Posted inଜାତୀୟ

Pahalgam Terror Attack Update: ଘାଟିରୁ ଅଟକ ହେଲେଣି ୧୫ଶହରୁ ଅଧିକ

ଶ୍ରୀନଗର,୨୩।୪: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ ସୁରକ୍ଷା ବାହିନୀ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ସୁରକ୍ଷା ବାହିନୀ ଘାଟିରୁ ୧୫୦୦ରୁ ଅଧିକ ଲୋକଙ୍କୁ ଅଟକ ରଖିଛି। ଏଥିରେ ଏପରି ଲୋକମାନେ ଅନ୍ତର୍ଭୁକ୍ତ ଯେଉଁମାନେ ଓଭର ଗ୍ରାଉଣ୍ଡ ୱାର୍କର (OGW) କିମ୍ବା Terror କାର୍ଯ୍ୟକଳାପରେ ସାମିଲ ଅଛନ୍ତି।
ଜମ୍ମୁ-କଶ୍ମୀରର ପହଲଗାମରେ Terror Attack ପରେ, ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ଆକ୍ରମଣ ପରେ, ସୀମାନ୍ତ ରାଜ୍ୟ ପଞ୍ଜାବ ମଧ୍ୟ ଏହାର ସୁରକ୍ଷା ବୃଦ୍ଧି କରିଛି। ଏହି ଆତଙ୍କବାଦୀ ଆକ୍ରମଣ ପରେ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଘନ ପାଇନ ଜଙ୍ଗଲ ଘେରା ଏହି ଲୋକପ୍ରିୟ ପର୍ଯ୍ୟଟନସ୍ଥଳୀରେ ଆତଙ୍କବାଦୀମାନେ କେଉଁ କେଉଁ ରାସ୍ତା ଦେଇ ପହଞ୍ଚିଥାଇପାରନ୍ତି ସେ ବିଷୟରେ ମଧ୍ୟ ସ୍ବରାଷ୍ଟ୍ରମନ୍ତ୍ରୀଙ୍କୁ ସୂଚନା ଦିଆଯାଇଥିଲା। ଏହି ସ୍ଥାନ ଶ୍ରୀନଗରରୁ ପ୍ରାୟ ୧୧୦ କିଲୋମିଟର ଦୂରରେ ଅବସ୍ଥିତ।
ଏହି Terror Attackକୁ ନେଇ ମୋଦି ସରକାର ଏବେ ଆକ୍ସନରେ ଥିବା ବେଳେ ଖୁବ ଶୀଘ୍ର ଏହାର ଜବାବ ଦିଆଯିବ ବୋଲି କହିଛନ୍ତି ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ।

 


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri