ପାକିସ୍ତାନ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ

ଇସ୍‌ଲାମାବାଦ,୧୫ ।୯: ପାକିସ୍ତାନ ବାୟୁସେନାର ଏକ ବିମାନ ମଙ୍ଗଳବାର ଦୁର୍ଘଟଣାଗ୍ରସ୍ତ ହୋଇଛି । ପାକିସ୍ତାନ ଗଣମାଧ୍ୟମର ସୂଚନା ଅନୁଯାୟୀ, ନିୟମିତ ପ୍ରଶିକ୍ଷଣ ସମୟରେ ବିମାନଟି ଆଟୋକର ପିଣ୍ଡିଘେବ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏଥିରେ ପାଇଲଟ ସୁରକ୍ଷିତ ଭାବେ ବାହାରି ଆସିଛନ୍ତି । ତେବେ ଦୁର୍ଘଟଣାରେ କୌଣସି କ୍ଷତି ହୋଇ ନ ଥିବା ସୂଚନା ମିଳିଛି । ତେବେ ବିମାନ ଦୁର୍ଘଟଣାର ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି । ଡନ୍‌ର ରିପୋର୍ଟ ଅନୁଯାୟୀ, ଚଳିତ ବର୍ଷ ଏହାକୁ ମିଶାଇ ୫ ଥର ବାୟୁସେନାର ବିମାନ ଦୁର୍ଘଟଣାଗ୍ରସ୍ତ ହେଲାଣି । ପ୍ରଥମେ ମାର୍ଚ୍ଚ ୨୩ରେ ବାୟୁସେନାର ଏକ ବିମାନ ଇସ୍‌ଲାମାବାଦର ଶାକରପାରିଆନରେ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣେ ୱିଙ୍ଗ କମାଣ୍ଡରଙ୍କ ମୃତ୍ୟୁ ହୋଇଥିଲା । ସେହିଭଳି ଫେବୃୟାରୀ ୧୨ରେ ଏକ ପ୍ରଶିକ୍ଷଣ ବିମାନ ନିୟମିତ ପ୍ରଶିକ୍ଷଣ ସମୟରେ ଖେବର ପଖତୁନୱାର ତଖତ ଭାଇରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ସେହିପରି ଲାହୋର ମୁଲତାନ ମୋଟରୱେରେ ଦୁର୍ଘଟଣା ହୋଇଥିବା ବାୟୁସେନାର ପ୍ରଶିକ୍ଷଣ ବିମାନରୁ ମଧ୍ୟ ୨ ପାଇଲଟ ସୁରକ୍ଷିତ ଭାବେ ବାହାରି ଆସିଥିଲେ । ହେଲେ ଜାନୁୟାରୀରେ ମେନୱାଲିରେ ଯେଉଁ ପାକିସ୍ତାନ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ସେଥିରେ ୨ ପାଇଟଙ୍କ ମୃତ୍ୟୁ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍‌ ପରେ କମାଣ୍ଡର କହିଲେ…

କେପ୍‌ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍‌-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri