ନଓ୍ବାଜ ଶରିଫ ପୁଣି ହୋଇପାରନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ, ସଙ୍କେତ ଦେଲେ ଶହବାଜ

ଇସଲାମାବାଦ,୩୧।୭: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଅର୍ଥମନ୍ତ୍ରୀ ଇଶାକ ଦାରଙ୍କୁ କାର୍ଯ୍ୟକାରୀ ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ କରିବାର ସମ୍ଭାବନାକୁ ଏଡ଼ାଇ ଦେଇଛନ୍ତି। ଆସନ୍ତା ସାଧାରଣ ନିର୍ବାଚନକୁ ସ୍ବଚ୍ଛ କରିବା ଉଦ୍ଦେଶ୍ୟରେ ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେବାକୁ ଆସନ୍ତା ମାସରେ ଜଣେ ‘ନିରପେକ୍ଷ ବ୍ୟକ୍ତି’ ଚୟନ କରାଯିବ ବୋଲି ସେ କହିଛନ୍ତି। ଏହି ସମୟରେ ସେ ଏକ ବଡ ସଙ୍କେତ ମଧ୍ୟ ଦେଇଛନ୍ତି।

ପାକିସ୍ତାନ ମୁସଲିମ ଲିଗ ନୱାଜ (ପିଏମଏଲ-ଏନ) ଦଳର ଅଧ୍ୟକ୍ଷ ଶେହବାଜ ସରିଫ ମଧ୍ୟ ତାଙ୍କ ବଡ଼ ଭାଇ ନୱାଜ ସରିଫଙ୍କ ପାକିସ୍ତାନକୁ ଫେରିବା ନେଇ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ନୱାଜ ୨୦୧୯ରୁ ଲଣ୍ଡନରେ ରହୁଛନ୍ତି। ସେ ୩ଥର ପାକିସ୍ତାନର ପ୍ରଧାନମନ୍ତ୍ରୀ ରହି ସାରିଛନ୍ତି।
ଶେହବାଜ ସରିଫ କହିଛନ୍ତି ଯେ ଯଦି ପିଏମଏଲ-ଏନ ନିର୍ବାଚନରେ ବିଜୟୀ ହୁଏ ତେବେ ୭୩ ବର୍ଷିୟ ନୱାଜ ସରିଫ ଦେଶର ପ୍ରଧାନମନ୍ତ୍ରୀ ହେବେ। ସେ କହିଛନ୍ତି ଯେ ସଂସଦର ନିମ୍ନ ଗୃହର କାର୍ଯ୍ୟକାଳ ଶେଷ ହେବାର କିଛି ଦିନ ପୂର୍ବରୁ ରାଷ୍ଟ୍ରୀୟ ବିଧାନସଭା (ଏନଏ)) ର ବିଲୋପ ପାଇଁ ବିଜ୍ଞପ୍ତି ରାଷ୍ଟ୍ରପତି ଆରିଫ ଅଲଭିଙ୍କ ନିକଟକୁ ପଠାଯିବ। ଅଗଷ୍ଟ ୧୨ରେ ମଧ୍ୟରାତ୍ରିରେ ଅଥ;ାତ୍‌ ୧୨ଟାରେ ଏନଏ ଏହାର କାର୍ଯ୍ୟ ଶେଷ କରିବ।
ସହଯୋଗୀ, ପିଏମଏଲ-ଏନର ସର୍ବୋଚ୍ଚ ନେତା ନୱାଜ ସରିଫ ଏବଂ ରାଷ୍ଟ୍ରୀୟ ବିଧାନସଭାରେ ବିରୋଧୀ ଦଳର ନେତା ରାଜା ରିଆଜଙ୍କ ସହ ପରାମର୍ଶ ପରେ ଏକ କାର୍ଯ୍ୟର୍ନିବାହୀ ବ୍ୟବସ୍ଥାରେ ସହମତି ପ୍ରକାଶ ପାଇବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି

ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?