Posted inଜାତୀୟ

ପିଏଏଫଏଫ ଆତଙ୍କବାଦୀ ସଂଗଠନ ଘୋଷିତ…

ନୂଆଦିଲ୍ଲୀ,୭।୧ : କେନ୍ଦ୍ର ସରକାର ଜୈଶ-ଇ-ମହମ୍ମଦ ସହ ଜଡିତ ପିପୁଲ୍ସ ଆଣ୍ଟି ଫାସିଷ୍ଟ ଫ୍ରଣ୍ଟ (ପିଏଏଫଏଫ) ଏବଂ ଏହାର ସମସ୍ତ ଅନୁବନ୍ଧିତ ଗୋଷ୍ଠୀକୁ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରିଛନ୍ତି। ବେଆଇନ କାର୍ଯ୍ୟକଳାପ ପ୍ରତିରୋଧ ଅଧିନିୟମ ୧୯୬୭ ଅନୁଯାୟୀ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହି ପଦକ୍ଷେପ ନେଇଛି।

ଗତ ବର୍ଷ ଜମ୍ମୁ-କଶ୍ମୀରର ରାଜୌରୀରେ ଏକ ସେନା ଶିବିରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପାଇଁ ପିଏଏଫଏଫ ଦାୟୀ ବୋଲି ଦାବି କରିଥିଲା। ଏହି ଆକ୍ରମଣରେ ୪ଜଣ ଯବାନ ଶହୀଦ ହୋଇଥିଲେ। ସୁରକ୍ଷା ବାହିନୀ ମଧ୍ୟ ଦୁଇ ଆତଙ୍କବାଦୀଙ୍କୁ ଏନକାଉଣ୍ଟର କରିଥିଲେ।

ଏହାପୂର୍ବରୁ ଗୁରୁବାର ଦିନ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଲଶ୍କର ସହ ଜଡିତ ଏକ ସଂଗଠନ ଟିଆରଏଫକୁ ମଧ୍ୟ ନିଷିଦ୍ଧ ଘୋଷଣା କରିଥିଲେ। ଏହି ସଂଗଠନ ଜମ୍ମୁ-କଶ୍ମୀରରେ ଅନେକ ଟାର୍ଗେଟ ହତ୍ୟାକାଣ୍ଡରେ ଜଡିତ ଅଛି। ଟିଆରଏଫ ଏବଂ ପିଏଏଫଏଫ ପୂର୍ବରୁ ଅନ୍ୟ ୪୨ ସଂଗଠନ ଗୋଷ୍ଠୀ ଆତଙ୍କବାଦୀ ସଂଗଠନ ତାଲିକାରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଫଳରେ ନିଷିଦ୍ଧ ଆତଙ୍କବାଦୀ ସଂଗଠନଗୁଡିକ ସଂଖ୍ୟା ଏବେ ୪୪କୁ ବୃଦ୍ଧି ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ବଡ଼ ଖୁଲାସା, ସକାଳୁ କାହିଁକି ହୁଏ ହାର୍ଟଆଟାକ୍….

ନୂଆଦିଲ୍ଲୀ,୨୨।୧୨: ସକାଳ ସମୟ ହୃଦୟ ପାଇଁ ଏକ ବିଶେଷ ବିପଦପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ସକାଳେ ହୃଦଘାତର ସଂଖ୍ୟା ଅଧିକ ଥାଏ । ବିଶେଷକରି...

ଏକାଠି ଜିଇଁବା ଏକାଠି ମରିବା….ସ୍ବାମୀ ମୃତ୍ୟୁର ୬ ଘଣ୍ଟା ପରେ ଦୁନିଆରୁ ବିଦାୟ ନେଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୨।୧୨: କୁହାଯାଏ ଯେ ପ୍ରକୃତ ପ୍ରେମ ଜୀବନସାରା ରହିଥାଏ । ସମସ୍ତିପୁର ଜିଲ୍ଲାର ରୋସେରାର ଏହି ହୃଦୟ ବିଦାରକ ଘଟଣା ଏହାର ପ୍ରମାଣ ଦେଉଛି ।...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ନୂଆ ବର୍ଷ ଆରମ୍ଭରୁ ବଦଳିଯିବ ଏସବୁ ନିୟମ: ସାଧାରଣ ଲୋକଙ୍କ ପକେଟ୍‌ ଉପରେ ପଡିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୨: ଡିସେମ୍ବର ମାସ ଆଉ କିଛି ଦିନ ପରେ ଚାଲିଯିବ, ଏବଂ ନୂତନ ବର୍ଷ ଆସିବ। ଏହା ସହିତ, ନିୟମାବଳୀରେ ଅନେକ ପରିବର୍ତ୍ତନ ଦେଖାଯିବ ଯାହା...

ରାଜନୀତିକୁ ସରଗରମ କରୁଛି ଲୁଲୁ-ବୁଲୁଙ୍କ ବୟାନବାଜି

ଭଦ୍ରକ,୨୨।୧୨(ସନାତନ ରାଉତ):ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ(ଲୁଲୁ) ଓ କଂଗ୍ରେସର ଯୁବନେତା ଅସିତ୍‌ ପଟ୍ଟନାୟକ(ବୁଲୁ)ଙ୍କ ବୟାନବାଜି ଭଦ୍ରକ ରାଜନୀତିକୁ ସରଗରମ କରୁଛି। ଲୁଲୁ...

ବାଂଲାଦେଶରେ ହାଦିଙ୍କ ପରେ ଏବେ ସିକଦରଙ୍କୁ ହତ୍ୟା, ମୁଣ୍ଡରେ ଗୁଳି ମାରି…

ନୂଆଦିଲ୍ଲୀ,୨୨।୧୨:  ବାଂଲାଦେଶରେ ନିର୍ବାଚନ ଘୋଷଣା ପରେ ରାଜନୈତିକ ହତ୍ୟାର ଘଟଣା ଜାରି ରହିଛି ।ଇକବାଲ ଫୋରମର ଓସମାନ ହାଦିଙ୍କ ପରେ ଅପରାଧୀମାନେ ଏବେ ଖୁଲନାରେ ମୋତାଲେବ...

ପ୍ରଶଂସକଙ୍କୁ ଖୁସି ଖବର ଦେଲେ ପ୍ରିୟଙ୍କା

ବଲିଉଡ୍‌ ପରେ ଆଜିକାଲି ହଲିଉଡ୍‌ରେ ରାଜ୍‌ କରୁଛନ୍ତି ପିସି ଓରଫ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା। ହଲିଉଡ୍‌ରେ ସେ ଯେତେ ପ୍ରୋଜେକ୍ଟ କାମ କରନ୍ତୁ ନା...

Moscow Bomb Blast: ଭ୍ଲାଦିମିର ପୁଟିନଙ୍କୁ ବଡ଼ ଝଟକା! ମସ୍କୋ କାର ବୋମା ବିସ୍ଫୋରଣରେ ରୁଷିଆ ଜେନେରାଲଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୨।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଏକ ବଡ଼ ଝଟକା ଲାଗିଛି। ଭ୍ଲାଦିମିର ପୁଟିନଙ୍କ ସେନାର ଅପରେସନାଲ୍ ଟ୍ରେନିଂ ବିଭାଗର ମୁଖ୍ୟ ଲେଫ୍ଟନାଣ୍ଟ ଜେନେରାଲ ଫାନିଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri