ଟୋକିଓ ଅଲିମ୍ପିକ୍ସରେ ପ୍ରଦର୍ଶିତ ହେବ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା

କଟକ ଅଫିସ, ୨୪।୭: ଚଳିତବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶନ ହେବ। ଏ ନେଇ ଇଣ୍ଡିଆନ କଣ୍ଟେମ୍ପୋରାରୀ ଆର୍ଟିଷ୍ଟ ଆସୋସିଏସନ ପକ୍ଷରୁ ଆନ୍ତର୍ଜାତିକ ଭର୍ଚୁଆଲ ଚିତ୍ରକଳା ପ୍ରଦର୍ଶନୀ ‘ଅଲିମ୍ପିଆ’ ମାଧ୍ୟମରେ ଟୋକିଓର ମେମୋରିଆଲ ହଲରେ ଚିତ୍ରଗୁଡିକର ଭିଡିଓ ପ୍ରଦର୍ଶନ କରାଯିବ। କଟକର ଆଇସିଏଏ ପ୍ରାଙ୍ଗଣରେ ଶୁକ୍ରବାର ଉକ୍ତ ଭର୍ଚୁଆଲ ଚିତ୍ରକଳା ପ୍ରଦର୍ଶନୀ ‘ଅଲିମ୍ପିଆ’କୁ କ୍ରୀଡାବିତ୍‌ ଦିଲୀପ ତିର୍କୀ ଉଦ୍‌ଘାଟନ କରିଥିଲେ। ଓଡ଼ିଶାରୁ ୭୦ ଜଣ ଜାତୀୟ ଓ ଆନ୍ତର୍ଜାତୀୟ ଚିତ୍ରଶିଳ୍ପୀ ଏଥିରେ ଭାଗ ନେଇଛନ୍ତି। ଅନ୍ତର୍ଜାତୀୟ ଅଲିମ୍ପିକ ପରିଚାଳନା କମିଟିରୁ ସ୍ବୀକୃତି ମିଳିବା ପରେ ଏହି ଚିତ୍ରଗୁଡିକ ଭିଡିଓ ମାଧ୍ୟମରେ ଟୋକିଓ ଅଲିମ୍ପିକ୍ସକୁ ପଠାଯାଇଛି। ଏହି କାର୍ଯ୍ୟକ୍ରମରେ ସଙ୍ଗଠନ ସମ୍ପାଦକ ତଥା ଚିତ୍ରଶିଳ୍ପୀ ସଞ୍ଜୀବ ପଟ୍ଟନାୟକ ଅଧ୍ୟକ୍ଷତା କରିଥିଲେ। ଏହି ଚିତ୍ରକଳା ପ୍ରଦର୍ଶନରେ ଓଡ଼ିଶାରୁ ଚିତ୍ରଶିଳ୍ପୀ ମିନକେତନ ପଟ୍ଟନାୟକ, ଶ୍ରୀହର୍ଶ ଶୁକ୍ଲା, ରାଜୀବ ଲୋଚନ ସାହୁ, ମମତା ସାମନ୍ତରାୟ, ଦୀପ୍ତିମୟୀ ପାଢ଼ୀ, ମହମ୍ମଦ ଅନୁୱାର, ଡ. ରଞ୍ଜନ ମଲ୍ଲିକ, ମନୋଜ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମହାପ୍ରଭୁ ଜଗନ୍ନାଥ’ ଚଳଚ୍ଚିତ୍ର ଉପରେ ଅଙ୍କୁଶ ଲଗାଇଲେ କୋର୍ଟ, ଅନ୍ୟାଦେଶ ପର୍ଯ୍ୟନ୍ତ…

କଟକ,୧୫l୭(ପ୍ରଭୁକଲ୍ୟାଣ ପାଲ): ଆନିମେଟେଡ୍ ଚଳଚ୍ଚିତ୍ର (ମହାପ୍ରଭୁ ଜଗନ୍ନାଥ) ମୁକ୍ତିଲାଭ ଉପରେ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି ଓଡ଼ିଶା ହାଇକୋର୍ଟ। ଅନ୍ୟାଦେଶ ପର୍ଯ୍ୟନ୍ତ ଚଳଚ୍ଚିତ୍ର ପ୍ରଦର୍ଶନ ନ କରିବାକୁ ହାଇକୋର୍ଟଙ୍କ…

ଚାଷୀ ପ୍ରତିନିଧି-ଅଧିକାରୀଙ୍କ ଦ୍ୱିପାକ୍ଷିକ ବୈଠକ, ପ୍ରତଶ୍ରୁତି ମିଳିବା ପରେ…

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ଅଧିକ ଧାନ ଉପତ୍ାଦନ ପାଇଁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଏଠାରେ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଯାଇଛି। ରବିଧାନ ବିକ୍ରିବଟାରେ…

ଇଂଲଣ୍ଡରେ ବଡ଼ ବିବାଦରେ ଛନ୍ଦି ହେଲେ ବିରାଟ କୋହଲି, ବଡିଗାର୍ଡ କଲେ ଏଭଳି କାଣ୍ଡ

ନୂଆଦିଲ୍ଲୀ,୧୫ା୭: ଇଂଲଣ୍ଡ ବିପକ୍ଷ ODI ସିରିଜ୍ ସମୟରେ ବିରାଟ କୋହଲି ଏକ ବଡ଼ ବିବାଦରେ ଫସିଯାଇଛନ୍ତି । ତାଙ୍କ ଅଙ୍ଗରକ୍ଷୀ ଇଂଲଣ୍ଡରେ ଭାରତୀୟ ସାମ୍ବାଦିକଙ୍କ ପ୍ରତି ଖୋଲାଖୋଲି…

ଟିକେଟ୍ ବୁକିଂ ହେବ ସୁପରଫାଷ୍ଟ! ଲଞ୍ଚ ହେଲା IRCTCର ନୂଆ ୱେବସାଇଟ୍‌, ଯାତ୍ରୀଙ୍କୁ ମିଳିବ ଏହି ସବୁ ବଡ଼ ସୁବିଧା

ନୂଆଦିଲ୍ଲୀ,୧୫।୭: ଭାରତୀୟ ରେଳବାଇ ଏହାର ଅନଲାଇନ୍ ଟିକେଟ୍ ବୁକିଂ ସିଷ୍ଟମକୁ ଆଧୁନିକୀକରଣ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। IRCTC ଜନସାଧାରଣଙ୍କ ପାଇଁ ଏହାର ନୂତନ…

ବୋମାମାଡ଼ କରି ହତ୍ୟା ଉଦ୍ୟମ: ମାଷ୍ଟରମାଇଣ୍ଡଙ୍କ ସମେତ ୩ ଗଲେ ଜେଲ୍‌, ଅଭିଯୁକ୍ତଙ୍କ ନାଁରେ ରହିଛି କେସ୍‌ର ଲମ୍ବା ତାଲିକା

ଦିଗପହଣ୍ଡି,୧୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ୍‌.ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି ତାଙ୍କୁ ଏବଂ ତାଙ୍କ…

ମାଜିଷ୍ଟ୍ରେଟଙ୍କ ଆଦେଶ ପରେ ହାଜର ହୋଇନଥିଲେ ଦୁଇ ଭାଇ, ଗଲେ ଜେଲ୍

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ଟୁକୁନା ବିଶ୍ଵାଳ ଓ ମଙ୍ଗୁଳୁ ବିଶ୍ଵାଳ ଦୁଇ ଭାଇଙ୍କୁ ବୁଧବାର ପାଟପୁର ପୋଲିସ ୱାରେଣ୍ଟ…

କଂସାମାରି ରାସ୍ତାକଡରେ ଜୁଆ ଖେଳ ବେଳେ ପୋଲିସର ଚଢଉ, ଜବତ ହେଲା…

ଦିଗପହଣ୍ଡି,୧୫।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗାଁ ରାସ୍ତାକଡରେ ଜୁଆ ଖେଳ ଚାଲିଥିବା ବେଳେ ଚଢାଉ କଲା ପୋଲିସ । ବୁଧବାର ଅପରାହ୍ନ…

ନିର୍ମାଣ ହୋଇପାରିନି ଭୋଜନ ଗୃହ, ଖୋଲା ଆକାଶ ତଳେ ମଧ୍ୟାହ୍ନଭୋଜନ ଖାଉଛନ୍ତି ଛାତ୍ରୀଛାତ୍ର

ବରଗଡ଼,୧୫ା୭(ପ୍ରେମାନନ୍ଦ ଖମାରୀ): ପାଠ ପଢ଼, ଦେଶ ଗଢ଼। ବିଦ୍ୟାଳୟଗୁଡ଼ିକରେ ଅନୁଷ୍ଠିତ ବିଭିନ୍ନ ସଭା, ସମିତିରେ ସରକାରୀ କଳର ପ୍ରଶାସନିକ ଅଧିକାରୀଙ୍କଠାରୁ ଆରମ୍ଭ କରି ବିଧାୟକ, ଏମ୍‌ପି, ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri