ସଡ଼କ ଦୁର୍ଘଟଣାରେ ପାକିସ୍ତାନ ମନ୍ତ୍ରୀଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି

ଇସଲାମାବାଦ,୧୬।୪: ପାକିସ୍ତାନର ଧାର୍ମିକ ମାମଲାର ମନ୍ତ୍ରୀ ତଥା ଜମିୟତ ଉଲେମା-ଏ-ଇସଲାମ(ଫଜଲ)ର ନେତା ମୁଫତି ଅବଦୁଲ ଶକୁରଙ୍କର ଇସଲାମାବାଦର ରେଡ ଜୋନ ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଛି। ଡନ ରବିବାର ଏହି ସୂଚନା ଦେଇଛି।

ସ୍ଥାନୀୟ ପୋଲିସର ସୂଚନା ଅନୁଯାୟୀ, ମନ୍ତ୍ରୀ(୫୫) ଶନିବାର ସନ୍ଧ୍ୟାରେ ସମ୍ବିଧାନ ଏଭେନ୍ୟୁ ରୋଡର ସଚିବାଳୟ ଚୌକ ଆଡେ ଯାଉଥିବା ବେଳେ ତାଙ୍କ ଗାଡିକୁ ଏକ ଡିଲକ୍ସ ଗାଡି ଧକ୍କା ଦେଇଥିଲା। ଏଥିରେ ୫ ଜଣ ଯାତ୍ରା କରୁଥିଲେ। ଦୁର୍ଘଟଣା ପରେ ମନ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ବି ତାଙ୍କୁ ବଞ୍ଚାଇ ହୋଇ ନ ଥିଲା।
ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ମୃତ ମନ୍ତ୍ରୀଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ଟୁଇଟରେ ସେ ଲେଖିଛନ୍ତି, ମୁଁ ମୋର ବନ୍ଧୁ, ସହଯୋଗୀ ଓ କ୍ୟାବିନେଟର ମହତ୍ୱପୂର୍ଣ୍ଣ ସଦସ୍ୟ ମୁଫତି ଅବଦୁଲ ଶକୁରଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଖୁବ ଦୁଃଖିତ। ସେ ଜଣେ ବ୍ୟବହାରିକ ବିଦ୍ୱାନ ତଥା ଜଣେ ଭଲ ମଣିଷ ଥିଲେ।
ମୁଫତି ଅବଦୁଲ ଶକୁରଙ୍କର ଅକାଳ ବିୟୋଗରେ ପାକିସ୍ତାନର ରାଷ୍ଟ୍ରପତି ମଧ୍ୟ ଶୋକ ବ୍ୟକ୍ତ କରିବା ସହ ତାଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ ପୁଣି ହିନ୍ଦୁମାନଙ୍କୁ କରାଯାଉଛି କି ଟାର୍ଗେଟ? ଛାତ ଉପରେ ବାପା, ସିଡ଼ିରେ ମାଆ-ଝିଅ, ଖଟ ତଳେ ମିଳିଲା ୧୨ ବର୍ଷ ପୁଅର ମୃତଦେହ

ଢାକା,୨୩।୮: ବାଂଲାଦେଶର ରଙ୍ଗପୁର ସହରରେ ଏକ ବନ୍ଦ ଘର ଭିତରେ ପରିବାରର ଚାରି ଜଣଙ୍କ ମୃତଦେହ ମିଳିବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକଙ୍କ ମଧ୍ୟରେ…

ସୂର୍ଯ୍ୟ-ଚନ୍ଦ୍ରଙ୍କ ଅଶୁଭ ଯୋଗ; ଅଗଷ୍ଟ ମାସ ଶେଷବେଳକୁ ୪ ରାଶିଙ୍କ ବଢିପାରେ ଅଡୁଆ, ଧନହାନୀକୁ ଶରୀର ପୀଡା…

ଏହି ଯୋଗ ମାଙ୍ଗଳିକ କାର୍ଯ୍ୟ ପାଇଁ ଅଶୁଭ କିମ୍ୱା ବିନାଶକାରୀ ବୋଲି ଧରାଯାଏ। ଏବେ ୩୧ ଅଗଷ୍ଟରେ ଏହି ଯୋଗ ସୃଷ୍ଟି ହେବାକୁ ଯାଉଛି। ଏହି ଯୋଗ…

ଆଉ ଚିନ୍ତା ନାହିଁ: ଡ୍ରାଇଭରଙ୍କୁ ନିଦ ଲାଗିଲେ ଏଣିକି ଥରିବ ସିଟ୍‌, ସତର୍କ କରାଇବ କହିବ…

ମୁମ୍ବାଇ,୨୩ା୮: ରାସ୍ତାରେ ଗାଡ଼ି ଚଳାଇ ଗଲାବେଳେ ବେଳେବେଳେ ଆଖିକୁ ନିଦ ଆସିଯାଇଥାଏ ଫଳରେ ଦୁର୍ଘଟଣାର ସମ୍ଭାବନା ବି ଥାଏ। ମାତ୍ର ଏଣିକି ଆଉ ସେ ଚିନ୍ତା ରହିବ…

‘ମାଆଙ୍କ ସହ ଚା ପିଇଲେ, ତାଙ୍କ ପାଦ ଧୋଇଲେ…’, ଭାବ ବିହ୍ବଳ କରୁଛି ପାହାଡ଼ରୁ ଡେଇଁ ଜୀବନ ହାରିଥିବା କୁନାଲଙ୍କ ପୁରୁଣା ଭିଡିଓ

ମୁମ୍ବାଇ,୨୩।୮: ମହାରାଷ୍ଟ୍ରର ଛତ୍ରପତି ସମ୍ଭାଜୀନଗରରେ, ଆଇଫୋନ ଇଏମଆଇକୁ ନେଇ ବିବାଦ ପରେ ୧୮ ବର୍ଷୀୟ କୁନାଲ ନାମକ ଜଣେ ନାବାଳକ ଏବଂ ତାଙ୍କ ବାପାମାଆ ଯେଉଁମାନେ ତାଙ୍କୁ…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri