Posted inଖେଳ

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ନମ୍ବର ୧ ହେଲେ ବାବର, ରଚିଲେ ଇତିହାସ

ନୂଆଦିଲ୍ଲୀ,୧।୧୧: ଗଦ୍ଦାଫି ଷ୍ଟାଡିୟମରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ପାକିସ୍ତାନ ଦକ୍ଷିଣ ଆଫ୍ରିକାକୁ ୯ ଉଇକେଟ୍‌ରେ ପରାସ୍ତ କରି ସିରିଜକୁ ୧-୧ ସମାନ କରିଛି। ତୃତୀୟ ଟି-୨୦ନିର୍ଣ୍ଣାୟକ ହେବ। ବାବର ଆଜମ ଦ୍ୱିତୀୟ ମ୍ୟାଚରେ ଅପରାଜିତ ୧୧ ରନ କରି ଏହି ଛୋଟ ଇନିଂସରେ ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଛନ୍ତି। ସେ ଟି-୨୦ କ୍ରିକେଟରେ ସର୍ବାଧିକ ରନ ସ୍କୋରର୍‌ ହୋଇଛନ୍ତି।

ମ୍ୟାଚ ବିଷୟରେ କହିବାକୁ ଗଲେ, ପ୍ରଥମେ ବ୍ୟାଟିଂ କରୁଥିବା ଦକ୍ଷିଣ ଆଫ୍ରିକା ୧୧୦ ରନରେ ଅଲଆଉଟ ହୋଇଥିଲା। ଫହିମ ଅସ୍ରଫ ସର୍ବାଧିକ ୪ , ସଲମାନ ର୍ମିଜା ୩ ଏବଂ ନସିମ ଶାହ ୨ ଉଇକେଟ୍‌ ନେଇଥିଲେ। ଦକ୍ଷିଣ ଆଫ୍ରିକାର ଟପ-ଅର୍ଡର ଏବଂ ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ସମସ୍ତେ ବିଫଳ ହୋଇଥିଲେ। କ୍ୱିଣ୍ଟନ ଡି କକ ୭ ରନ, ରୀଜା ହେଣ୍ଡ୍ରିକ୍ସ ୦ ରନ, ଟୋନି ଡି ଜୋର୍ଜି ୭ ରନ ଏବଂ ମାଥ୍ୟୁ ବ୍ରିଟ୍‌ଜକେ ୫ ରନ କରି ଆଉଟ ହୋଇଥିଲେ। ଅଧିନାୟକ ଡୋନୋଭାଲ ଫେରେରା ମଧ୍ୟ କେବଳ ୧୫ ରନ କରିପାରିଥିଲେ।

ଲକ୍ଷ୍ୟର ପିଛା କରି, ସାହିବଜାଦା ଫରହାନ ଏବଂ ସାମ ଆୟୁବ ପ୍ରଥମ ଉଇକେଟ୍‌ ପାଇଁ ୫୪ ରନର ଭାଗୀଦାରି କରିଥିଲେ। ଫରହାନ ସପ୍ତମ ଓଭରରେ ୨୮ ରନ କରି ଆଉଟ ହୋଇଥିଲେ। ତା’ପରେ ବାବର ଆଜମ ଆସିଥିଲେ, କିନ୍ତୁ ଅନ୍ୟ ପାର୍ଶ୍ୱରେ ସାମ ଆୟୁବ ଏକ ବିସ୍ଫୋରକ ଇନିଂସ ଆରମ୍ଭ କରିଥିଲେ ଏବଂ ୧୪ତମ ଓଭରରେ ଦଳକୁ ବିଜୟୀ କରାଇଥିଲେ। ଆୟୁବ ୩୮ ବଲରେ ଅପରାଜିତ ୭୧ ରନ କରିଥିଲେ, ଯେଉଁଥିରେ ପାଞ୍ଚଟି ଛକା ଏବଂ ଛଅଟି ଚୌକା ସାମିଲ ଥିଲା। ବାବର ୧୮ ବଲ ରେ ୧୧ ରନ କରି ଅପରାଜିତ ରହିଥିଲେ।

ବାବର ଆଜମ ଟି-୨୦ରେ ସର୍ବାଧିକ ରନ ସ୍କୋରର୍‌ ଭାବରେ ରୋହିତ ଶର୍ମାଙ୍କୁ ପଛରେ ପକାଇ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ରୋହିତ ଟି-୨୦ ଫର୍ମାଟ ରୁ ଅବସର ନେଇ ଟି-୨୦ରେ ୪୨୩୧ ରନ କରିଛନ୍ତି। ବାବର ଆଜମ ଏବେ ୧୩୦ ମ୍ୟାଚରୁ ୧୨୩ ଇନିଂସରେ ୪୨୩୪ ରନ କରିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri