Posted inଜାତୀୟ

ଏଯାଏ ପ୍ରମାଣ ଗ୍ରହଣ କରିନି ପାକ୍‌

ନୂଆଦିଲ୍ଲୀ, ୨୬।୧୧(ପି.ଟି.): ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣକୁ ୧୨ ବର୍ଷ ପୂରିଥିଲେ ସୁଦ୍ଧା ଭାରତ ପକ୍ଷରୁ ଦିଆଯାଇଥିବା ପ୍ରମାଣକୁ ପାକିସ୍ତାନ ଏଯାଏ ଗ୍ରହଣ କରିନାହିଁ। ଫଳରେ ପୀଡିତଙ୍କ ପରିବାର ସମ୍ପୂର୍ଣ୍ଣ ନ୍ୟାୟ ପାଇପାରି ନାହାନ୍ତି।
ନଭେମ୍ବର ମାସର ଆଜିର ଦିନରେ ପାକିସ୍ତାନରୁ ୧୦ ଜଣ ଆତଙ୍କବାଦୀ ସମୁଦ୍ର ପଥରେ ଆସି ଭାରତର ଅର୍ଥନୈତିକ ରାଜଧାନୀ ମୁମ୍ବାଇ ମହାନଗରୀ ଉପରେ ଆକ୍ରମଣ କରିଥିଲେ। ସେମାନେ ଦୀର୍ଘ ୬୬ ଘଣ୍ଟା ଧରି ଆତଙ୍କ ଖେଳାଇଥିଲେ। ସେମାନଙ୍କ ଆକ୍ରମଣରେ ୧୬୬ ଜଣଙ୍କ ମୃତ୍ୟୁ ହେବା ସହ ୩୦୦ରୁ ଅଧିକ ଆହତ ହୋଇଥିଲେ। ଭାରତୀୟ ସୁରକ୍ଷା ବଳର କାର୍ଯ୍ୟାନୁଷ୍ଠାନରେ ୯ ଆତଙ୍କବାଦୀ ନିହତ ହୋଇଥିବାବେଳେ ଜୀବନ୍ତ ଧରାପଡ଼ିଥିବା ଅଜମଲ କସବଙ୍କୁ ବିଚାର ପରେ ଫାଶୀ ଦିଆଯାଇଛି। ସେହି ଅନୁଯାୟୀ କହିବାକୁ ଗଲେ ଭାରତ ଏହି ମାମଲାରେ ସମ୍ପୂର୍ଣ୍ଣ ନ୍ୟାୟ ଦେଇଛି, କିନ୍ତୁ ତାହା ଯଥେଷ୍ଟ ନୁହେଁ। ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଏହାର ପାକିସ୍ତାନୀ ପରିଚାଳକ ଲଶ୍କର-ଇ-ତୋଇବା କମାଣ୍ଡର ହାଫିଜ ସୟିଦ ଏବଂ ଜାକିଉର୍‌ ହେରମନ ଲଖ୍‌ଭି ଏବେ ବି ମୁକୁଳାରେ ବୁଲୁଛନ୍ତି। ଭାରତ ଯଥେଷ୍ଟ ତଥ୍ୟ ପ୍ରମାଣ ଯୋଗାଇଥିଲେ ହେଁ ପାକିସ୍ତାନ ସରକାର ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହାନ୍ତି। ତେଣୁ ୫୦ ପ୍ରତିଶତ ନ୍ୟାୟ ମିଳିଛି ବୋଲି ଉକ୍ତ ମାମଲା ଲଢ଼ିଥିବା ସ୍ବତନ୍ତ୍ର ପବ୍ଲିକ୍‌ ପ୍ରସିକ୍ୟୁଟର ଉଜ୍ଜ୍ୱଲ ନିକମ କହିଛନ୍ତି। ସେମାନଙ୍କୁ ଆଇନର କାଠଗଡ଼ାକୁ ଆଣିଲେ ପୂର୍ଣ୍ଣ ନ୍ୟାୟ ମିଳିବ ବୋଲି ସେ ମତ ଦେଇଛନ୍ତି। ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନୂଆଦିଲ୍ଲୀ କିଛିଦିନ ପୂର୍ବରୁ ଇସ୍‌ଲାମାବାଦ ନିକଟରେ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?