Posted inଜାତୀୟ

Pahalgam Terrorist Attack: ଅମିତ ଶାହାଙ୍କୁ ଭେଟି ଭୋ ଭୋ କାନ୍ଦି ଉଠିଲେ ପହଲଗାମ ପୀଡ଼ିତ, ଭିଡିଓ ଦେଖିଲେ ଆଖିରେ ଲୁହ ରହିବନି

ଶ୍ରୀନଗର,୨୩।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ବୁଧବାର ଦୃଢ଼ ପ୍ରତିଶ୍ରୁତି ଦେଇଛନ୍ତି ଯେ ଜମ୍ମୁ-କଶ୍ମୀରର ପହଲଗାମରେ ହୋଇଥିବା ବର୍ବର ଆତଙ୍କବାଦୀ ଆକ୍ରମଣର ଦୋଷୀମାନଙ୍କୁ ନ୍ୟାୟ ଦିଆଯିବ ଏବଂ କହିଛନ୍ତି ଯେ ଭାରତ କେବେବି କାପୁରୁଷ ଆତଙ୍କବାଦୀ କାର୍ଯ୍ୟ ଆଗରେ ମୁଣ୍ଡ ନୁଆଁଇବ ନାହିଁ।
ପହଲଗାମର ବୈସାରନ ଉପତ୍ୟକାରେ ଏହି ଆକ୍ରମଣ ଘଟିଥିଲା, ଯେଉଁଥିରେ ଜଙ୍ଗଲରୁ ଆତଙ୍କବାଦୀମାନେ ବାହାରି ନିରସ୍ତ୍ର ନାଗରିକଙ୍କ ଉପରେ ଆଖିବୁଜା ଗୁଳି ଚଳାଇବାରୁ ଦୁଇ ଡଜନରୁ ଅଧିକ ପର୍ଯ୍ୟଟକଙ୍କ ଜୀବନ ଯାଇଥିଲା।
ଶ୍ରୀନଗରରେ ପୀଡିତଙ୍କ ପରିବାର ଏବଂ ଉଦ୍ଧାର ପାଇଯାଇଥିବା ଲୋକଙ୍କୁ ଭେଟିବା ପାଇଁ ପହଞ୍ଚିଥିବା ଶାହ ଦୁଃଖ ପ୍ରକାଶ କରିଥିଲେ ଏବଂ ଏହି ଜଘନ୍ୟ ହତ୍ୟାକାଣ୍ଡର ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଇନଷ୍ଟାଗ୍ରାମରେ ଏକ ପୋଷ୍ଟରେ ଶାହ ଲେଖିଛନ୍ତି, ‘ଭାରାକ୍ରାନ୍ତ ହୃଦୟରେ, ମୁଁ ପହଲଗାମ ଆତଙ୍କବାଦୀ ଆକ୍ରମଣର ପୀଡିତମାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି।’
ସ୍ବରାଷ୍ଟ୍ରମନ୍ତ୍ରୀ ତାଙ୍କ ପୋଷ୍ଟରେ ଲେଖିଛନ୍ତି ଯେ ପହଲଗାମରେ ଆତଙ୍କବାଦୀ ଆକ୍ରମଣରେ ପ୍ରତ୍ୟେକ ଭାରତୀୟ ନିଜ ପ୍ରିୟଜନଙ୍କୁ ହରାଇବାର ଯନ୍ତ୍ରଣା ଅନୁଭବ କରୁଛନ୍ତି। ଏହି ଦୁଃଖକୁ ଶବ୍ଦରେ ପ୍ରକାଶ କରାଯାଇପାରିବ ନାହିଁ। ମୁଁ ଏହି ସମସ୍ତ ପରିବାର ଏବଂ ସମଗ୍ର ଦେଶକୁ ଆଶ୍ୱସ୍ତି ଦେଉଛି ଯେ ନିର୍ଦ୍ଦୋଷ ଲୋକଙ୍କୁ ହତ୍ୟା କରିଥିବା ଏହି ଆତଙ୍କବାଦୀମାନଙ୍କୁ ଆଦୌ ଛଡ଼ାଯିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri