ଟୋକିଓ ଅଲିମ୍ପିକ୍ସରେ ପ୍ରଦର୍ଶିତ ହେବ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା

କଟକ ଅଫିସ, ୨୪।୭: ଚଳିତବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶନ ହେବ। ଏ ନେଇ ଇଣ୍ଡିଆନ କଣ୍ଟେମ୍ପୋରାରୀ ଆର୍ଟିଷ୍ଟ ଆସୋସିଏସନ ପକ୍ଷରୁ ଆନ୍ତର୍ଜାତିକ ଭର୍ଚୁଆଲ ଚିତ୍ରକଳା ପ୍ରଦର୍ଶନୀ ‘ଅଲିମ୍ପିଆ’ ମାଧ୍ୟମରେ ଟୋକିଓର ମେମୋରିଆଲ ହଲରେ ଚିତ୍ରଗୁଡିକର ଭିଡିଓ ପ୍ରଦର୍ଶନ କରାଯିବ। କଟକର ଆଇସିଏଏ ପ୍ରାଙ୍ଗଣରେ ଶୁକ୍ରବାର ଉକ୍ତ ଭର୍ଚୁଆଲ ଚିତ୍ରକଳା ପ୍ରଦର୍ଶନୀ ‘ଅଲିମ୍ପିଆ’କୁ କ୍ରୀଡାବିତ୍‌ ଦିଲୀପ ତିର୍କୀ ଉଦ୍‌ଘାଟନ କରିଥିଲେ। ଓଡ଼ିଶାରୁ ୭୦ ଜଣ ଜାତୀୟ ଓ ଆନ୍ତର୍ଜାତୀୟ ଚିତ୍ରଶିଳ୍ପୀ ଏଥିରେ ଭାଗ ନେଇଛନ୍ତି। ଅନ୍ତର୍ଜାତୀୟ ଅଲିମ୍ପିକ ପରିଚାଳନା କମିଟିରୁ ସ୍ବୀକୃତି ମିଳିବା ପରେ ଏହି ଚିତ୍ରଗୁଡିକ ଭିଡିଓ ମାଧ୍ୟମରେ ଟୋକିଓ ଅଲିମ୍ପିକ୍ସକୁ ପଠାଯାଇଛି। ଏହି କାର୍ଯ୍ୟକ୍ରମରେ ସଙ୍ଗଠନ ସମ୍ପାଦକ ତଥା ଚିତ୍ରଶିଳ୍ପୀ ସଞ୍ଜୀବ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ଏହି ଚିତ୍ରକଳା ପ୍ରଦର୍ଶନରେ ଓଡ଼ିଶାରୁ ଚିତ୍ରଶିଳ୍ପୀ ମିନକେତନ ପଟ୍ଟନାୟକ, ଶ୍ରୀହର୍ଶ ଶୁକ୍ଲା, ରାଜୀବ ଲୋଚନ ସାହୁ, ମମତା ସାମନ୍ତରାୟ, ଦୀପ୍ତିମୟୀ ପାଢ଼ୀ, ମହମ୍ମଦ ଅନୁୱାର, ଡ. ରଞ୍ଜନ ମଲ୍ଲିକ, ମନୋଜ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri