ଆଜିଠୁ ଶ୍ରୀମନ୍ଦିରରେ ପହିଲି ଭୋଗ

ପୁରୀ ଅଫିସ୍‌, ୧୬।୧୨ : ଶ୍ରୀମନ୍ଦିରରେ ଆଜିଠୁ ପହିଲି ଭୋଗ ଆରମ୍ଭ ହୋଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ ହୋଇଛି । ଏହି ନୀତି ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ ।
ଏକ ମାସ ବ୍ୟାପି ମା’ ମହାଲକ୍ଷ୍ମୀ ବାପ ଘରକୁ ଯିବାର ବିଧି ପରମ୍ପରା ଥିବାରୁ, ମାତା ଯଶୋଦା ପହିଲି ଭୋଗରେ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ସକାଳୁ ସକାଳୁ ସୁସ୍ବାଦୁ ବ୍ୟଞ୍ଜନ ପ୍ରସ୍ତୁତ କରିଛନ୍ତି । ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ ତଥା ବଡ ଝିଲି, ଦରସୁଆ ବଡ଼ି, ଦରସୁଆ ଝିଲି, ବଡ଼ବଡ଼ା, କାକରା, ଅମାଲୁ, ନଳୀ, ଏଣ୍ଡୁରି ଆଦି ମହାପ୍ରଭୁଙ୍କୁ ଭୋଗ କରିଛନ୍ତି । ପ୍ରତିଦିନ ସୂର୍ଯ୍ୟ ଉଦୟ ପୂର୍ବରୁ ମହାପ୍ରଭୁଙ୍କ ଅବକାଶ ଓ ମଙ୍ଗଳ ଆଳତୀ ପରେ ମହାପ୍ରଭୁଙ୍କୁ ପହିଲି ଭୋଗ ଲାଗି କରାଯାଏ । ଏହି ଅବସରରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଲାଗି ରହିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ରାଶନ କାର୍ଡ ଅଛି, ଚାଉଳ ମିଳୁନାହିଁ: ୫ ମାସ ଧରି ଅପେକ୍ଷାରେ ହିତାଧିକାରୀ

ଅମରପାଲି, ୧୦ା୭ (ପୀତାମ୍ବର ସାହୁ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ଖାଦ୍ୟ ସୁରକ୍ଷା ଯୋଜନାରେ ବୀରମହାରାଜପୁର ବ୍ଲକରେ ଗୁରୁତର ଅବ୍ୟବସ୍ଥା ଅଭିଯୋଗ ସାମ୍ନାକୁ ଆସିଛି।…

ଅଦିନିଆ ରଥଯାତ୍ରା: ଗଜପତିଙ୍କ ଅନୁରୋଧ, ଇସ୍କନର ଜିଦ୍‌

ବାରମ୍ବାର ଅନୁରୋଧ ଓ ତାଗିଦ୍‌ ସତ୍ତ୍ୱେ ନିଜ ଜିଦ୍‌ରେ ଅଟଳ ରହିଛି ଇସ୍କନ। ଏପରିକି ଗଜପତି ମହାରାଜ ଦିବ୍ୟସିଂହଦେବଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପ୍ରତି…

ମଦ ଦୋକାନ ଉଦ୍‌ଘାଟନ କଲେ ଭାଜପା ନେତା: ପ୍ରତିଶ୍ରୁତି ଭୁଲିଗଲା ଦଳ

ସମ୍ବଲପୁର,୧୦ା୭(ବି.ଶଙ୍କର): ସାଧାରଣ ନିର୍ବାଚନ ପୂର୍ବରୁ ଭାଜପା କ୍ଷମତାକୁ ଆସିଲେ ରାଜ୍ୟକୁ ନିଶାମୁକ୍ତ କରାଯିବ ଏବଂ ମଦ ବନ୍ଦ ହେବ ବୋଲି ପ୍ରତିଶ୍ରୁତି ଦେଇଥିଲା। ଅଥଚ ସରକାର ଗଠନ…

ଇଂଲଣ୍ଡ ବିପକ୍ଷରେ ପରାଜୟ ପରେ ବଡ଼ ବୟାନ ଦେଲେ ଅଧିନାୟକ, ପରିବର୍ତ୍ତନର ସମୟ….

ନୂଆଦିଲ୍ଲୀ,୧୦।୭: ଶ୍ରେୟାସ ଆୟରଙ୍କ ଅଧିନାୟକତ୍ୱରେ, ଭାରତୀୟ ଦଳ ଲଗାତାର ଦ୍ୱିତୀୟ ଟି-୨୦ ଅନ୍ତର୍ଜାତୀୟ ସିରିଜ ହାରିଛି । ଇଂଲଣ୍ଡ ବିପକ୍ଷରେ ଚାଲିଥିବା ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦…

ଫକିର ମୋହନ ବିଶ୍ୱବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କ ଆନ୍ଦୋଳନ, ପରୀକ୍ଷା ବିଳମ୍ବକୁ ନେଇ…

ବାଲେଶ୍ୱର,୧୦।୭( ବାଞ୍ଛାନିଧି ଦେ): ବାଲେଶ୍ଵର ଫକୀର ମୋହନ ବିଶ୍ୱବିଦ୍ୟାଳୟ ସମ୍ମୁଖରେ ଗୁରୁବାର ବିଳମ୍ବିତ ରାତିରେ ଉତ୍ତେଜନା ଦେଖାଦେଇଛି । ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି ଶତାଧିକ ନର୍ସିଂ…

ଲଘୁଚାପ ଆହୁରି ଦୁର୍ବଳ: ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୦ା୭ (ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଦୁର୍ବଳ ହେବାରେ ଲାଗିଛି। ଫଳରେ ପୂର୍ବାପେକ୍ଷା ବର୍ଷା ପରିମାଣ କିଛିଟା କମିଥିଲେ ମଧ୍ୟ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ…

ଜଗମୋହନ ମୀନାଙ୍କ ଇସ୍ତଫାକୁ ନେଇ ପ୍ରଥମଥର ମୁହଁ ଖୋଲିଲେ ଡିଜିପି: କହିଲେ, ମାନସିକ ଚାପ…

ଭୁବନେଶ୍ୱର,୧୦।୭(ତ୍ରିନାଥ ମହାନ୍ତି):ଭୁବନେଶ୍ୱର ଡିସିପି ଜଗମୋହନ ମୀନା ନିକଟରେ ଆଇପିଏସ୍‌ ଚାକିରିରୁ ଇସ୍ତଫା ଦେଇଛନ୍ତି। ଏହି ଇସ୍ତଫାପତ୍ରକୁ ନେଇ ବିଭିନ୍ନ ମହଲରେ ଚର୍ଚ୍ଚା ହେଉଛି। ମାନସିକ ଚାପ ନା…

‘ଇଣ୍ଡିଆନ ଆଇଡଲ’ର ଟପ୍‌-୬ରେ ଜ୍ୟୋତିର୍ମୟୀ: ପ୍ରଶଂସା କଲେ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୭ (ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଜ୍ୟୋତିର୍ମୟୀ ନାୟକ ଜାତୀୟସ୍ତରର ଲୋକପ୍ରିୟ ସଙ୍ଗୀତ ରିଆଲିଟି ଶୋ’ ‘ଇଣ୍ଡିଆନ ଆଇଡଲ-୧୬’ରେ ଦମ୍‌ଦାର ପରଫର୍ମାନ୍ସ ମାଧ୍ୟମରେ ଟପ୍‌-୬ରେ ସ୍ଥାନ ହାସଲ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri