ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ନୀତି

ପୁରୀ,୧୬ା୧୨(ଅଜିତ୍‌ କୁମାର ମହାନ୍ତି): ଧନୁ ସଂକ୍ରାନ୍ତିରେ ସୋମବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲିଭୋଗ ନୀତି ଅନୁଷ୍ଠିତ ହେବ। ଏହି ପହିଲି ଭୋଗ ନୀତି ଧନୁ ସଂକ୍ରାନ୍ତି ଠାରୁ ମକର ସଂକ୍ରାନ୍ତି ପୂର୍ବଦିନ ପର୍ଯ୍ୟନ୍ତ ଦୀର୍ଘ ୧ ମାସ ଧରି ଚାଲିିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି। ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ, ବଡ଼ଝିଲି, ଝିଲି, ବଡ଼ବଡା, କାକରା, ଅମାଲୁ, ଏଣ୍ଡୁରି, ଲଡୁ ଓ ଖଇର ଚୁଳ ପରି ବିଭିନ୍ନ ଭୋଗ ଲାଗି କରାଯିବ। ପ୍ରତ୍ୟେକ ଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତର ଶୋଧ, ମହାପ୍ରଭୁଙ୍କ ମଙ୍ଗଳ ଆଳତି, ତଡପଲାଗି, ଅବକାଶ, ବେଶ ଶେଷ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ। ପହିଲି ଭୋଗ ନିମନ୍ତେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ସ୍ଥିର କରାଯାଇଛି।
ଚଳିତ ମାସ ୧୬ ତାରିଖରୁ ଜାନୁଆରୀ ୧୩ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ପହିଲି ଭୋଗ ନୀତି ଅନୁଷ୍ଠିତ ହେବ। ସେଥିପାଇଁ ରାତ୍ର ୨ଟାରେ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତରଶୋଧ କରାଯିବ। ମଙ୍ଗଳ ଆଳତି ୩ଟା, ରୋଷହୋମ ୩ଟା, ମଇଲମ ଓ ତଡ଼ପ ଲାଗି ୩ଟା ୩୦, ଅବକାଶ ୪ଟା, ସୂର୍ଯ୍ୟପୂଜା ୪ଟା ୪୫, ଦ୍ୱାରପାଳ ପୂଜା ୫ଟା, ବେଶ ଶେଷ ୫ଟା, ପହିଲି ଭୋଗ ଓ ଗୋପାଳବଲ୍ଲଭ ୫ଟା ୩୦ରୁ ୬ଟା, ସକାଳ ଧୂପ (କେବଳ କୋଠଭୋଗ) ୬ଟା ୩୦ରୁ ୮ଟା, ମଇଲମ ଓ ବେଶ ୮ଟା ୨୦ରୁ ୯ଟା, ଭୋଗମଣ୍ଡପ ୭ଟା ୪୫ରୁ ୯ଟା, ମଧ୍ୟାହ୍ଣ ଧୂପ (କେବଳ କୋଠଭୋଗ) ୧୦ରୁ ୧୧ଟା ୩୦, ଦ୍ୱିତୀୟ ଭୋଗମଣ୍ଡପ ୧୧ଟା ୧୫ରୁ ୧ଟା ୩୦, ଦକ୍ଷିଣୀଘର ଭୋଗ ଶେଷ ୧୨ଟା, ଦିବା ପହୁଡ଼ ୨ଟାରେ ହେବ। ସେହିପରି ଦ୍ୱାରଫିଟା ୪ଟା ୩୦, ସନ୍ଧ୍ୟା ଆଳତି ୫ଟା, ମଇଲମ ଓ ବେଶ ଅପରାହ୍ନ ୫ଟାରୁ ୬ଟା, ସନ୍ଧ୍ୟାଧୂପ ୬ଟା ୩୦ରୁ ୮ଟା, ମଇଲମ ୮ଟା ୩୦, ଚନ୍ଦନ ଲାଗି ୯ଟା, ବଡ଼ସିଂହାର ବେଶ ୧୦ଟା, ଭୋଗ ୧୦ଟା ୩୦, ଟୋପରଲାଗି ୧୦ଟା ୪୫ ଏବଂ ରାତ୍ର ପହୁଡ଼ ରାତ୍ର ୧୧ଟାରେ ଅନୁଷ୍ଠିତ ହେବା ନେଇ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ସହ ପୁରୀରେ ଥିବା ଦେବଦେବୀ ଏବଂ ବିଭିନ୍ନ ଯାଗା ଆଖଡ଼ା ପରିସରରେ ମଧ୍ୟ ପହିଲି ଭୋଗ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?