ସୃଷ୍ଟି ହେଲା ଯୋଡ଼ା ଲଘୁଚାପ: ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୩।୭: ଉତ୍ତର ବଙ୍ଗୋପସାଗର ଓ ମଧ୍ୟପ୍ରଦେଶରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ବାଂଲାଦେଶରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରବିବାର ସନ୍ଧ୍ୟା ସମୟରେ ଉତ୍ତର ବଙ୍ଗୋପସାଗରର ପୂର୍ବ ଭାଗରେ ବାଂଲାଦେଶ, ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ କିଛି ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମବଙ୍ଗ ଆଡ଼କୁ ଗତି କରିପାରେ, ଯାହା ଫଳରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ଆସନ୍ତାକାଲି ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ ଓଡ଼ିଶାରେ ମଧ୍ୟ ବର୍ଷାର ବିସ୍ତୃତି ବୃଦ୍ଧି କରିପାରେ।

ସେହିପରି, ଉତ୍ତର-ପଶ୍ଚିମ ମଧ୍ୟପ୍ରଦେଶ ଓ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଅନ୍ୟ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହି ଲଘୁଚାପ ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ମଧ୍ୟ ଦେଇ ଏକ ନିମ୍ନଚାପ ରେଖା ସୃଷ୍ଟି କରିଛି, ଯାହା ଉତ୍ତର ବଙ୍ଗୋପସାଗର ପର୍ଯ୍ୟନ୍ତ ବ୍ୟାପିଛି। ଏହାର ପ୍ରଭାବରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲାକୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ସୁନ୍ଦରଗଡ଼, ଝାଡ଼ସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ପାଣିପାଗ ବିଭାଗ ଅନୁସାରେ, ଏହି ଲଘୁଚାପକ୍ଷେତ୍ରଗୁଡ଼ିକ ଯୋଗୁଁ ଆଗାମୀ ୪-୫ ଦିନ ଯାଏଁ ଓଡ଼ିଶାର ଉତ୍ତର, ଉପକୂଳୀୟ ଓ ଆଭ୍ୟନ୍ତରୀଣ ଅଞ୍ଚଳରେ ବର୍ଷା ଜାରି ରହିବ। ଏହା ସହ ଉପକୂଳ ଅଞ୍ଚଳରେ ଝୋଡ଼ୋ ପବନ ବୋହିବାର ମଧ୍ୟ ସମ୍ଭାବନା ରହିଛି। ପାଣିପାଗ ବିଭାଗ ସାଧାରଣ ଜନତାଙ୍କୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛି ଏବଂ ନିମ୍ନାଞ୍ଚଳରେ ଜଳବନ୍ଦୀ ଆଶଙ୍କା ପ୍ରକାଶ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

ସକାଳୁ ସକାଳୁ ଇଣ୍ଡୋନେସିଆରେ ଭୂକମ୍ପ ଝଟ୍‌କା

ଜାକର୍ତ୍ତା,୧୨।୯: ଇଣ୍ଡୋନେସିଆରେ ଲଗାତାର ଦ୍ୱିତୀୟ ଦିନରେ ଭୂକମ୍ପର ଝଟ୍‌କା ଅନୁଭୂତ ହୋଇଛି। ଜାଭା ଦ୍ୱୀପରେ ଶନିବାର ୬.୨ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ହୋଇଛି। ଜର୍ମାନ ରିସର୍ଚ୍ଚ…

ଏବେ ଅଭିଜିତ ଦୀପକେଙ୍କ ମିଶି କ’ଣ କରିବାକୁ ଯାଉଛନ୍ତି ସୋନମ ୱାଙ୍ଗଚୁକ? କଲେ ବଡ଼ ଘୋଷଣା, ସେପ୍ଟେମ୍ବର ୧୯…

ନୂଆଦିଲ୍ଲୀ,୧୨।୯: ଲଦାଖରେ ସେପ୍ଟେମ୍ବର ୧୯ରୁ ହେବାକୁ ଥିବା ସୋନମ ୱାଙ୍ଗଚୁକଙ୍କ ପଦଯାତ୍ରାକୁ ନେଇ ଏବେ ପ୍ରତିକ୍ରିୟା ଆସିଛି। ସୋନମ ୱାଙ୍ଗଚୁକ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭିଡିଓ…

ଓରାଙ୍ଗ୍‌ଉଟାନ ଉଦ୍ଧାର ଘଟଣା: ଦୀଘାରୁ ୩ ଜଣଙ୍କୁ ଉଠାଇ ଆଣିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର/ଭୋଗରାଇ,୧୨ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ରଣକୋଠା ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ଘଟଣାରେ ତଦନ୍ତକୁ ତ୍ୱରାନ୍ବିତ କରିଛି…

ଦୁବାଇରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାରେ…

ଭୁବନେଶ୍ୱର,୧୨ା୯(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ତାଙ୍କ ଟିମ୍‌ ୪ର୍ଥ ଦିନରେ ଦୁବାଇ ଠାରେ ଏକ ରୋଡ୍‌ ଶୋ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଓଡ଼ିଶାର ଶିଳ୍ପ…

ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

ଆମକୁ ଶତ୍ରୁ ନୁହେଁ, ପଡ଼ୋଶୀ ଭାବନ୍ତୁ: ମୋଦି-ଜିନପିଙ୍ଗ୍‌ ଭେଟ ପୂର୍ବରୁ ବଦଳିଲା ଚାଇନାର ସ୍ବର, ଭାରତ ସହ…

ନୂଆଦିଲ୍ଲୀ/ବେଜିଂ,୧୧।୯: ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ୧୮ଶ ବ୍ରିକ୍ସ (BRICS) ଶିଖର ସମ୍ମିଳନୀ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଦ୍ୱିପାକ୍ଷିକ ଆଲୋଚନା…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?