Posted inଜାତୀୟ

Pahalgam Terror Attack: ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଶାହା, ଭେଟିଲେ ପୀଡ଼ିତଙ୍କ ପରିଜନଙ୍କୁ

ଶ୍ରୀନଗର,୨୩।୪: ମଙ୍ଗଳବାର ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଯେତେବେଳେ ୧୭ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଯେଉଁମାନେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବୁଧବାର ସମସ୍ତ ମୃତଦେହକୁ ଶ୍ରୀନଗର ଅଣାଯାଇଥିଲା। ଯେଉଁଠାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହା ପରେ ଶାହା ମଧ୍ୟ ପୀଡିତାଙ୍କ ପରିବାରକୁ ଭେଟିଥିଲେ।
ସୂଚନାଯୋଗ୍ୟ, ପହଲଗାମ Terror Attackର କିଛି ଘଣ୍ଟା ପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ପହଞ୍ଚିଥିଲେ। ଯେଉଁଠାରେ ସେ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ମୁଖ୍ୟମନ୍ତ୍ରୀ ଏବଂ ସୁରକ୍ଷା ବାହିନୀ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ସୂଚନା ଅନୁଯାୟୀ, ଗତ କିଛି ବର୍ଷ ମଧ୍ୟରେ ଆତଙ୍କବାଦୀମାନେ କଶ୍ମୀରରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରିନାହାଁନ୍ତି। ଏହା ପ୍ରଥମ ଥର ପାଇଁ ଏପରି ଆକ୍ରମଣ ଯେଉଁଥିରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରିଛନ୍ତି।
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କେବଳ ଜମ୍ମୁ-କଶ୍ମୀର ନୁହେଁ ବରଂ ଦେଶର ରାଜଧାନୀ ଦିଲ୍ଲୀରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି।
ଅନ୍ୟପକ୍ଷରେ, କଂଗ୍ରେସ ଏମପି କେସି ଭେନୁଗୋପାଳ ଏବଂ ଜମ୍ମୁ-କଶ୍ମୀର କଂଗ୍ରେସ ସଭାପତି ତାରିକ ହମିଦ କରରା ଶ୍ରୀନଗରରେ ପହଲଗାମ Terror Attackରେ ଶହୀଦ ହୋଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣ ଏପରି ସମୟରେ ହୋଇଛି ଯେତେବେଳେ ପ୍ରାୟ ଦୁଇ ମାସ ପରେ ଘାଟିରେ ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଅମରନାଥ ଯାତ୍ରା ଉପରେ ମଧ୍ୟ ବିପଦର ମେଘ ଘୋଟିବା ଆରମ୍ଭ ହୋଇଛି। ବର୍ତ୍ତମାନ, ପହଲଗାମରେ ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ସୁରକ୍ଷା ବାହିନୀ ଏକ ଅପରେସନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri