Posted inଜାତୀୟ

କଶ୍ମୀରରେ ଆତଙ୍କବାଦ ବଢ଼ାଇବାକୁ ପାକ୍‌ର ଯୋଜନା

ନୂଆଦିଲ୍ଲୀ,୧୪।୧: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ କାର୍ଯ୍ୟକଳାପ ବଢ଼ାଇବା ପାଇଁ ପାକିସ୍ତାନ ଉଦ୍ୟମ ଚଳାଇଥିବାବେଳେ ଏହାକୁ ରୋକିବା ଲାଗି ଭାରତୀୟ ସେନା ଅପରେଶନ ‘ସର୍ବଶକ୍ତି’ ଆରମ୍ଭ କରିଛି। ଏହି ଅଭିଯାନରେ ସେନା ପିର୍‌ ପଞ୍ଜଲ ପର୍ବତମାଳାର ଉଭୟ ପାର୍ଶ୍ୱରେ ରହିଥିବା ଆତଙ୍କବାଦୀଙ୍କୁ ଟାର୍ଗେଟ କରିବ। ପାକିସ୍ତାନୀ ପ୍ରକ୍ସି ଆତଙ୍କବାଦୀ ଗୋଷ୍ଠୀ ପିର୍‌ ପଞ୍ଜଲର ଦକ୍ଷିଣ ପାର୍ଶ୍ୱ ବିଶେଷ କରି ରାଜୌରୀ ପୁଞ୍ଚ୍‌ ସେକ୍ଟରରେ ଆତଙ୍କବାଦ ବଢ଼ାଇବାକୁ ଉଦ୍ୟମ କରୁଛି। ଗତ କିଛି ମାସ ମଧ୍ୟରେ ଉକ୍ତ ଅଞ୍ଚଳରେ ଆତଙ୍କବାଦୀଙ୍କ ଆକ୍ରମଣରେ ପ୍ରାୟ ୨୦ ଜଣ ଯବାନଙ୍କ ଜୀବନ ଗଲାଣି। ଗତ ମାସ ୨୧ରେ ଡେରା କି ଗଲି ଅଞ୍ଚଳରେ ଆତଙ୍କବାଦୀ ଆକ୍ରମଣରେ ୪ ଯବାନ ଶହୀଦ ହୋଇଥିଲେ। ପାକିସ୍ତାନର ଆତଙ୍କବାଦ ଯୋଜନାକୁ ପଣ୍ଡ କରିବା ପାଇଁ ଜମ୍ମୁ-କଶ୍ମୀର ପୋଲିସ, ସିଆର୍‌ପିଏଫ୍‌, ସ୍ପେଶାଲ ଅପରେଶନ ଗ୍ରୁପ୍‌ ଓ ଗୋଇନ୍ଦା ସଂସ୍ଥା ଏକାଠି କାମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri