ବିଷୟ ପାଲଟିଛନ୍ତି। ଦର୍ଶକଙ୍କ ମଧ୍ୟରେ,…

ଆୟରଲ୍ୟାଣ୍ଡ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଶ୍ରେୟସ ଆୟର ପୋଷ୍ଟ କଲେ ଦ୍ୱିତୀୟ ଜନ୍ମର ତାରିଖ, ବଢ଼ିଲା ଚର୍ଚ୍ଚା                                                          

ନୂଆଦିଲ୍ଲୀ,୨୫।୬: ଭାରତୀୟ ଟି-୨୦ କ୍ରିକେଟ ଦଳର ନୂଆ ଅଧିନାୟକ ଶ୍ରେୟସ ଆୟରଙ୍କ ନେତୃତ୍ୱରେ ଜୁନ ୨୬ ରେ ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ପ୍ରଥମ ମ୍ୟାଚ୍‌ ଖେଳିବାକୁ…

କେବଳ କ୍ରିକେଟରେ ନୁହେଁ ବ୍ୟବସାୟରେ ମଧ୍ୟ ଖୁବ ଆଗରେ ବିରାଟ କୋହଲି; ଜାଣନ୍ତୁ BCCI ବ୍ୟତୀତ କେତେ ରୋଜଗାର କରନ୍ତି…

ନୂଆଦିଲ୍ଲୀ,୨୫।୬: ବିଶ୍ୱର ସବୁଠାରୁ ସଫଳ ଏବଂ ପ୍ରସିଦ୍ଧ କ୍ରିକେଟରଙ୍କ ମଧ୍ୟରୁ ଜଣେ ବିରାଟ କୋହଲି ଥରେ ମନ୍ତବ୍ୟ ଦେଇଥିଲେ ଯେ ସେ ବ୍ୟବସାୟ ବିଷୟରେ କିଛି ଜାଣି…

ବିବାହରେ ଧୋନି, କୋହଲି, ରୋହିତଙ୍କୁ କାହିଁକି ନିମନ୍ତ୍ରଣ କଲେ ନାହିଁ ଆକାଶ ଦୀପ? ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୬: କାଶୀରେ ଭାରତୀୟ ଦଳର ଦ୍ରୁତ ବୋଲର ଆକାଶ ଦୀପ ଅକ୍ଷିତାଙ୍କ ସହିତ ବୁଧବାର ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହ ଉତ୍ସବ ଏକ ଆନନ୍ଦଦାୟକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri