କୁଳଭୂଷଣ ଅଧ୍ୟାଦେଶ’ ଆଣିବେ ପାକ୍‌ ସରକାର

ଇସ୍‌ଲାମାବାଦ,୨୮।୭: ବିରୋଧୀ ଦଳ ଦ୍ୱାରା ସମାଲୋଚିତ ହୋଇଥିବା ଇମ୍ରାନ ଖାନ୍‌ ସରକାର ପାକିସ୍ତାନ ଜାତୀୟ ଆସେମ୍ବ୍ଲିରେ ଅନ୍ତର୍ଜାତୀୟ ନ୍ୟାୟିକ ଅଦାଲତ (ଆଇସିଜେ) ସମୀକ୍ଷା ଓ ପୁନର୍ବିଚାର ଅଧ୍ୟାଦେଶ ୨୦୨୦ ଆଣିବା ଆଶା କରାଯାଉଛି। ପାକିସ୍ତାନ ଜେଲ୍‌ରେ ଥିବା ଭାରତର ପୂର୍ବତନ ନୌସେନା ଅଧିକାରୀ କୁଳଭୂଷଣ ଯାଦବଙ୍କୁ ରାୟ ବିରୋଧରେ ହାଇକୋର୍ଟରେ ଅପିଲ୍‌ କରିବା ପାଇଁ ଏହି ଅଧ୍ୟାଦେଶ ଅନୁମତି ଦେବ। ଗତବର୍ଷ ଜୁନ୍‌ରେ ଆଇସିଜେ ଦେଇଥିବା ରାୟ ପରିପ୍ରେକ୍ଷୀରେ ଏଭଳି ଅଧ୍ୟାଦେଶ ଜରୁରୀ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ପାକିସ୍ତାନର ସାମରିକ ଅଦାଲତ କୁଳଭୂଷଣଙ୍କୁ ମୃତ୍ୟୁଦଣ୍ଡାଦେଶ ଦେଇଥିବାବେଳେ ଏହା ବିରୋଧରେ ଅପିଲ ପାଇଁ ତାଙ୍କୁ ସୁଯୋଗ ଦେବା ସହ ଦୂତାବାସ ଜରିଆରେ ଆଇନଗତ ସହାୟତା ଯୋଗାଇଦେବା ପାଇଁ ଆଇସିଜେ ଇସ୍‌ଲାମାବାଦକୁ ନିର୍ଦ୍ଦେଶ ଦେଇଥିଲେ। କୁଳଭୂଷଣ ଜଣେ ଭାରତୀୟ ଗୁପ୍ତଚର ଓ ସେ ରିସର୍ଚ୍ଚ ଆଣ୍ଡ ଆନାଲିସିସ୍‌ ଓ୍ବିଙ୍ଗ୍‌ (ର) ପାଇଁ କାର୍ଯ୍ୟ କରୁଥିଲେ ବୋଲି ପାକିସ୍ତାନ ଅଭିଯୋଗ କରିଆସୁଛି। ଏପରିସ୍ଥଳେ ଅଧ୍ୟାଦେଶ ଆଣିବା କୁଳଭୂଷଣଙ୍କ ପ୍ରତି ଦଣ୍ଡ କମାଇବାକୁ ସୁଯୋଗ ଦେବ ବୋଲି ବିରୋଧୀ ଦଳଗୁଡ଼ିକ କହିଛନ୍ତି। ଏହା ଜାତୀୟ ସୁରକ୍ଷା ପ୍ରସଙ୍ଗ ହୋଇଥିବାରୁ ବିରୋଧୀ ଦଳଗୁଡ଼ିକ ପାର୍ଲାମେଣ୍ଟର ଉଚ୍ଚ ସଦନରେ ଏହାକୁ ଜୋର୍‌ଦାର ବିରୋଧ କରିବାକୁ ଯୋଜନା କରିଛନ୍ତି। ଦୃଢ଼ ବିରୋଧ ଯୋଗୁ ମେ’ ମାସରେ ସରକାର ଏହି ଅଧ୍ୟାଦେଶ ଉପସ୍ଥାପନ କରିବାରେ ଦୁଇଥର ବିଫଳ ହୋଇଥିଲେ। ତେଣୁ ନିମ୍ନ ସଦନରେ ଏହାକୁ ଗୃହୀତ କରାଇବା ସରକାରଙ୍କ ପାଇଁ ବଡ଼ ପ୍ରସଙ୍ଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri