Posted inଜାତୀୟ

Pahalgam Terror Attack: ପାକିସ୍ତାନ ଏୟାର ସ୍ପେସ ଦେଇ ସାଉଦି ଯାଇଥିଲେ ମୋଦି, ଲେଉଟାଣି ବେଳେ କାହିଁକି ଡାଇଭର୍ଟ ହେଲା ରୁଟ୍‌, ଜାଣନ୍ତୁ

ନୂଆଦିଲ୍ଲୀ,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାଉଦି ଆରବରୁ ଫେରିବା ସମୟରେ ପାକିସ୍ତାନୀ ଆକାଶ ସୀମା ବ୍ୟବହାର କରି ନଥିଲେ। ପହଲଗାମ Terror Attack ପରେ ପ୍ରଧାନମନ୍ତ୍ରୀ ମୋଦି ବୁଧବାର (୨୩ ଏପ୍ରିଲ, ୨୦୨୫) ସାଉଦି ଆରବରୁ ଫେରିଥିଲେ। ସେ ମଙ୍ଗଳବାର ସକାଳେ ଦୁଇ ଦିନିଆ ଗସ୍ତରେ ସାଉଦି ଅଭିମୁଖେ ଯାତ୍ରା କରିଥିଲେ। ଏହି ସମୟରେ ଜମ୍ମୁ-କଶ୍ମୀରର ପହଲଗାମର ବୈସାରନ ଘାଟିରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କ ଉପରେ ଆକ୍ରମଣ କରିଥିଲେ। ଏହି ଦୁର୍ଘଟଣାରେ ୨୬ ଜଣ ପ୍ରାଣ ହରାଇଛନ୍ତି। ୨୦୧୯ ପୁଲୱାମା ଆକ୍ରମଣ ପରେ ଏହି Terror Attack ସବୁଠାରୁ ଭୟଙ୍କର ଆକ୍ରମଣ।

ଆକ୍ରମଣ ବିଷୟରେ ସୂଚନା ପାଇବା ମାତ୍ରେ ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତ ମଝିରେ ଶେଷ କରି ଦିଲ୍ଲୀ ଚାଲିଆସିଛନ୍ତି। ଜେଦ୍ଦାରୁ ଫେରିବା ସମୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ବିମାନ IF Boeing 777-300 (K7067) ପାକିସ୍ତାନୀ ଆକାଶ ସୀମା ବ୍ୟବହାର କରି ନଥିଲା, ଯେତେବେଳେ କି ଯିବା ସମୟରେ ବିମାନଟି ପାକିସ୍ତାନ ଦେଇ ଯାଇଥିଲା।
ଦିଲ୍ଲୀ ଫେରିବା ପରେ, ପ୍ରଧାନମନ୍ତ୍ରୀ ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲ, ବୈଦେଶିକ ମନ୍ତ୍ରୀ ଡକ୍ଟର ଏସ. ଜୟଶଙ୍କର ଏବଂ ବୈଦେଶିକ ସଚିବ ବିକ୍ରମ ମିଶ୍ରଙ୍କୁ ଭେଟିଥିଲେ। ଅନ୍ୟପକ୍ଷରେ, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଶ୍ରୀନଗରରେ ଅଛନ୍ତି। ସେଠାରେ ସେ ମୃତ୍ୟୁବରଣ କରିଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ଏବଂ ପରେ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ। ଅମିତ ଶାହ ଫେରିବା ପରେ, ସେ ଏବଂ ପ୍ରଧାନମନ୍ତ୍ରୀ ମୋଦି ସୁରକ୍ଷା ସମ୍ପର୍କିତ କ୍ୟାବିନେଟ କମିଟି (CCS) ସହିତ ଏକ ବୈଠକ ମଧ୍ୟ କରିବେ।
ଜମ୍ମୁ-କଶ୍ମୀରରେ ଏହି Terror Attackକୁ ନଜରରେ ରଖି ମୋଦିଙ୍କ ରୁଟକୁ ଡାଇଭର୍ଟ କରାଯାଇଥିବା କୁହଯାଇଛି। କାରଣ ଏହି ଘଟଣାରେ ପାକିସ୍ତାନର ହାତ ରହିଛି ବୋଲି ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଜିଲାପାଳଙ୍କୁ ଭେଟିଲେ ଗ୍ରାମବାସୀ, ପ୍ରତିଶ୍ରୁତି ଦେଇ କହିଲେ…

ରାୟଗଡ଼ା/କଲ୍ୟାଣସିଂହପୁର,୧୮।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା ନିୟମଗିରି ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚୁ ନ ଥିବା ଅଭିଯୋଗ ହୋଇଆସୁଥିଲା। ବିଶେଷକରି କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ମହାନଦୀକୁ ଡେଇଁଲେ ମହିଳା: ପଥଚାରୀ ଅଟକାଇବାକୁ ଚେଷ୍ଟା କରି…

ସମ୍ବଲପୁର,୧୮।୨(ପ୍ରମୋଦ ବହିଦାର): ମହାନଦୀକୁ ଡେଇଁ ବୁର୍ଲାର ଜଣେ ମହିଳା ଆତ୍ମହତ୍ୟା କରିଥିବା ଖବର ମିଳିଛି। ସେ ବୁର୍ଲା ମହତାବ ନଗରର ଅଞ୍ଜୁ କୁମ୍ଭାର(୨୨) ବୋଲି ପରିଚୟ ମିଳିଛି।…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

ପ୍ରେମ, ପ୍ରତାରଣା ମାମଲା: ଆସିଷ୍ଟାଣ୍ଟ ଲେବର ଅଫିସର ଗିରଫ

ଭୁବନେଶ୍ୱର,୧୮।୨(ତ୍ରିନାଥ ମହାନ୍ତି):ପ୍ରେମ ଓ ପ୍ରତାରଣା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ବଲାଙ୍ଗୀରରେ କାର୍ଯ୍ୟରତ ଜଣେ ଆସିଷ୍ଟାଣ୍ଟ ଲେବର ଅଫିସରଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ନୟାଗଡ଼ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri