୧୨ ମାନବ ଚାଲାଣକାରୀଙ୍କୁ ଗିରଫ କଲା ପାକ୍‌

କରାଚୀ, ୨୦ା୬: ଗ୍ରୀସ୍‌ ଉପକୂଳରେ ବୋଟ୍‌ ବୁଡ଼ି ୩୦୦ ଲୋକଙ୍କ ମୃତ୍ୟୁ ଘଟଣାରେ ପାକିସ୍ତାନ ସରକାର ୧୨ ସନ୍ଦିଗ୍ଧ ମାନବ ଚାଲାଣକାରୀଙ୍କୁ ଗିରଫ କରିଛନ୍ତି। ୟୁରୋପୀୟ ଦେଶରେ ବେଆଇନ ଭାବେ ପ୍ରବେଶ କରିବା ଲକ୍ଷ୍ୟରେ ପ୍ରାୟ ୭୫୦ ଜଣ ଏକ ବୋଟ୍‌ରେ ଯାଉଥିବାବେଳେ ଗତ ୧୪ ତାରିଖରେ ଏହା ଗ୍ରୀସ୍‌ ଉପକୂଳରେ ବୁଡ଼ିଯାଇଥିଲା। ମୃତକଙ୍କ ମଧ୍ୟରୁ ଅଧିକାଂଶ ପାକିସ୍ତାନୀ। ମାନବ ଚୋରାଚାଲାଣକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ରବିବାର ପାକ୍‌ ପ୍ରଧାନମନ୍ତ୍ରୀ ଶେହବାଜ୍‌ ଶରିଫ ନିର୍ଦ୍ଦେଶ ଦେଇଥିଲେ। ଗିରଫ ବ୍ୟକ୍ତିମାନେ ଲୋକଙ୍କୁ ପ୍ରଲୋଭିତ କରି ସେମାନଙ୍କୁ ବେଆଇନ ଭାବେ ୟୁରୋପ, ମଧ୍ୟପ୍ରାଚ୍ୟ ଓ ଆଫ୍ରିକୀୟ ଦେଶକୁ ଚୋରା ଚାଲାଣ କରୁଥିଲେ। ସେମାନଙ୍କୁ ବୋଟ୍‌ରେ ପଠାଇବାରେ ମଧ୍ୟ କେତେଜଣ ସମ୍ପୃକ୍ତ ଥିଲେ ବୋଲି ଡିଆଇଜି ଆଲାମ ଶିନଓ୍ବାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

‘ଭାରତ କାହାକୁ ଡରେନାହିଁ’: ଟ୍ରମ୍ପଙ୍କ ଟାରିଫ୍ ପରେ ଆମେରିକାକୁ ଏପରି କହିଥିଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୪ା୨: ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ବ୍ଲୁମବର୍ଗର ଏକ ରିପୋର୍ଟ ଅନୁଯାୟୀ, ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri