ଯନ୍ତ୍ରଣା ଦେଉଛି ଅସମ୍ପୂର୍ଣ୍ଣ ରାସ୍ତା, ଡ୍ରେନ

ବାସୁଦେବପୁର,୮।୫(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ସହର ଏକ ପୁରାତନ ବ୍ୟବସାୟିକ ପେଣ୍ଠସ୍ଥଳ। ହେଲେ ସହରର ବିଭିନ୍ନ ସମସ୍ୟା ସହରବାସୀ ଏବଂ ବ୍ୟବସାୟୀଙ୍କୁ ଯନ୍ତ୍ରଣା ଦେଉଛି।

ଧାମରା-ଜାମୁଝାଡ଼ି ପର୍ଯ୍ୟନ୍ତ ରାସ୍ତା ପ୍ରଶସ୍ତିକରଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଥିବା ଯୋଗୁ ଦୀର୍ଘ ୨ ବର୍ଷରୁ ଊର୍ଦ୍ଧ୍ୱ ହେବ କାର୍ଯ୍ୟ ଶେଷ ହୋଇପାରୁ ନାହିଁ। ଏପରି କି ଡ୍ରେନ କାର୍ଯ୍ୟ ମଧ୍ୟ ଅସମ୍ପୂର୍ଣ୍ଣ ହୋଇପଡ଼ିଛି। ଫଳରେ ପ୍ରତିଦିନ ଦୁର୍ଘଟଣା ଘଟୁଛି। ୨ବର୍ଷ ମଧ୍ୟରେ ଦୁର୍ଘଟଣାରେ ୧୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ବାସୁଦେବପୁର ସହରର ତାରିଣୀ ଛକରୁ ମାତାଜୀ ମଠ ଛକ ପର୍ଯ୍ୟନ୍ତ ରାସ୍ତା ଓ ଡ୍ରେନ କାର୍ଯ୍ୟ ବର୍ତ୍ତମାନ ଅଧପନ୍ତରିଆ ହୋଇରହିଛି। ଫଳରେ ଏହା ବ୍ୟବସାୟୀଙ୍କ ଜୀବନ ଜୀବିକା ଉପରେ ପ୍ରଭାବ ପକାଉଛି। ଅସରାଏ ବର୍ଷା ହେଲେ ଦୋକାନରେ ପାଣି ପସୁଛି। ରାସ୍ତା ତଳୁ ଡ୍ରେନକୁ ମାଟି ଧସିବା ଯୋଗୁ ରାସ୍ତାର ସ୍ଥାୟୀତ୍ୱ ନେଇ ମଧ୍ୟ ପ୍ରଶ୍ନ ଉଠିଛି। ରାସ୍ତା ନିର୍ମାଣକାରୀ ସଂସ୍ଥାର ମନମୁଖୀ କାର୍ଯ୍ୟ ପାଇଁ ବ୍ୟବସାୟୀ ଓ ଜନସାଧାରଣଙ୍କ ମହଲରେ ଅସନ୍ତୋଷ ସୃଷ୍ଟି ହୋଇଛି। ଆଗକୁ ଲଘୁଚାପ ଜନିତ ବର୍ଷା ଓ ବାତ୍ୟା ନେଇ ପ୍ରଶାସନ ଲୋକଙ୍କୁ ସଜାଗ କରୁଛି। ହେଲେ ସହରର ମୁଖ୍ୟ ବଜାରର ମୌଳିକ ସମସ୍ୟା ପ୍ରତି ପ୍ରଶାସନ ଧ୍ୟାନ ନ ଦେବା ତଥା ରାସ୍ତା ନିର୍ମାଣକାରୀ ସଂସ୍ଥା ପ୍ରତି କୋହଳ ମନୋଭାବ ପୋଷଣ କରିବା ସାଧାରଣରେ ଅସନ୍ତୋଷ ସୃଷ୍ଟି କରୁଛି। ଜିଲା ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ତୁରନ୍ତ ସମସ୍ୟାର ସମାଧାନ କରିବାକୁ ସାଧାରଣରେ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri