ଯନ୍ତ୍ରଣା ଦେଉଛି ଅସମ୍ପୂର୍ଣ୍ଣ ରାସ୍ତା, ଡ୍ରେନ

ବାସୁଦେବପୁର,୮।୫(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ହେଲେ ସହରର ବିଭିନ୍ନ ସମସ୍ୟା ସହରବାସୀ ଏବଂ ବ୍ୟବସାୟୀଙ୍କୁ ଯନ୍ତ୍ରଣା ଦେଉଛି।

ଧାମରା-ଜାମୁଝାଡ଼ି ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ଯୋଗୁ ଦୀର୍ଘ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ କାର୍ଯ୍ୟ ଶେଷ ହୋଇପାରୁ ନାହିଁ। ଏପରି କି ଡ୍ରେନ କାର୍ଯ୍ୟ ମଧ୍ୟ ଅସମ୍ପୂର୍ଣ୍ଣ ହୋଇପଡ଼ିଛି। ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ୨ବର୍ଷ ମଧ୍ୟରେ ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ବାସୁଦେବପୁର ସହରର ତାରିଣୀ ଛକରୁ ମାତାଜୀ ମଠ ଛକ ପର୍ଯ୍ୟନ୍ତ ରାସ୍ତା ଓ ଡ୍ରେନ କାର୍ଯ୍ୟ ବର୍ତ୍ତମାନ ଅଧପନ୍ତରିଆ ହୋଇରହିଛି। ଫଳରେ ଏହା ବ୍ୟବସାୟୀଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପକାଉଛି। ଅସରାଏ ବର୍ଷା ହେଲେ ଦୋକାନରେ ପାଣି ପସୁଛି। ରାସ୍ତା ତଳୁ ଡ୍ରେନକୁ ମାଟି ଧସିବା ଯୋଗୁ ରାସ୍ତାର ସ୍ଥାୟୀତ୍ୱ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ରାସ୍ତା ନିର୍ମାଣକାରୀ ସଂସ୍ଥାର ମନମୁଖୀ କାର୍ଯ୍ୟ ପାଇଁ ବ୍ୟବସାୟୀ ଓ ଜନସାଧାରଣଙ୍କ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଛି। ଆଗକୁ ଲଘୁଚାପ ଜନିତ ବର୍ଷା ଓ ବାତ୍ୟା ନେଇ ପ୍ରଶାସନ ଲୋକଙ୍କୁ ସଜାଗ କରୁଛି। ହେଲେ ସହରର ମୁଖ୍ୟ ବଜାରର ମୌଳିକ ସମସ୍ୟା ପ୍ରତି ପ୍ରଶାସନ ଧ୍ୟାନ ନ ଦେବା ତଥା ରାସ୍ତା ନିର୍ମାଣକାରୀ ସଂସ୍ଥା ପ୍ରତି କୋହଳ ମନୋଭାବ ପୋଷଣ କରିବା ସାଧାରଣରେ ଅସନ୍ତୋଷ ସୃଷ୍ଟି କରୁଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ବିଦ୍ୟାଳୟରେ ପାଇଖାନା ନ ଥିବା ଘଟଣାକୁ ସହୃଦୟର ସହ ନେଲେ ବିଡିଓ, କହିଲେ ୩ ମାସରେ…

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ ୬...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

୬୫ ବର୍ଷ ବିଦ୍ୟାଳୟରେ ପାଇଖାନା କି ମୌଳିକ ସୁବିଧା ନାହିଁ:  ପିଲାଙ୍କ ପାଇଁ ପାହାଡ ଜଙ୍ଗଲ ହିଁ ଭରସା 

ଦାରିଙ୍ଗବାଡି,୭।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ସ୍ଥାପନ ହେବାର ଏହାରି ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri