ସୁପ୍ରିମକୋର୍ଟରୁ ପାକିସ୍ତାନ ସରକାରଙ୍କୁ ଝଟକା, ମଉଳିଲା ନଓ୍ବାଜଙ୍କ ନିର୍ବାଚନ ଲଢିବା ଆଶା

ଇସଲାମବାଦ,୧୧।୮: ପାକିସ୍ତାନ ସୁପ୍ରିମକୋର୍ଟଙ୍କ ରାୟରେ ଶେହବାଜ ସରିଫ୍‌ ସରକାରଙ୍କୁ ଲାଗିଛି ଝଟକା। ଶୁକ୍ରବାର କୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ଶୁଣାଣି କରିଛନ୍ତି। ପାକିସ୍ତାନ ସର୍ବୋଚ୍ଚ ଅଦାଲତ ନିଷ୍ପତ୍ତି ଏବଂ ଆଦେଶ ସମୀକ୍ଷା ଅଧିନିୟମ, ୨୦୨୩ ସଂପୂର୍ଣ୍ଣ ଭାବରେ ‘ଅସମ୍ବିଧାନିକ’ ବୋଲି କହିଛନ୍ତି।

ସୂଚନାଯୋଗ୍ୟ, ପାକିସ୍ତାନ ସରକାର ଉଚ୍ଚତମ ନ୍ୟାୟାଳୟ ଦ୍ବାରା ଦୋଷୀ ସାବ୍ୟସ୍ତକୁ ଚାଲେଞ୍ଜ କରିବାପାରିବା ଅଧିକାର ପ୍ରଦାନ କରିବା ପାଇଁ ନିଷ୍ପତ୍ତି ଏବଂ ଆଦେଶ ସମୀକ୍ଷା ଅଧିନିୟମ, ୨୦୨୩ ଆଇନ ଆଣିଥିଲେ। ଏହା ଦ୍ବାରା କୋର୍ଟଙ୍କ ନିଷ୍ପତ୍ତିକୁ ଚାଲେଞ୍ଜ କରିହେବ। ହେଲେ ଏହାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ପାକିସ୍ତାନ ମୁସଲିମ ଲିଗ ମୁଖ୍ୟ ନଓ୍ବାଜ ସରିଫ ଆାଜୀବନ ଅଯୋଗ୍ୟତାକୁ ଚାଲେଞ୍ଜ ଦେବାକୁ ଦାବି କରୁଥିଲେ। ବିଦାୟୀ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ବଡ଼ ଭାଇ ନଓ୍ବାଜଙ୍କୁ ୨୦୧୭ରେ ସୁପ୍ରିମକୋର୍ଟଙ୍କ ପାଞ୍ଚ ଜଣିଆ ପୀଠ ଅଯୋଗ୍ୟ ଘୋଷଣା କରିଥିଲେ, କିନ୍ତୁ ସେ ଏହାକୁ ଚ୍ୟାଲେଞ୍ଜ କରି ଆବେଦନ କରିପାରି ନ ଥିଲେ। ୨୦୧୮ ରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ସେ ସାର୍ବଜନିକ ପଦ ସମ୍ଭାଳିବ ପାଇଁ ଆଯୋଗ୍ୟ ହୋଇଥିଲେ। ତେବେ ସୁପ୍ରିମକୋର୍ଟଙ୍କ ଏହି ଶୁଣାଣି ପରେ ତାଙ୍କ ନିର୍ବାଚନ ଲଢିବା ସ୍ବପ୍ନ ମଉଳି ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri