ବରୁଣେଇରେ ପାଇକ ସମାବେଶ

ଖୋର୍ଦ୍ଧା ଅଫିସ,୮ା୧୨: ପୁଣି ପାଇକ ମାଟିରେ ତେଜିଲା ଆନ୍ଦୋଳନ। ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମର ମାନ୍ୟତା, ପାଇକ ରେଜିମେଣ୍ଟ ଗଠନ, ପାଇକବୀରଙ୍କୁ ପେନସନ୍‌ ବ୍ୟବସ୍ଥା, ସ୍ମାରକୀ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ନିମନ୍ତେ ଦାବି ଜୋର୍‌ ହୋଇଛି। ବୁଧବାର ବରୁଣେଇ ପାହାଡ଼ ପାଦଦେଶରେ ପାଇକମାନେ ଏସବୁ ଦାବି ନେଇ ଏକାଠି ହୋଇଛନ୍ତି। ସେମାନେ ଖଣ୍ଡା, ଢାଲ ଧରି ଯୋଦ୍ଧା ବେଶରେ ନାଚି ନାଚି ପ୍ରସ୍ତାବିତ ସ୍ମାରକୀସ୍ଥଳରେ ପହଞ୍ଚିଥିଲେ।

ଓଡ଼ିଶା ରାଜ୍ୟ ପାଇକ ଆଖଡ଼ା ମହାସଂଘ ଏବଂ ଖୋର୍ଦ୍ଧା ବିକାଶ ମଞ୍ଚର ମିଳିତ ଆନୁକୂଲ୍ୟରେ ବିଭିନ୍ନ ଅଞ୍ଚଳରୁ ଆସିଥିବା ପାଇକ ସଙ୍ଗଠନର ସଦସ୍ୟମାନେ ବରୁଣେଇ ପୀଠରେ ଏକାଠି ହୋଇଥିଲେ। ମା’ ବରୁଣେଇ ଏବଂ କରୁଣେଇଙ୍କ ଆଶୀର୍ବାଦ ନେଇ ବୀରବେଶରେ ସଜେଇ ହୋଇ ହାତରେ ଖଣ୍ଡା, ଢାଲ, ତୁରି ଧରି ସେମାନଙ୍କ ଦାବି ପ୍ରତି କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଥିଲେ। ଏହି ସମାବେଶରେ ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ, ମହାସଂଘ ସଭାପତି ପ୍ରକାଶ ଶ୍ରୀଚନ୍ଦନ, ସମ୍ପାଦକ ଦିଲୀପ ଶ୍ରୀଚନ୍ଦନ, ବିକାଶ ମଞ୍ଚ ସଭାପତି ନରେନ୍ଦ୍ର ପୃଷ୍ଟିଙ୍କ ସମେତ ସ୍ଥାନୀୟ ଶିକ୍ଷାବିତ, ବୁଦ୍ଧିଜୀବୀ ଓ ପାଇକ ସଙ୍ଗଠନ ସାମିଲ ହୋଇଥିଲେ। ପ୍ରସ୍ତାବିତ ପାଇକ ସ୍ମାରକୀ ନିର୍ମାଣ ସ୍ଥଳରେ ପହଞ୍ଚି ବୀରବାଦ୍ୟ ତାଳେ ତାଳେ ପାଇକ ସଙ୍ଗଠନର ସଦସ୍ୟମାନେ ଜଣକ ପରେ ଜଣେ ପାଇକ ଆଖଡ଼ା ପରିବେଷଣ କରି ପାଇକ ବିଦ୍ରୋହର ସ୍ମୃତିକୁ ତାଜା କରିଥିଲେ। ବିଧାୟକ ରାଉତରାୟ ହାତରେ ଖଣ୍ଡା ଧରି ଓ ଢୋଲ ବଜାଇ ବୀରବାଦ୍ୟ ତାଳେ ତାଳେ ପାଇକ ଆଖଡ଼ା ଦଳ ସହ ନାଚି ନାଚି ଶୋଭାଯାତ୍ରାରେ ପାଇକ ବିଦ୍ରୋହକୁ ପ୍ରଥମ ସ୍ବାଧୀନତା ସଂଗ୍ରାମ ମାନ୍ୟତା ପାଇଁ ଦାବି କରିଥିଲେ। ରାଉତରାୟ କହିଥିଲେ, ଖୋର୍ଦ୍ଧା ହେଉଛି ବୀର ମାଟି। ୧୮୫୭ର ସିପାହି ବିଦ୍ରୋହ ପୂର୍ବରୁ ଖୋର୍ଦ୍ଧାରେ ୧୮୦୪ରେ ଜୟୀ ରାଜଗୁରୁ ଏବଂ ୧୮୧୭ରେ ବକ୍ସି ଜଗବନ୍ଧୁଙ୍କ ନେତୃତ୍ୱରେ ବ୍ରିଟିଶ ବିରୋଧରେ ପାଇକମାନେ ସଶସ୍ତ୍ର ସଂଗ୍ରାମ କରିଥିଲେ। ପାଇକ ବିଦ୍ରୋହ ଓଡ଼ିଆ ଜାତିର ଅସ୍ମିତା। ପାଇକ ବିଦ୍ରୋହର ଦ୍ୱିଶତ ବାର୍ଷିକୀ ଅବସରରେ ପ୍ରଥମ ସ୍ବାଧୀନତା ମାନ୍ୟତା ଦେଇ ଏବେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଏହାକୁ ପ୍ରତ୍ୟାଖ୍ୟାନ କରିବା ନିନ୍ଦନୀୟ। କେନ୍ଦ୍ରର ଏହି ନିଷ୍ପତ୍ତିକୁ ତୃଣମୂଳସ୍ତରରେ ବିରୋଧ କରାଯିବ। ଆଗାମୀ ଦିନରେ ଖୋର୍ଦ୍ଧାରୁ ଦିଲ୍ଲୀ ପର୍ଯ୍ୟନ୍ତ ଆନ୍ଦୋଳନକୁ ବ୍ୟାପକ କରାଯିବ। ୨୦୧୯ ଡିସେମ୍ବର ୮ରେ ତତ୍କାଳୀନ ରାଷ୍ଟ୍ରପତିଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ପାଇକ ସ୍ମାରକୀ ନିର୍ମାଣ କାର୍ଯ୍ୟ ତ୍ୱରାନ୍ବିତ ଲାଗି ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri