Posted inଖେଳ

ପାକିସ୍ତାନଠାରୁ ଭାରତ ପରାସ୍ତ

ସିଲ୍‌ହେଟ୍‌,୮ା୧୦(ପି.ଟି.): ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟରେ ଭାରତ ଶୁକ୍ରବାର ପାକିସ୍ତାନଠାରୁ ୧୩ ରନରେ ହାରିଯାଇଛି। ୬ବର୍ଷ ମଧ୍ୟରେ ଭାରତ ବିପକ୍ଷରେ ଏହା ହେଉଛି ପାକିସ୍ତାନ ମହିଳା ଦଳର ପ୍ରଥମ ବିଜୟ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ପାକିସ୍ତାନ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ ବିନିମୟରେ ୧୩୭ ରନ କରିଥିଲା। ଜବାବରେ ଏସିଆର ସବୁଠାରୁ ଶକ୍ତ ଦଳ ବୋଲି କୁହାଯାଉଥିବା ଭାରତ ୧୯.୪ ଓଭରରେ ମାତ୍ର ୧୨୪ ରନ କରି ଅଲଆଉଟ ହୋଇଯାଇଥିଲା। ଥାଇଲାଣ୍ଡଠାରୁ ଦୁଃଖଦ ପରାଜୟର ୨୪ ଘଣ୍ଟା ପରେ ଶୁକ୍ରବାରର ଏହି ବିଜୟ ସହ ପାକିସ୍ତାନ ଟୁର୍ନାମେଣ୍ଟକୁ ପ୍ରତ୍ୟାବର୍ତ୍ତନ କରିଛି। ମ୍ୟାଚରେ ଭାରତ ଏକଦା ୬୫ ରନରେ ୫ ଉଇକେଟ ହରାଇଥିଲା। ଏହି ଗେମ୍‌ ପୂର୍ବରୁ ଭାରତ ବିପକ୍ଷରେ ପାକିସ୍ତାନ ୨୦୧୬ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଟି୨୦ ବିଶ୍ୱକପ୍‌ରେ ଏକ ବିଜୟ ଲାଭ କରିଥିଲା। ମୋଟ ଉପରେ ପାକିସ୍ତାନ ଉପରେ ଭାରତର ବିଜୟ-ପରାଜୟ ରେକର୍ଡ ୧୦-୨ ରହିଛି। ସଂକ୍ଷିପ୍ତ ସ୍କୋର
ପାକିସ୍ତାନ ୨୦ ଓଭରରେ ୧୩୭/୬ (ନୀଦା ଦର୍‌-୫୬*, ବିସ୍‌ମା ମାରୁଫ-୩୨; ଦୀପ୍ତି ଶର୍ମା-୩/୨୭, ପୂଜା ବସ୍ତ୍ରାକାର-୨/୨୩)। ଭାରତ ୧୯.୪ ଓଭରରେ ୧୨୪/ଅଲଆଉଟ: ରିଚା ଘୋଷ୍‌-୨୬, ନାଶ୍ରା ସାନ୍ଧୁ-୩/୩୦, ନୀଦା ଦର୍‌-୨/୨୩ ଓ ସାଦିଆ ଇକ୍‌ବାଲ-୨-୨୪)।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଥାଇଲାଣ୍ଡରେ ବନ୍ୟା, ୩୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ବ୍ୟାଙ୍କକ୍‌, ୫।୧୦: ଥାଇଲାଣ୍ଡରେ ପ୍ରବଳ ବର୍ଷା ଏବଂ ଆକସ୍ମିକ ବନ୍ୟା ଆସିବା ନେଇ ଚେତାବନୀ ଜାରି କରାଯାଇଛି। ସେପ୍ଟେମ୍ବର ୧୬ରୁ ଦେଶବ୍ୟାପୀ ବନ୍ୟା ଯୋଗୁ ମୃତ୍ୟୁସଂଖ୍ୟା ୩୧କୁ…

ବଡ଼ ସଫଳତା:୫ ଶାବକ ଜନ୍ମଦେଲା ଭାରତରେ ଜନ୍ମିତ ଚିତା

ନୂଆଦିଲ୍ଲୀ,୫ା୧୦:ଭାରତରେ ଜନ୍ମିତ ଚିତା ସୋମବାର ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ୫ଟି ଶାବକ ଜନ୍ମ ଦେଇଛି, ଯାହାକି ପ୍ରୋଜେକ୍ଟ ଚିତା ପାଇଁ ଏକ ବଡ଼ ସଫଳତା। ଶାବକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?