ଆରମ୍ଭ ହେଲା ପହଣ୍ଡି, ପ୍ରଥମେ ରଥକୁ ବିରାଜ କରୁଛନ୍ତି ସୁଦର୍ଶନ

ପୁରୀ,୫ା୭: ଆଜି ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ବାହୁଡ଼ା ଯାତ୍ରା। ଦାରୁବ୍ରହ୍ମ ଆଜି ଶ୍ରୀଗୁଣ୍ଡିଚା ମନ୍ଦିରରୁ ବାହୁଡ଼ିବେ। ଏଥିପାଇଁ ଶରଧାବାଲିରେ ୩ ରଥ ଅପେକ୍ଷା କରିଛନ୍ତି। ଏବେ ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଛି। ଧାଡ଼ି ପହଣ୍ଡିରେ ଆସି ରଥରେ ବିଜେ ହୋଇ ଛନ୍ତି ସୁଦର୍ଶନ। ଘଣ୍ଟ, ହୁଳହୁଳିରେ ଶରଧାବାଲି କମ୍ପୁଛି। ପହଣ୍ଡି ଦେଖିବା ପାଇଁ ଶରଧାବାଲି ଭକ୍ତମୟ ହୋଇଉଠିଛି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହୋଇଥିବା ନୀତି ନିର୍ଘଣ୍ଟ ଅନୁଯାୟୀ, ଶନିବାର ଭୋର ୪ଟାରେ ମଙ୍ଗଳ ଆଳତି, ୪ଟା ୧୫ରେ ମଇଲମ, ୪ଟା ୩୦ରେ ତଡ଼ପଲାଗି ଓ ରୋଷହୋମ, ୫ଟାରେ ଅବକାଶ, ୫ଟା ୧୫ରେ ସୂର୍ଯ୍ୟପୂଜା, ୫ଟା ୩୦ରେ ଦ୍ୱାରପାଳ ପୂଜା ଓ ବେଶ ଶେଷ ହୋଇଛି। ସେହିପରି ଗୋପାଳବଲ୍ଲଭ ଓ ସକାଳ ଧୂପ ୫ଟା ୪୫ରୁ ୬ଟା ୪୫, ସେନାପଟାଲାଗି ୭ଟାରୁ ହୋଇ ପହଣ୍ଡି ଆରମ୍ଭ ହୋଇଛି। ମଙ୍ଗଳାର୍ପଣ ୧୧ଟା ୪୫, ପରେ ଡୋରଲାଗି ହୋଇ ୨ଟା ୩୦ରେ ଶେଷ ହେବ। ଅପରାହ୍ନ ୨ଟା ୩୦ରୁ ୩ଟା ୩୦ ପର୍ଯ୍ୟନ୍ତ ଛେରାପହଁରା, ଅପରାହ୍ନ ୩ଟାରୁ ୪ଟା ଭିତରେ ଚାରମାଳ ଫିଟା ସହ ଘୋଡ଼ା ଲାଗିବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ରଥଟଣା ସରିବା ପରେ ରଥ ଉପରେ ଅନ୍ୟାନ୍ୟ ନୀତି ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ପ୍ରଶାସନ ଦ୍ୱାରା ନିର୍ଦ୍ଧାରିତ ନୀତି ନିର୍ଘଣ୍ଟର ଯଥେଷ୍ଟ ପୂର୍ବରୁ ମହାପ୍ରଭୁଙ୍କ ନୀତି ଆରମ୍ଭ ହୋଇଛି ବୋଲି ସେବାୟତମାନଙ୍କ ପକ୍ଷରୁ କୁହାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା କରାଯାଇଛି। ୨୦୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆମ୍ବୁଲାନ୍ସ ଯିବା ପାଇଁ ଗ୍ରୀନ୍‌ କରିଡର ହେବ। ଭକ୍ତଙ୍କ ଉପରେ ପାଣି ସିଞ୍ଚନ କରାଯିବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଦେଶ ଆମେରିକାକୁ ଦେଲା ଝଟକା, ହକ୍ ବଦଳରେ ଭାରତରୁ ଆକାଶ କ୍ଷେପଣାସ୍ତ୍ର କିଣିବ

ନୂଆଦିଲ୍ଲୀ,୭ା୧୨: ଫିଲିପାଇନ୍ସ ଭାରତ ସହିତ ମଧ୍ୟମ ଦୂରଗାମୀ ସର୍ଫେସ ଟୁ ଏୟାର ମିସାଇଲ (SAM) ସିଷ୍ଟମ୍ କିଣିବାକୁ ଆନୁଷ୍ଠାନିକ ଆଲୋଚନା ଆରମ୍ଭ କରିଛି। ଏହି କ୍ଷେପଣାସ୍ତ୍ର...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri