ତିଆରି ଚାଲିଛି ପହଣ୍ଡି, ଅଣସର ଗାମୁଛା

ଖୋର୍ଦ୍ଧା ଅଫିସ,୧୩ା୫: ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ରଥ ନିର୍ମାଣ କାର୍ଯ୍ୟ ଚାଲିଛି। ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ ତିନି ରଥ ନିର୍ମାଣରେ ଲାଗିଛନ୍ତି ରଥ ମହାରଣା। ରଥଯାତ୍ରାରେ ମହାପ୍ରଭୁଙ୍କ ଲାଗି ପାଟବସ୍ତ୍ର ଏବଂ ସୂତାଲୁଗା ପ୍ରସ୍ତୁତିରେ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗୋପୀନାଥ ଦାସଙ୍କ ବୁଣାକାର ପରିବାର ବ୍ୟସ୍ତ ଥିବା ବେଳେ ଅନ୍ୟପଟେ ମହାପ୍ରଭୁଙ୍କ ଅଣସର ଏବଂ ପହଣ୍ଡି ଗାମୁଛା ପ୍ରସ୍ତୁତିରେ ଲାଗି ପଡିଛନ୍ତି ବୋଲଗଡ଼ ବ୍ଲକ ସାନପଦର ଗ୍ରାମର ବୁଣାକାର।
ସେବାରେ ୪ବର୍ଷ
ମହାପ୍ରଭୁଙ୍କ ଅଣସର ଏବଂ ପହଣ୍ଡି ଲାଗି ଗାମୁଛା ବୟାନିକା ଯୋଗାଇଥାଏ। ୨୦୧୮ ମସିହାରୁ ଏହି ଗ୍ରାମର ପ୍ରଭାସ ନାୟକ ବୟାନିକାଠାରୁ ଅର୍ଡର ପାଇ ମହାପ୍ରଭୁଙ୍କ ଲାଗି ହାତ ତିଆରି ଗାମୁଛା ପ୍ରସ୍ତୁତ କରୁଛନ୍ତି। ସ୍ନାନଯାତ୍ରା ପୂର୍ବରୁ ବୟାନିକାକୁ ଏହା ହସ୍ତାନ୍ତର ହୋଇଥାଏ। ବର୍ତ୍ତମାନ ସୁଦ୍ଧା ୭୦% କାର୍ଯ୍ୟ ସରିଥିବା ସେ ପ୍ରକାଶ କରିଛନ୍ତି। ଅକ୍ଷୟତୃତୀୟାରୁ କାମ ଆରମ୍ଭ ହୋଇଥାଏ। ଚଳିତ ବର୍ଷ ମହାପ୍ରଭୁଙ୍କ ଅଣସର ଲାଗି ୧୯୧ଟି ୬ହାତି ଲମ୍ବର ଗାମୁଛା ଏବଂ ପହଣ୍ଡି ଲାଗିି ୧୯୧ଟି ୫ହାତି ଗାମୁଛା ବୁଣା ଚାଲିଛି। ଏହି ଗାମୁଛାକୁ ଆକର୍ଷଣୀୟ କରିବା ଲାଗି ଅଣସର ଗାମୁଛା ଧଳାରଙ୍ଗର ହୋଇଥିବା ବେଳେ ଧଡିରେ କୁମ୍ଭପକା(ଡିଜାଇନ) ଥାଇ ହଳଦିଆ ରଙ୍ଗ ଏବଂ ପହଣ୍ଡି ଗାମୁଛା କୃ୍‌ଷ୍ଣ ରଙ୍ଗରେ କୁମ୍ଭପକା(ଡିଜାଇନ) ଥାଇ ହଳଦିଆ ରଖାଯାଇଥାଏ ବୋଲି ପ୍ରଭାସ କହିଛନ୍ତି।
ଲାଗିଛନ୍ତି ୨୫ ବୁଣାକାର
ପ୍ରଭାସଙ୍କ ତତ୍ତ୍ୱାବଧାନରେ ୨୫ ଜଣ ବୁଣାକାର ଏହି କାର୍ଯ୍ୟରେ ଲାଗିଛନ୍ତି। ପ୍ରଭାସଙ୍କ ସହିତ ଗଙ୍ଗାଧର ପରମାଣିକ, ସନ୍ତୋଷ ନାୟକ, ରଶ୍ମିତା ନାୟକ, ବିଦ୍ୟାଧର ନାୟକ, ରବୀନ୍ଦ୍ର ପରମାଣିକ, ରମେଶ ଦେବତା, ହାତୀ ପରମାଣିକ, ବାସନ୍ତି ନାୟକ, ଉଦୟନାଥ ନାୟକ, ଉଦୟନାଥ ଦାସ, ସନ୍ତୋଷ ଦାସ, ସୋନାଲି ପରମାଣିକ ପ୍ରମୁଖ ଏହି କାର୍ଯ୍ୟରେ ଲାଗିଛନ୍ତି। ପ୍ରଭାସ ଏବଂ ଅନ୍ୟମାନେ କୁହନ୍ତି, ମହାପ୍ରଭୁଙ୍କ ସେବାରେ ନିୟୋଜିତ ହୋଇଥିବାରୁ ନିଜକୁ ଧନ୍ୟ ମନେକରୁଛୁ। ଦୂରରେ ଥାଇ ମଧ୍ୟ ମହାପ୍ରଭୁଙ୍କ ଏହି ସେବା କରିବାର ସୁଯୋଗ ମିଳୁଥିବାରୁ ଆତ୍ମତୃପ୍ତି ମିଳିଥାଏ।
ଗାଁର ନାଁ ସାନପଦର
ଗ୍ରାମର ଅଧିକାଂଶ ପରିବାର ବୁଣାକାର। ୩୦ବର୍ଷ ତଳେ ପ୍ରଭାସଙ୍କ ବାପା ଲକ୍ଷ୍ମୀଧର କେତେଜଣ ବୁଣାକାରଙ୍କୁ ନେଇ ଏକ ହସ୍ତତନ୍ତ ବୟନ ଶିଳ୍ପ ଗଠନ କରିଥିଲେ। ପରବର୍ତ୍ତୀ ସମୟରେ ପ୍ରଭାସ ମା’ ଦୁର୍ଗା ଟେକ୍ସଟାଇଲ୍‌ ଆଣ୍ଡ ଡାଇଙ୍ଗ ଓ୍ବାର୍କସ୍‌ ବୁଣାକାର ସଂସ୍ଥା ଗଠନ କରିଥିଲେ। ଏହି ସଂସ୍ଥା ଅଧୀନରେ ପ୍ରାୟ ୬୦ରୁ ଊର୍ଦ୍ଧ୍ୱ ବୁଣାକାର କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?