ପାହଲଗାମ୍‌ ଆଟାକ୍: ରକ୍ତଦାନ କରି…

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ବେଚ୍ଛାକୃତ ରକ୍ତଦାତା ସଂଘ ପକ୍ଷରୁ ମେଗା ରକ୍ତଦାନ ଶିବିର ଆୟୋଜନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ବୈଠକରେ ସଂଘର ସମ୍ପାଦକ ହରପ୍ରସାଦ ରଥ ଅଧ୍ୟକ୍ଷତା କରିଥିଲେ। ଏପ୍ରିଲ ୨୨ରେ ଜମ୍ମୁ କାଶ୍ମୀରର ପାହଲଗାମ୍‌ଠାରେ ପାକିସ୍ତାନ ଆତଙ୍କବାଦୀଙ୍କ ଗୁଳିରେ ନିହତ ହୋଇଥିବା ପର୍ଯ୍ୟଟକଙ୍କ ସ୍ମୃତି ଉଦ୍ଦେଶ୍ୟରେ ବ୍ରହ୍ମପୁର ରକ୍ତଭଣ୍ଡାରରେ ଆବଶ୍ୟକ ରକ୍ତର ଅଭାବକୁ ଦୃଷ୍ଟିରେ ରଖି ରକ୍ତଦାତା ସଂଘ ପକ୍ଷରୁ ୨୫ ତାରିଖ ସନ୍ଧ୍ୟାରେ ଏକ ମେଗା ରକ୍ତଦାନ ଶିବିର ଆୟୋଜନ କରାଯିବା ନିମନ୍ତେ ସର୍ବସମ୍ମତ ପ୍ରସ୍ତାବ ଗୃହୀତ କରାଯାଇଛି। ବୈଠକରେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା, ରକ୍ତଦାତା ସଂଘର ପ୍ରାକ୍ତନ ସଭାପତି ତପନ ମିଶ୍ର, ଖବରଦାତା ନୀଳମାଧବ ପରମଗୁରୁ, ସାମାଜିକ କର୍ମୀ ବସନ୍ତ ପଟ୍ଟନାୟକ, ଆଇନଜୀବୀ କୁରେଶୁ ପଣ୍ଡା, ମନୋରଞ୍ଜନ ପଣ୍ଡା, ପ୍ରଶାନ୍ତ ପୂଜାରୀ, ଶିକ୍ଷକ ସୁଧାଂଶୁ ଶେଖର ପଣ୍ଡା, ଅମ୍ବିକା ପ୍ରସାଦ ସେଠୀ, କାଉନସିଲର ପ୍ରତିନିଧି ରଞ୍ଜିତ ବେହେରା, ଶଙ୍କର ପ୍ରସାଦ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଓମ୍‌ସା ଆନ୍ଦୋଳନ: ଘଣ୍ଟାଏ ବନ୍ଦ ରହିବ ରୋଗୀ ସେବା

ଛତ୍ରପୁର,୨୬ା୧୨(ଦିଲୀପ ସାମଲ): ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଖାଲି ପଡିଥିବା ପଦବୀ ପୂରଣ ସହ ଡାକ୍ତରଙ୍କ...

ଧାନମଣ୍ଡି ଖୋଲିବା ଦାବିରେ ବ୍ଳକ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଧାନମଣ୍ଡି ଖୋଲାଯାଇ ନ ଥିବାରୁ ଚାଷୀମାନେ ଶୋଷଣର ଶିକାର ହେଉଥିବା ଅଭିଯୋଗ ହୋଇଛି। ଏନେଇ ତୁରନ୍ତ ମଣ୍ଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri