ବିକଶିତ ଅଞ୍ଚଳରେ ବି ଜନନୀ ଯନ୍ତ୍ରଣା

ଯୋଡ଼ା,୨୬।୭ (ଡି.ଏନ.ଏ.) କେନ୍ଦୁଝର ଜିଲାରେ ଏକାଧିକ ଖଣି ଖାଦାନ ଓ କାରଖାନା ରହିଥିବା ବେଳେ ସରକାର ହଜାର ହଜାର କୋଟି ଟଙ୍କା ରାଜସ୍ବ ଲାଭ କରୁଛନ୍ତି। ଏହା ବ୍ୟତୀତ ଜିଲା ଖଣିଜ ପାଣ୍ଠି ( ଡିଷ୍ଟ୍ରିକ୍ଟ ମିନେରାଲ ଫାଉଣ୍ଡେଶନ )ରେ ବହୁ ଟଙ୍କା ଗଚ୍ଛିତ ହୋଇ ରହିଥିଲେ ସୁଦ୍ଧା ଏବେ ବି ବିକଶିତ ଅଞ୍ଚଳରେ ଜନନୀ ଯନ୍ତ୍ରଣା ଭଳି ଘଟଣା ଦେଖିବାକୁ ମିଳିଛି। ପକ୍କା ସଡ଼କ ନ ଥିବାରୁ ସ୍ବାସ୍ଥ୍ୟସେବା ପାଇବାକୁ ଗର୍ଭବତୀଙ୍କୁ ଖଟିଆରେ ବୁହାଯାଉଛି। ଏଭଳି ଘଟଣା ଘଟିଛି ଯୋଡ଼ା ବ୍ଲକ ବଲାଣି ପଞ୍ଚାୟତ ଲୋଟାପାଣି ଗ୍ରାମରେ।
ପକ୍କା ସଡକ ନ ଥିବାରୁ ଗ୍ରାମକୁ ଜନନୀ ଏକ୍ସପ୍ରେସ ପହଞ୍ଚି ପାରିଲାନି। ପ୍ରାୟ ଏକ ସପ୍ତାହ ତଳେ ଜଣେ ଗର୍ଭବତୀଙ୍କୁ ଦୀର୍ଘ ୨ କି.ମି. ଖଟିଆରେ ବୁହା ହେବା ପରେ ଆମ୍ବୁଲାନ୍ସର ସୁବିଧା ଯୋଗାଇ ଦିଆଯାଇଥିଲା ବୋଲି ରବିବାର ଏବିଷୟରେ ଜଣାପଡ଼ିଛି। ସୂଚନା ଅନୁସାରେ ଲୋଟାପାଣି ଗ୍ରାମର ବିପିନ ମୁଣ୍ଡାଙ୍କ ସ୍ତ୍ରୀଙ୍କର ଯନ୍ତ୍ରଣା ଆରମ୍ଭ ହେବା ପରେ ସେ ଜନନୀ ଏକ୍ସପ୍ରେସର ସହାୟତା ଲୋଡ଼ିଥିଲେ। ତେବେ କଚ୍ଚା ଓ କାଦୁଅ ରାସ୍ତାରେ ଆମ୍ବୁଲାନ୍ସ ତାଙ୍କ ଘର ପର୍ଯ୍ୟନ୍ତ ପହଞ୍ଚି ପାରି ନ ଥିଲା। ଶେଷରେ ଗାଁ ମୁଣ୍ଡରେ ଆମ୍ବୁଲାନ୍ସଟି ଅଟକି ଯାଇଥିଲା। ଗ୍ରାମବାସୀ ଗର୍ଭବତୀଙ୍କୁ ଖଟିଆରେ ବୋହିକି ସେଠାରେ ପହଞ୍ଚାଇବାପରେ ସେ ସ୍ବାସ୍ଥ୍ୟ ସେବା ପାଇପାରିଥିଲେ। ନିର୍ବାଚିତ ଜନ ପ୍ରତିନିଧି ନିଜ ଅଞ୍ଚଳ ପ୍ରତି ଆନ୍ତରିକତା ଦେଖାଇଲେ ଓ ଜିଲା ପ୍ରଶାସନ ଅଧିକାରୀ ନିଜର କର୍ତ୍ତବ୍ୟ ସମ୍ପାଦନ କଲେ ବାସ୍ତବରେ ଅଞ୍ଚଳ ବିକଶିତ ହୋଇ ପାରିବ ବୋଲି ଜନ ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ବାରିପଦାରେ ନିର୍ମାଣ ହେବ ବିମାନବନ୍ଦର ପରି ଅତ୍ୟାଧୁନିକ ‘ଅଟଳ ବସ୍ ଷ୍ଟାଣ୍ଡ’

ବାରିପଦା,୨୩।୧୨: ମୟୂରଭଞ୍ଜ ଜିଲାର ବାରିପଦା ସହରରେ ବିମାନବନ୍ଦର ଭଳି ସୁବିଧା ସମ୍ପନ୍ନ ଏକ ସୁସଜ୍ଜିତ ‘ଅଟଳ ବସ୍ ଷ୍ଟାଣ୍ଡ’ ନିର୍ମାଣ କରାଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri