ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ ଜନନୀ ଯନ୍ତ୍ରଣାର ଏକ ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି। ରାସ୍ତା ଅତ୍ୟନ୍ତ ଶୋଚନୀୟ ଥିବାରୁ ପ୍ରସବ ପରେ ଅସୁସ୍ଥ ହୋଇପଡ଼ିଥିବା ଜଣେ ମହିଳା ଓ ତାଙ୍କ ନବଜାତ କନ୍ୟାଙ୍କୁ ପ୍ରାୟ ଅଧା କିଲୋମିଟର ଖଟିଆରେ ବୋହି ଆମ୍ବୁଲାନ୍ସ ନିକଟକୁ ନେବାକୁ ପଡ଼ିଛି।

ସୂଚନା ଅନୁସାରେ, ବାତେରପଡ଼ା ଗାଁ ମାଝୀପଡ଼ାର ଧନସିଂ ମାଝୀଙ୍କ ସ୍ତ୍ରୀ ଆଲିଙ୍ଗଦେଇ ମାଝୀ ମଙ୍ଗଳବାର ଭୋର ପ୍ରାୟ ସାଢ଼େ ୩ଟା ସମୟରେ ପ୍ରସବ ଯନ୍ତ୍ରଣାରେ ଛଟପଟ ହୋଇଥିଲେ। ପରିବାର ଲୋକେ ତାଙ୍କୁ ଡାକ୍ତରଖାନା ନେବା ପାଇଁ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ। ତେବେ ଆମ୍ବୁଲାନ୍ସ ପହଞ୍ଚିବା ପୂର୍ବରୁ ଆଲିଙ୍ଗଦେଇ ଘରେ ଏକ କନ୍ୟା ସନ୍ତାନକୁ ପ୍ରସବ କରିଥିଲେ।

ପରେ ଆମ୍ବୁଲାନ୍ସ ଘଟଣାସ୍ଥଳକୁ ଆସିଥିଲେ ମଧ୍ୟ ରାସ୍ତାର ଅବସ୍ଥା ଅତ୍ୟନ୍ତ ଖରାପ ଥିବାରୁ ଘରଠାରୁ ପ୍ରାୟ ଅଧା କିଲୋମିଟର ଦୂର ସାହୁପଡ଼ା ନିକଟରେ ଅଟକି ରହିଥିଲା। ଆଗକୁ ରାସ୍ତା ଠିକ୍ ନଥିବାରୁ ଆମ୍ବୁଲାନ୍ସ ଗାଁ ଭିତରକୁ ଯାଇପାରି ନ ଥିଲା।

ଏହି ସମୟରେ ଆଶାକର୍ମୀ ସତ୍ୟଭାମା ବିଶୋଇ ଆଲିଙ୍ଗଦେଇଙ୍କ ଘରେ ପହଞ୍ଚିଥିଲେ। ପ୍ରସବ ପରେ ଆଲିଙ୍ଗଦେଇ ଅସୁସ୍ଥ ହୋଇପଡ଼ିବାରୁ ଆଶାକର୍ମୀ ଓ ଗ୍ରାମବାସୀଙ୍କ ସହଯୋଗରେ ପରିବାର ଲୋକେ ମା’ ଓ ନବଜାତ ଶିଶୁକୁ ପ୍ରାୟ ଅଧା କିଲୋମିଟର ଖଟିଆରେ ବୋହି ସାହୁପଡ଼ା ନିକଟରେ ଅଟକିଥିବା ଆମ୍ବୁଲାନ୍ସ ପର୍ଯ୍ୟନ୍ତ ନେଇଥିଲେ।

ସେଠାରୁ ଆମ୍ବୁଲାନ୍ସ ଯୋଗେ ଆଲିଙ୍ଗଦେଇ ଓ ତାଙ୍କ ନବଜାତ କନ୍ୟାଙ୍କୁ ଲାଞ୍ଜିଗଡ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇ ଭର୍ତ୍ତି କରାଯାଇଥିଲା। ପରିବାର ଲୋକଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ମା’ ଓ ଝିଅ ଉଭୟ ସୁସ୍ଥ ଅଛନ୍ତି।

ଅନ୍ୟପକ୍ଷରେ, ଦୁର୍ଗମ ଅଞ୍ଚଳରେ ସବୁଦିନିଆ ରାସ୍ତା ନଥିବାରୁ ଗ୍ରାମବାସୀଙ୍କୁ ବିଭିନ୍ନ ସମୟରେ ଯାତାୟାତ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି। ବିଶେଷକରି ଗୁରୁତର ରୋଗୀ ଓ ଗର୍ଭବତୀ ମହିଳାଙ୍କ ପାଇଁ ଏହି ସମସ୍ୟା ଅଧିକ ଗମ୍ଭୀର ହୋଇପଡ଼ୁଛି। ଗାଁକୁ ଆମ୍ବୁଲାନ୍ସ ପହଞ୍ଚିପାରୁ ନ ଥିବାରୁ ଏଭଳି ପରିସ୍ଥିତିରେ ରୋଗୀଙ୍କୁ ଖଟିଆରେ ବୋହି ନେବାକୁ ପଡ଼ୁଛି।

କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ପାଇଁ ବିଭିନ୍ନ ଯୋଜନାରେ ଅର୍ଥ ଖର୍ଚ୍ଚ କରୁଥିବା ସତ୍ତ୍ୱେ ବାତେରପଡ଼ା ଭଳି ଦୁର୍ଗମ ଅଞ୍ଚଳରେ ଏଯାବତ୍ ସୁଦ୍ଧା ଯାତାୟାତ ପାଇଁ ସୁବିଧାଜନକ ରାସ୍ତା ନ ଥିବାରୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ତୁରନ୍ତ ଗାଁକୁ ସବୁଦିନିଆ ରାସ୍ତା ନିର୍ମାଣ ସହ ଆମ୍ବୁଲାନ୍ସ ସେବା ସୁନିଶ୍ଚିତ କରିବାକୁ ଗ୍ରାମବାସୀ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri