Posted inଜାତୀୟ

Pahalgam Attack: ସମ୍ପୃକ୍ତ ୨ ଆାତଙ୍କବାଦୀଙ୍କ ଘର ଧ୍ୱଂସ କରିଦେଲା ଭାରତୀୟ ସେନା

ଶ୍ରୀନଗର,୨୭।୪: ପହଲଗାମ୍‌ ଆତଙ୍କବାଦୀ ଆକ୍ରମଣ ପରେ କଶ୍ମୀରରେ ଥିବା ଆତଙ୍କବାଦୀ ଓ ସେମାନଙ୍କ ସମର୍ଥକମାନଙ୍କୁ ଧରିବା ପାଇଁ ବ୍ୟାପକ ଚଢ଼ାଉ ଜାରି ରହିଛି। କେତେଜଣ ଆତଙ୍କବାଦୀଙ୍କ ଘର ଭଙ୍ଗାଯିବା ସହ ସେମାନଙ୍କ ସୁରକ୍ଷିତ ଆଡ୍ଡା ଉପରେ ଚଢ଼ାଉ କରାଯାଇ ଶତାଧିକ ସହାୟକଙ୍କୁ ଅଟକ ରଖାଯାଇଛି।

ଗତ ମଙ୍ଗଳବାର ଆତଙ୍କବାଦୀମାନେ ପହଲଗାମ୍‌ର ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳ ବୈସରନରେ ଆକ୍ରମଣ କରି ୨୬ ପର୍ଯ୍ୟଟକଙ୍କୁ ହତ୍ୟା କରିଥିଲେ। ସୁରକ୍ଷା ବଳ ସମଗ୍ର ଉପତ୍ୟକାରେ ଥିବା ଜଣାଶୁଣା ଆତଙ୍କବାଦୀ ସଂଗଠନ ଏବଂ ସେମାନଙ୍କ ସହଯୋଗୀଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରଖିଛି। ଗତ ୪୮ ଘଣ୍ଟା ମଧ୍ୟରେ ୫ ଜଣ ଆତଙ୍କବାଦୀଙ୍କ ଘର ଭଙ୍ଗାଗଲାଣି। ଆତଙ୍କବାଦ ସହ ଜଡ଼ିତ ଅନ୍ୟମାନଙ୍କ ବିରୋଧରେ ମଧ୍ୟ ଅନୁରୂପ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧିକାରୀମାନେ କହିଛନ୍ତି। ଗୁରୁବାର ରାତିରେ ଏକ ରହସ୍ୟମୟ ବିସ୍ଫୋରଣରେ ୨ ସକ୍ରିୟ ଆତଙ୍କବାଦୀ ବିଜବେହରା ଅଞ୍ଚଳର ଆଦିଲ ଠୋକର ଏବଂ ତ୍ରାଲ ଅଞ୍ଚଳର ଅସିପ୍‌ ଶେଖ୍‌ଙ୍କ ଘର ଧ୍ୱଂସ କରାଯାଇଛି। ଉଭୟ ପହଲଗାମ୍‌ ଆକ୍ରମଣ ସହ ସମ୍ପୃକ୍ତ ଥିବା କୁହାଯାଉଛି।

୪ ଦକ୍ଷିଣ କଶ୍ମୀର ଜିଲାରୁ ସୁରକ୍ଷା ବଳ ଶତାଧିକ ଓଭରଗ୍ରାଉଣ୍ଡ ଓ୍ବାର୍କର(ଓଡବ୍ଲ୍ୟୁଜି) ଓ ସେମାନଙ୍କ ସହଯୋଗୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଶୁକ୍ରବାର ବନ୍ଦିପୋରା ଜିଲାରେ ଏଭଳି କାର୍ଯ୍ୟାନୁଷ୍ଠାନ ବେଳେ ଆତଙ୍କବାଦୀଙ୍କ ଗୁଳିରେ ଓଡବ୍ଲ୍ୟୁଜି ଅଲତାଫ ଲାଲ୍ଲି ନିହତ ହେବା ସହ ୨ ଜଣ ପୋଲିସ ଆହତ ହୋଇଥିଲେ। ଶନିବାର ଶ୍ରୀନଗରରେ ୨ ଡଜନରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରାଯାଇଛି। ଅନନ୍ତନାଗ ଜିଲାରେ ୨୪ ଘଣ୍ଟିଆ ତଲାସି ଅଭିଯାନ ଜାରି ରହିଥିବାବେଳେ ସୁରକ୍ଷା ବଳ ସଜାଗ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?