ବିକଶିତ ଅଞ୍ଚଳରେ ବି ଜନନୀ ଯନ୍ତ୍ରଣା

ଯୋଡ଼ା,୨୬।୭ (ଡି.ଏନ.ଏ.) କେନ୍ଦୁଝର ଜିଲାରେ ଏକାଧିକ ଖଣି ଖାଦାନ ଓ କାରଖାନା ରହିଥିବା ବେଳେ ସରକାର ହଜାର ହଜାର କୋଟି ଟଙ୍କା ରାଜସ୍ବ ଲାଭ କରୁଛନ୍ତି। ଏହା ବ୍ୟତୀତ ଜିଲା ଖଣିଜ ପାଣ୍ଠି ( ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ )ରେ ବହୁ ଟଙ୍କା ଗଚ୍ଛିତ ହୋଇ ରହିଥିଲେ ସୁଦ୍ଧା ଏବେ ବି ବିକଶିତ ଅଞ୍ଚଳରେ ଜନନୀ ଯନ୍ତ୍ରଣା ଭଳି ଘଟଣା ଦେଖିବାକୁ ମିଳିଛି। ପକ୍କା ସଡ଼କ ନ ଥିବାରୁ ସ୍ବାସ୍ଥ୍ୟସେବା ପାଇବାକୁ ଗର୍ଭବତୀଙ୍କୁ ଖଟିଆରେ ବୁହାଯାଉଛି। ଏଭଳି ଘଟଣା ଘଟିଛି ଯୋଡ଼ା ବ୍ଲକ ବଲାଣି ପଞ୍ଚାୟତ ଲୋଟାପାଣି ଗ୍ରାମରେ।
ପକ୍କା ସଡକ ନ ଥିବାରୁ ଗ୍ରାମକୁ ଜନନୀ ଏକ୍ସପ୍ରେସ ପହଞ୍ଚି ପାରିଲାନି। ପ୍ରାୟ ଏକ ସପ୍ତାହ ତଳେ ଜଣେ ଗର୍ଭବତୀଙ୍କୁ ଦୀର୍ଘ ୨ କି.ମି. ଖଟିଆରେ ବୁହା ହେବା ପରେ ଆମ୍ବୁଲାନ୍ସର ସୁବିଧା ଯୋଗାଇ ଦିଆଯାଇଥିଲା ବୋଲି ରବିବାର ଏବିଷୟରେ ଜଣାପଡ଼ିଛି। ସୂଚନା ଅନୁସାରେ ଲୋଟାପାଣି ଗ୍ରାମର ବିପିନ ମୁଣ୍ଡାଙ୍କ ସ୍ତ୍ରୀଙ୍କର ଯନ୍ତ୍ରଣା ଆରମ୍ଭ ହେବା ପରେ ସେ ଜନନୀ ଏକ୍ସପ୍ରେସର ସହାୟତା ଲୋଡ଼ିଥିଲେ। ତେବେ କଚ୍ଚା ଓ କାଦୁଅ ରାସ୍ତାରେ ଆମ୍ବୁଲାନ୍ସ ତାଙ୍କ ଘର ପର୍ଯ୍ୟନ୍ତ ପହଞ୍ଚି ପାରି ନ ଥିଲା। ଶେଷରେ ଗାଁ ମୁଣ୍ଡରେ ଆମ୍ବୁଲାନ୍ସଟି ଅଟକି ଯାଇଥିଲା। ଗ୍ରାମବାସୀ ଗର୍ଭବତୀଙ୍କୁ ଖଟିଆରେ ବୋହିକି ସେଠାରେ ପହଞ୍ଚାଇବାପରେ ସେ ସ୍ବାସ୍ଥ୍ୟ ସେବା ପାଇପାରିଥିଲେ। ନିର୍ବାଚିତ ଜନ ପ୍ରତିନିଧି ନିଜ ଅଞ୍ଚଳ ପ୍ରତି ଆନ୍ତରିକତା ଦେଖାଇଲେ ଓ ଜିଲା ପ୍ରଶାସନ ଅଧିକାରୀ ନିଜର କର୍ତ୍ତବ୍ୟ ସମ୍ପାଦନ କଲେ ବାସ୍ତବରେ ଅଞ୍ଚଳ ବିକଶିତ ହୋଇ ପାରିବ ବୋଲି ଜନ ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ପୋତି ହୋଇଯାଉଛି ବିରୂପା ନଦୀଶଯ୍ୟା, ଜଳପଥ ନିର୍ମାଣ ପ୍ରସ୍ତାବ ସନ୍ଦୀହାନ

ଚଣ୍ଡିଖୋଲ,୨୭ା୩(ପ୍ରଦୀପ୍ତ କୁମାର ପୃଷ୍ଟି): ମହାନଦୀର ଶାଖା ନଦୀ ହେଉଛି ବିରୂପା ଓ ଗେଙ୍ଗୁଟି। ଦୀର୍ଘ ବର୍ଷ ହେବ ଏହି ନଦୀଖନନ ନ ହେବା ଦ୍ବାରା ନଦୀ ଶଯ୍ୟା…

ବଦଳିଲେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି, ଏହି ବ୍ୟକ୍ତିଙ୍କୁ ମିଳିଲା ଦାୟିତ୍ୱ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ପଟ୍ଟାଙ୍ଗି,୨୭।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ନିମନ୍ତେ ବିଧାୟକ ରାମଚନ୍ଦ୍ର କାଡାମଙ୍କ ପ୍ରତିନିଧି ଭାବେ ଗୁପ୍ତ ଶଙ୍କର ପଟ୍ଟନାୟକଙ୍କୁ ବିଧାୟକ କାଡାମ ମନୋନୀତ କରିଛନ୍ତି।…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ…

ରାମନବମୀରେ ନନ୍ଦପୁର ଚଳଚଞ୍ଚଳ: ରାମ-ସୀତାଙ୍କ ବିବାହ ନୀତି ପରେ…

ନନ୍ଦପୁର,୨୭ା୩(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳ ରାମନବମୀ ପାଳନ ପାଇଁ ଚଳଚଞ୍ଚଳ ହୋଇପଡ଼ିଛି। ନନ୍ଦପୁର ଗଉଡ଼ ସାହି ସ୍ଥିତ ଐତିହାସିକ ରାମମନ୍ଦିର ଓ ରାମଲୀଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri