Posted inଜାତୀୟ

Pahalgam Terror Attack: ପହଲଗାମ ଆକ୍ରମଣ ବିରୋଧରେ ଲେଖିବାରୁ ମିଳିଲା ବଳାତ୍କାର ଧମକ

କୋଲାକାତା,୨୬।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ବିରୋଧରେ ପୋଷ୍ଟ କରିବାରୁ ପଶ୍ଚିମବଙ୍ଗର ଉତ୍ତର ୨୪ ପରଗନା ଜିଲାର ଅଶୋକନଗରର ଜଣେ ଯୁବତୀଙ୍କୁ ବଳାତ୍କାର ଧମକ ଦିଆଯାଇଛି। ପୀଡିତା ନିଜେ ଫେସବୁକରେ ଲାଇଭ ଆସି କାନ୍ଦି କାନ୍ଦି ଏ ବିଷୟରେ ସୂଚନା ଦେଇଥିଲେ।
ଖବର ପାଇବା ପରେ ସ୍ଥାନୀୟ ଥାନାର ପୋଲିସ ଝିଅଟିର ଘରକୁ ଯାଇ ଘଟଣା ବିଷୟରେ ସୂଚନା ନେଇଥିଲେ। ଭାଜପା ବିଧାୟକ ଏବଂ ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ମଧ୍ୟ ପୀଡିତାଙ୍କ ସହ ଫୋନରେ କଥା ହୋଇଥିଲେ।
ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ଦୁଇଟି ନକଲି ଫେସବୁକ ଆକାଉଣ୍ଟରୁ ଏହି ଧମକ ଦିଆଯାଇଛି। ଯେଉଁମାନେ ଧମକ ଦେଇଥିଲେ ସେମାନେ ଝିଅଟିର ପୋଷ୍ଟକୁ ଧାର୍ମିକ ଘୃଣା ପ୍ରସାର କରୁଥିବା ଭାବରେ ବର୍ଣ୍ଣନା କରିଛନ୍ତି।
ପୀଡିତା କହିଛନ୍ତି ଯେ Pahalgam Terror Attackରେ ଯେପରି ହିନ୍ଦୁ ପର୍ଯ୍ୟଟକଙ୍କୁ ବାଛି ବାଛି ହତ୍ୟା କରାଯାଇଥିଲା ତାହା ଅତ୍ୟନ୍ତ ନିନ୍ଦନୀୟ। ସେ ଏହାର ପ୍ରତିବାଦରେ ପୋଷ୍ଟ କରିଥିଲେ। ଅଧିକାଂଶ ଲୋକ ତାଙ୍କ ପୋଷ୍ଟକୁ ସମର୍ଥନ କରିଛନ୍ତି।
ଅନ୍ୟପକ୍ଷରେ, କୋଲକାତା ସ୍ଥିତ ଏକ ସଂଗଠନ ଭବାନୀପୁର ଗୁଜରାଟୀ ଶିକ୍ଷା ସମାଜ, ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛି। ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ପଶ୍ଚିମବଙ୍ଗର ତିନି ଜଣଙ୍କ ପିଲାଙ୍କ ଶିକ୍ଷା ପାଇଁ ପ୍ରତ୍ୟେକଙ୍କୁ ୧୦ ଲକ୍ଷ ଟଙ୍କା। ମୃତକଙ୍କ ମଧ୍ୟରେ ୨ ଜଣ କୋଲକାତାର ଏବଂ ଜଣେ ପୁରୁଲିଆ ଜିଲାର ଝାଲଦାର ବୋଲି ଜଣା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି-ରାଇକିଆ ରାସ୍ତାରେ ଗାଡ଼ିମୋଟର ଚଳାଚଳ ବନ୍ଦ, ଲୋକେ ହଟହଟା

ଦାରିଙ୍ଗବାଡ଼ି,୧୮ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବାଡ଼ାବାଙ୍ଗା ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଏକ ନିର୍ମାଣାଧୀନ ପୋଲ ନିକଟ ଡାଇଭର୍ସନ ରାସ୍ତା କର୍ଦ୍ଦମାକ୍ତ ଯୋଗୁ ଗୋଟିଏ...

ହଠାତ୍‌ ଟ୍ରମ୍ପଙ୍କୁ ଫୋନ୍‌ କଲେ ମୋଦି: ଏମିତି କ’ଣ ହେଲା ଆମେରିକା ଯିବାକୁ ମନା କରିଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ୍‌ରେ ଅପରେଶନ ସିନ୍ଦୂର ବିଷୟରେ କଥା ହୋଇଛନ୍ତି। ଦୁଇ ନେତା ପ୍ରାୟ ୩୫...

ଟ୍ରମ୍ପଙ୍କ ପାକିସ୍ତାନୀ ପ୍ରେମ: ଭାରତର ବଡ଼ ଶତ୍ରୁଙ୍କ ସହ କରିବେ ଲଞ୍ଚ୍‌

ୱାଶିଂଟନ,୧୮।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଜି ଲଞ୍ଚରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନୀରଙ୍କୁ ଭେଟିବେ। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି...

ସ୍ବାମୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ, ଆତ୍ମହତ୍ୟା ରୂପ ଦେବାକୁ ଉଦ୍ୟମ ବେଳେ…

ଧରାକୋଟ,୧୮ା୬(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ ମୁଣ୍ଡମରାଇ ଗାଁରୁ ଆସିଛି ପୁଣି ପାରିବାରିକ କଳହର କରୁଣ ପରିଣତି। ସ୍ବାମୀଙ୍କୁ ହତ୍ୟା କରି...

ମୋଦିଙ୍କ ସହ ଫଟୋ ଶେୟାର କରି ହୃଦୟର କଥା କହିଦେଲେ ମେଲୋନି: ପ୍ରଧାନମନ୍ତ୍ରୀ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି G7 ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବା ପାଇଁ କାନାଡାର କାନାନାସ୍କିସ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ସେ ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ...

କଳିଙ୍ଗା ଘାଟିରେ ଧସିଲା ମାଟି ଅତଡ଼ା, ପାହାଡ଼ ତଳକୁ ଖସିଲା ୨ ଜେସିବି

ଭଞ୍ଜନଗର,୧୮ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଳିଙ୍ଗା ଘାଟିରେ ମାଡ଼ି ଅତଡ଼ା ଧସିଛି। ପ୍ରବଳ ବର୍ଷା ଯୋଗୁ ମାଟି ଅତଡ଼ା ଧସି ପଡ଼ିଥିବା ଜଣାପଡ଼ିଛି। ତେବେ ଘାଟି...

ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି, ଫସି ରହିଲେ ଜୁଏଲ ଓରାମ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୮ା୬: ପୁଣି ଏୟାର ଇଣ୍ଡିଆରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଦିଲ୍ଲୀ ଇନ୍ଦିରାଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ୪ ଘଣ୍ଟା ଧରି ଫସି ରହିଥିଲେ ଯାତ୍ରୀ। ଏହି ବିମାନରେ...

କୋଉଠି ଲୁଚିଛ, ସରେଣ୍ଡର କର: ‘ସୁପ୍ରିମ ଲିଡର୍‌’ଙ୍କୁ ଅଲ୍ଟିମେଟମ୍‌ ଦେଲେ ଟ୍ରମ୍ପ

ଜେରୁଜେଲମ,୧୮।୬:ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ସୁପ୍ରିମ ଲିଡର୍‌ ଖାମେନେଇଙ୍କୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ଖାମେନେଇଙ୍କ ନାମ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri