କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି । ଥାନା ଅଧିନ ହାତିବାରି ପଞ୍ଚାୟତର ଦେବତୀଗୁଡା ଗ୍ରାମ ପାର୍ଶ୍ଵ ଜଙ୍ଗଲରେ ଚଢ଼ାଉ କରି ଚାଲାଣ ପାଇଁ ଗଚ୍ଛିତ ୨୨୧୯ କିଲୋ ଗଞ୍ଜେଇ ଜବତ କରିଛି ପୋଲିସ। ତେବେ ପୋଲିସକୁ ଦେଖି ଗଞ୍ଜେଇ ସଂଗ୍ରହ ଓ ଚାଲାଣକାରୀ ଖସି ପଳାଇଛନ୍ତି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ୧୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହେବ ବୋଲି ଥାନା ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନନ୍ଦପୁର ଉପଖଣ୍ଡ ପୋଲିସ ଅଧିକାରୀ (ଏସଡିପିଓ) ଦେବେନ୍ଦ୍ର କୁମାର ମଲ୍ଲିକ ସୂଚନା ଦେଇଛନ୍ତି ।
ତାଙ୍କ ସୂଚନା ମୁତାବକ ଗୁଇନ୍ଦା ସୂଚନା ଆଧାରରେ ଥାନାଧିକାରୀ ଅଶୋକ କୁମାର ବିଶୋଇ ଓ ଏସଆଇ ସୁରେନ୍ଦ୍ର ସେଠୀଙ୍କ ନେତୃତ୍ଵାଧୀନ ପାଡୁଆ ପୋଲିସ ଟିମ୍ ବୁଧବାର ରାତିରେ ଦେବତୀଗୁଡା ଜଙ୍ଗଲରେ ଚଢ଼ାଉ କରିଥିଲେ। ଜଙ୍ଗଲ ମଧ୍ୟରେ ୧୮୦ ଗୋଟି ଜରି ବସ୍ତାରେ ଭର୍ତ୍ତି ପାଲ ଘୋଡ଼ା ହୋଇ ରହିଥିବା ଗଞ୍ଜେଇ ଦେଖିବାକୁ ପାଇଥିଲେ। ସମସ୍ତ ଗଞ୍ଜେଇକୁ ଥାନାକୁ ଅଣାଯାଇଥିଲା। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବସ୍ତା ଖୋଲି ଓଜନ କରିବାରେ ସମୁଦାୟ ୨୨୧୯ କିଲୋ ଗଞ୍ଜେଇ ଥିବା ଜଣା ପଡ଼ିଥିଲା। ଥାନା କେସ ନ ୪୦/୨୦୨୬ ପ୍ରକାରେ ମାମଲା ରୁଜୁ କରାଯାଇ ତଦନ୍ତ ଏସଆଇ ଦୀପକ ବାରିକ କରୁଥିବା ଏସଡିପିଓ ମଲ୍ଲିକ ସୂଚନା ଦେଇଛନ୍ତି। ଚଢ଼ାଉରେ ସାମିଲ ପାଡୁଆ ପୋଲିସକୁ ପ୍ରଶଂସା କରିଛନ୍ତି । ଅତିଶୀଘ୍ର ପାଡୁଆ ପୋଲିସ ଗଞ୍ଜେଇ ସଂଗ୍ରହ ଓ ଚାଲାଣକାରୀଙ୍କୁ ଠାବ କରାଯିବ ବୋଲି ସୂଚନା ଦିଆଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri