Posted inଜାତୀୟ

Pahalgam Terror Attack: ଆତଙ୍କବାଦୀ ଆକ୍ରମଣରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ଶାହା, ଭେଟିଲେ ପୀଡ଼ିତଙ୍କ ପରିଜନଙ୍କୁ

ଶ୍ରୀନଗର,୨୩।୪: ମଙ୍ଗଳବାର ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା Terror Attackରେ ୨୬ ଜଣଙ୍କର ମୃତ୍ୟୁ ହୋଇଛି। ଯେତେବେଳେ ୧୭ ଜଣ ପର୍ଯ୍ୟଟକ ଆହତ ହୋଇଛନ୍ତି। ଯେଉଁମାନେ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବୁଧବାର ସମସ୍ତ ମୃତଦେହକୁ ଶ୍ରୀନଗର ଅଣାଯାଇଥିଲା। ଯେଉଁଠାରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ମୃତକମାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ଏହା ପରେ ଶାହା ମଧ୍ୟ ପୀଡିତାଙ୍କ ପରିବାରକୁ ଭେଟିଥିଲେ।
ସୂଚନାଯୋଗ୍ୟ, ପହଲଗାମ Terror Attackର କିଛି ଘଣ୍ଟା ପରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶ୍ରୀନଗରରେ ପହଞ୍ଚିଥିଲେ। ଯେଉଁଠାରେ ସେ ଲେଫ୍ଟନାଣ୍ଟ ଗଭର୍ଣ୍ଣର, ମୁଖ୍ୟମନ୍ତ୍ରୀ ଏବଂ ସୁରକ୍ଷା ବାହିନୀ ଅଧିକାରୀଙ୍କ ସହ ଏକ ବୈଠକ କରିଥିଲେ। ସୂଚନା ଅନୁଯାୟୀ, ଗତ କିଛି ବର୍ଷ ମଧ୍ୟରେ ଆତଙ୍କବାଦୀମାନେ କଶ୍ମୀରରେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରିନାହାଁନ୍ତି। ଏହା ପ୍ରଥମ ଥର ପାଇଁ ଏପରି ଆକ୍ରମଣ ଯେଉଁଥିରେ ଆତଙ୍କବାଦୀମାନେ ପର୍ଯ୍ୟଟକଙ୍କୁ ଟାର୍ଗେଟ କରିଛନ୍ତି।
ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କେବଳ ଜମ୍ମୁ-କଶ୍ମୀର ନୁହେଁ ବରଂ ଦେଶର ରାଜଧାନୀ ଦିଲ୍ଲୀରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି।
ଅନ୍ୟପକ୍ଷରେ, କଂଗ୍ରେସ ଏମପି କେସି ଭେନୁଗୋପାଳ ଏବଂ ଜମ୍ମୁ-କଶ୍ମୀର କଂଗ୍ରେସ ସଭାପତି ତାରିକ ହମିଦ କରରା ଶ୍ରୀନଗରରେ ପହଲଗାମ Terror Attackରେ ଶହୀଦ ହୋଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଆତଙ୍କବାଦୀ ଆକ୍ରମଣ ଏପରି ସମୟରେ ହୋଇଛି ଯେତେବେଳେ ପ୍ରାୟ ଦୁଇ ମାସ ପରେ ଘାଟିରେ ଅମରନାଥ ଯାତ୍ରା ଆରମ୍ଭ ହେବାକୁ ଯାଉଛି। ଏହି ଆତଙ୍କବାଦୀ ଆକ୍ରମଣ ଯୋଗୁଁ ଅମରନାଥ ଯାତ୍ରା ଉପରେ ମଧ୍ୟ ବିପଦର ମେଘ ଘୋଟିବା ଆରମ୍ଭ ହୋଇଛି। ବର୍ତ୍ତମାନ, ପହଲଗାମରେ ଆତଙ୍କବାଦୀମାନଙ୍କୁ ନିପାତ କରିବା ପାଇଁ ସୁରକ୍ଷା ବାହିନୀ ଏକ ଅପରେସନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri