Posted inଜାତୀୟ

ଏୟାର ସ୍ପେସ୍‌ ଦେବାକୁ ମନାକଲା ପାକ୍‌

ନୂଆଦିଲ୍ଲୀ, ୪ା୧୧: ୦ଜମ୍ମୁ-କଶ୍ମୀରର ଶ୍ରୀନଗରରୁ ଶାର୍‌ଜା ପର୍ଯ୍ୟନ୍ତ ‘ଗୋ ଫାଷ୍ଟ୍‌’ ବିମାନ ଚଳାଚଳ ପାଇଁ ନିଜ ଆକାଶମାର୍ଗ ବ୍ୟବହାର ପାଇଁ ପାକିସ୍ତାନ ମନା କରିଦେଇଛି। ପାକ୍‌ର ଏହି ନିଷ୍ପତ୍ତି ଯୋଗୁ ଅହମଦାବାଦ୍‌ର ଉଦୟପୁର ଏବଂ ଓମାନ୍‌ ଦେଇ ଶ୍ରୀନଗରରୁ ଶାର୍‌ଜା ଯିବାକୁ ଅଧିକ ୧ ଘଣ୍ଟା ସମୟ ଲାଗିବ। ଏଥିସହ ଅତିରିକ୍ତ ଭଡ଼ା ମଧ୍ୟ ଦେବାକୁ ପଡ଼ିବ। ପାକିସ୍ତାନର ଏପରି କଟକଣାକୁ ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି। ୨୦୦୯-୧୦ରେ ମଧ୍ୟ ଶ୍ରୀନଗରରୁ ଦୁବାଇ ଯିବାକୁ ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନକୁ ପାକିସ୍ତାନ ବାଟ ଛାଡ଼ି ନ ଥିଲା ବୋଲି ଅବଦୁଲ୍ଲା ଟୁଇଟ୍‌ କରିଛନ୍ତି।
ବର୍ଷ ପରେ ଏହି ଉପତ୍ୟକା ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ମଧ୍ୟରେ ସିଧାସଳଖ ବିମାନ ଉଡ଼ାଣ ପାଇଁ ଗତ ଅକ୍ଟୋବର ୨୩ରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶେଖ୍‌ ଉଲ୍‌-ଆଲମ ଅନ୍ତର୍ଜାତୀୟ ଏୟାରପୋର୍ଟରୁ ଶ୍ରୀନଗର-ଶାରଜାହ ବିମାନର ଶୁଭାରମ୍ଭ କରିଥିଲେ। ସେତେବେଳେ ମଧ୍ୟ ପାକିସ୍ତାନ ଏହି ଅନୁମତି ଦେବାକୁ ନେଇ ପ୍ରଶ୍ନ ଉଠିଥିଲା। ଫ୍ଲାଇଟ ଉଡ଼ାଣ ପାଇଁ ପାକିସ୍ତାନଠାରୁ ଅନୁମତି ପାଇବା ନିମନ୍ତେ କେନ୍ଦ୍ର ସରକାର କୌଣସି ଉଦ୍ୟମ କରି ନ ଥିଲେ ବୋଲି ପିଡିପି ମୁଖ୍ୟ ତଥା ଜମ୍ମୁ-କଶ୍ମୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତି କହିଛନ୍ତି। ଭିତ୍ତିଭୂମି ପ୍ରସ୍ତୁତ ନ କରି କେବଳ ପ୍ରଚାର ପାଇଁ ଏପରି କରାଯାଇଥିବା କହି କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। ୨୦୦୯ ଫେବୃୟାରୀ ୧୪ରେ ପ୍ରଥମେ ଶ୍ରୀନଗର ବିମାନବନ୍ଦରରୁ ଦୁବାଇକୁ ଏୟାର ଇଣ୍ଡିଆ ଏକ୍ସପ୍ରେସ୍‌ ବିମାନ ଚଳାଚଳ ଆରମ୍ଭ ହୋଇଥିଲା। ତେବେ ଚାହିଦା ଅଭାବରୁ ତାହା ବନ୍ଦ ହୋଇଯାଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri