Posted inଜାତୀୟ

Pahalgam attack: ଅପରେଟରଙ୍କ ବିଷୟରେ ସାଂଘାତିକ ଖୁଲାସା!

ଶ୍ରୀନଗର, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ ସମୟରେ ଜଣେ Zipline Operatorଙ୍କ ଦ୍ୱାରା “ଆଲ୍ଲାହୋ ଆକବର” କହୁଥିବା ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ତାଙ୍କ ବାପା ଏକ ବୟାନ ଦେଇଛନ୍ତି। ଅନନ୍ତନାଗ ଜିଲାରେ ଏପ୍ରିଲ ୨୨ରେ ଘଟିଥିବା ଏହି ଆକ୍ରମଣରେ ୨୬ ଜଣ ପର୍ଯ୍ୟଟକଙ୍କ ସମେତ ଜଣେ ସ୍ଥାନୀୟ ବ୍ୟକ୍ତି ପ୍ରାଣ ହରାଇଥିଲେ। ଜିପଲାଇନ ଅପରେଟର ମୁଜମ୍ମିଲଙ୍କ ବାପା କହିଛନ୍ତି, “ମୁଁ ଭିଡିଓଟି ଦେଖିନାହିଁ… ହେଲେ ଆମେ ମୁସଲମାନ, ଯଦି ଝଡ଼ ଆସେ ତେବେ ମଧ୍ୟ ଆମେ ‘ଆଲ୍ଲାହୋ ଆକବର’ କହିବୁ।’

Pahalgam Attack ଏହି ଘଟଣାରେ ଜାତୀୟ ତଦନ୍ତ ଏଜେନ୍ସି (ଏନଆଇଏ) ମୁଜମ୍ମିଲଙ୍କୁ ପଚରାଉଚୁରା କରୁଛି। କାରଣ ଜଣେ ଗୁଜରାଟର ପର୍ଯ୍ୟଟକ ରିଶି ଭଟ୍ଟଙ୍କ ଦ୍ୱାରା ରେକର୍ଡ କରାଯାଇଥିବା ଭିଡିଓରେ ଅପରେଟର ତିନିଥର “ଆଲ୍ଲାହୋ ଆକବର” କହିଥିଲେ। ଏବଂ ତା’ପରେ ଗୁଳିବିନିମୟ ଆରମ୍ଭ ହୋଇଥିଲା। ରିଶି ଭଟ୍ଟ କହିଛନ୍ତି, “ମୋ ପୂର୍ବରୁ ୯ ଜଣ ଜିପଲାଇନ କରିଥିଲେ, କିନ୍ତୁ ଅପରେଟର କିଛି କହି ନଥିଲେ। ମୋ ପାଳିରେ ସେ ତିନିଥର କହିଲେ। ଏବଂ ତା’ପରେ ଗୁଳିବିନିମୟ ଆରମ୍ଭ ହେଲା। ମୋର ତାଙ୍କ ଉପରେ ସନ୍ଦେହ ଅଛି।”

Pahalgam Attack  ନ୍ୟାସନାଲ କନଫରେନ୍ସ ନେତା ଇମ୍ରାନ ନବି ଦାର ମୁଜମ୍ମିଲଙ୍କ ପକ୍ଷ ନେଇ କହିଛନ୍ତି, “ଯେତେବେଳେ କୌଣସି ବିପଦ ସାମ୍ନାକୁ ଆସେ, ଜଣେ ବ୍ୟକ୍ତି ସ୍ବାଭାବିକ ଭାବେ ଈଶ୍ୱରଙ୍କୁ ସ୍ମରଣ କରେ। ଅପରେଟର ଜଣେ ମୁସଲମାନ ଥିବାରୁ ସେ ଆଲ୍ଲାଙ୍କୁ ସ୍ମରଣ କଲେ। ଏହା ଏକ ସୱାଭାବିକ ପ୍ରକ୍ରିୟା। ମୁଁ ଅନୁରୋଧ କରୁଛି ଯେ ତଦନ୍ତକାରୀ ସଂସ୍ଥା ନିରୀହ ଲୋକଙ୍କୁ ଟାର୍ଗେଟ ନ କରନ୍ତୁ।

Pahalgam Attack ଏହି ଆକ୍ରମଣକୁ ପାକିସ୍ତାନ ଆଧାରିତ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବାର ଏକ ଶାଖା ‘ଦି ରେସିସ୍ଟାନ୍ସ ଫ୍ରଣ୍ଟ’ ଦୋଷ ନେବା ପରେ ଏବେ ମନା କରିଦେଇଛି। ଏହା ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଭାରତ ସରକାର ଅଟାରୀ ସୀମାକୁ ବନ୍ଦ କରିଦେଇଛନ୍ତି ଏବଂ ୧୬ଟି ପାକିସ୍ତାନୀ ୟୁଟ୍ୟୁବ ଚ୍ୟାନେଲକୁ ଭାରତ ବିରୋଧୀ ମିଥ୍ୟା ଓ ଆକ୍ରୋଶମୂଳକ ପ୍ରଚାର କରିବା ଅଭିଯୋଗରେ ବ୍ୟାନ କରିଛନ୍ତି।
ଏନଆଇଏ ଏହି ଘଟଣାର ତଦନ୍ତ କରୁଛି ଏବଂ ବୈସାରଣ ଉପତ୍ୟକାରେ ଘଟଣାସ୍ଥଳରେ ଅନୁସନ୍ଧାନ ଜାରି ରଖିଛି। ସୁରକ୍ଷା ବାହିନୀ ଦକ୍ଷିଣ କଶ୍ମୀରରେ ଆତଙ୍କବାଦୀ ନେଟୱାର୍କ ନଷ୍ଟ କରିବା ପାଇଁ ବ୍ୟାପକ ଅଭିଯାନ ଚଳାଇଛି। ଏହି ଆକ୍ରମଣ ପରେ କଶ୍ମୀରର ୪୮ଟି ପର୍ଯ୍ୟଟନ ସ୍ଥଳୀକୁ ସୁରକ୍ଷା କାରଣରୁ ବନ୍ଦ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

UPI ୟୁଜର୍ସଙ୍କ ପାଇଁ ବଡ଼ ଖବର: ୨୦୦୦ରୁ ଅଧିକ ପେମେଣ୍ଟରେ ଲାଗିବ ଚାର୍ଜ? ସ୍ପଷ୍ଟ କଲେ ସରକାର, ଜାଣନ୍ତୁ…

ନୂଆଦିଲ୍ଲୀ,୧୫।୯: UPI ପେମେଣ୍ଟ ଉପରେ ୦.୫ ପ୍ରତିଶତ ଟ୍ୟାକ୍ସ କିମ୍ବା ଚାର୍ଜ ଲାଗିବାକୁ ନେଇ ଚର୍ଚ୍ଚା ମଧ୍ୟରେ ବଡ଼ ସ୍ପଷ୍ଟତା ଆସିଛି। ୨୦୦୦ ଟଙ୍କାରୁ ଅଧିକ UPI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?