ବିଦ୍ୟୁତ ଆଘାତରେ ଆସି ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ, ନିଯୁକ୍ତି ଦାବିରେ ମୃତଦେହ ରଖି ରାସ୍ତାରୋକୋ

ବ୍ରହ୍ମପୁର, ୧୭/୩(ସୁବାସ ଚନ୍ଦ୍ର ପାଢ଼ୀ): ବିଦ୍ୟୁତ ତାର ଆଘାତରେ ଜଣେ ରଙ୍ଗମିସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ସଦର ଥାନା ଅନ୍ତର୍ଗତ ଲାଠୀ ଗ୍ରାମ କୁମ୍ଭାର ସାହିର ସନ୍ତୋଷ କୁମାର ବେହେରା(୫୨)। ଖବରପାଇ ତାଙ୍କର ପୁଅ ପୂର୍ଣଚନ୍ଦ୍ର ବେହେରା ଓ ଗ୍ରାମର କିଛି ଲୋକ ସେଠାରେ ପହଞ୍ଚିଥିଲେ। ରାସ୍ତା ଉପରେ ବାପାଙ୍କ ମୃତଦେହ ରଖି ରାସ୍ତାରୋକୋ କରିଛନ୍ତି। ମୃତକଙ୍କ ପୁଅଙ୍କୁ ନିଯୁକ୍ତି ଦାବିରେ ଗ୍ରାମବାସୀ ଦୀର୍ଘଘଣ୍ଟା ଧରି ରାସ୍ତା ଉପରେ ବସି ରହିଛନ୍ତି। ଉକ୍ତ ରାସ୍ତାଟି ମୁଖ୍ୟ ରାସ୍ତା ହୋଇଥିବାରୁ ଉଭୟ ପଟରୁ ଯାତାୟାତ କରୁଥିବା ଶତାଧିକ ଯାନବାହନ ଅଟକି ରହିଥିବା ବେଳେ ସାଧାରଣ ଲୋକଙ୍କ ଯାତାୟାତ ବନ୍ଦ ରହିଛି। ସେଠାରେ ପରିସ୍ଥିତି ଉତ୍ତେଜନା ରହିଛି। ଗୋଶାଣିନୁଆଗାଁ ପୋଲିସ ସେଠାରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ରାସ୍ତାରୋକୋ ହଟିନାହିଁ।

ଘଟଣାରୁ ପ୍ରକାଶ ଯେ ,ଉକ୍ତ ସନ୍ତୋଷ ଜଣେ ରଙ୍ଗମିସ୍ତ୍ରୀ । ସେ କିଛିଦିନ ହେଲା ଗୋଶାଣିନୁଆଗାଁ ଥାନା ଅନ୍ତର୍ଗତ ଶିବାନନ୍ଦ ନଗରରେ ଜଣେ ଲୋକଙ୍କ ଘରେ ରଙ୍ଗ କାମ କରୁଥିଲେ। ସୋମବାର ଅପରାହ୍ନରେ ସେ ଉକ୍ତ ବ୍ୟକ୍ତିଙ୍କ ଛାତରେ ରଙ୍ଗ ଦେଉଥିଲେ। ହେଲେ ଉକ୍ତ ଛାତ ଉପର ଦେଇ ଯାଇଥିବା ଏକ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ସେ ଆସି ଗୁରୁତର ଭାବେ ଛିଟିକି ପଡ଼ିଥିଲେ। ଘର ମାଲିକ ମୃତ ସନ୍ତୋଷଙ୍କ ପୁଅକୁ ଏନେଇ ଜଣାଇଥିଲେ। ପରେ ସେ ଗ୍ରାମର ଲୋକମାନଙ୍କ ସହ ସେଠାରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?