Posted inଜାତୀୟ

Pahalgam Attack: ସମ୍ପୃକ୍ତ ୨ ଆାତଙ୍କବାଦୀଙ୍କ ଘର ଧ୍ୱଂସ କରିଦେଲା ଭାରତୀୟ ସେନା

ଶ୍ରୀନଗର,୨୭।୪: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ କଶ୍ମୀରରେ ଥିବା ଆତଙ୍କବାଦୀ ଓ ସେମାନଙ୍କ ସମର୍ଥକମାନଙ୍କୁ ଧରିବା ପାଇଁ ବ୍ୟାପକ ଚଢ଼ାଉ ଜାରି ରହିଛି। କେତେଜଣ ଆତଙ୍କବାଦୀଙ୍କ ଘର ଭଙ୍ଗାଯିବା ସହ ସେମାନଙ୍କ ସୁରକ୍ଷିତ ଆଡ୍ଡା ଉପରେ ଚଢ଼ାଉ କରାଯାଇ ଶତାଧିକ ସହାୟକଙ୍କୁ ଅଟକ ରଖାଯାଇଛି।

ଗତ ମଙ୍ଗଳବାର ଆତଙ୍କବାଦୀମାନେ ପହଲଗାମ୍‌ର ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳ ବୈସରନରେ ଆକ୍ରମଣ କରି ୨୬ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ସୁରକ୍ଷା ବଳ ସମଗ୍ର ଉପତ୍ୟକାରେ ଥିବା ଜଣାଶୁଣା ଆତଙ୍କବାଦୀ ସଂଗଠନ ଏବଂ ସେମାନଙ୍କ ସହଯୋଗୀଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରଖିଛି। ଗତ ୪୮ ଘଣ୍ଟା ମଧ୍ୟରେ ୫ ଜଣ ଆତଙ୍କବାଦୀଙ୍କ ଘର ଭଙ୍ଗାଗଲାଣି। ଆତଙ୍କବାଦ ସହ ଜଡ଼ିତ ଅନ୍ୟମାନଙ୍କ ବିରୋଧରେ ମଧ୍ୟ ଅନୁରୂପ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ କହିଛନ୍ତି। ଗୁରୁବାର ରାତିରେ ଏକ ରହସ୍ୟମୟ ବିସ୍ଫୋରଣରେ ୨ ସକ୍ରିୟ ଆତଙ୍କବାଦୀ ବିଜବେହରା ଅଞ୍ଚଳର ଆଦିଲ ଠୋକର ଏବଂ ତ୍ରାଲ ଅଞ୍ଚଳର ଅସିପ୍‌ ଶେଖ୍‌ଙ୍କ ଘର ଧ୍ୱଂସ କରାଯାଇଛି। ଉଭୟ ପହଲଗାମ୍‌ ଆକ୍ରମଣ ସହ ସମ୍ପୃକ୍ତ ଥିବା କୁହାଯାଉଛି।

୪ ଦକ୍ଷିଣ କଶ୍ମୀର ଜିଲାରୁ ସୁରକ୍ଷା ବଳ ଶତାଧିକ ଓଭରଗ୍ରାଉଣ୍ଡ ଓ୍ବାର୍କର(ଓଡବ୍ଲ୍ୟୁଜି) ଓ ସେମାନଙ୍କ ସହଯୋଗୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଶୁକ୍ରବାର ବନ୍ଦିପୋରା ଜିଲାରେ ଏଭଳି କାର୍ଯ୍ୟାନୁଷ୍ଠାନ ବେଳେ ଆତଙ୍କବାଦୀଙ୍କ ଗୁଳିରେ ଓଡବ୍ଲ୍ୟୁଜି ଅଲତାଫ ଲାଲ୍ଲି ନିହତ ହେବା ସହ ୨ ଜଣ ପୋଲିସ ଆହତ ହୋଇଥିଲେ। ଶନିବାର ଶ୍ରୀନଗରରେ ୨ ଡଜନରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରାଯାଇଛି। ଅନନ୍ତନାଗ ଜିଲାରେ ୨୪ ଘଣ୍ଟିଆ ତଲାସି ଅଭିଯାନ ଜାରି ରହିଥିବାବେଳେ ସୁରକ୍ଷା ବଳ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri