ପ୍ରବଳ ତୁଷାରପାତ: କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ

ଇସଲାମାବାଦ,୮ା୧: ଉତ୍ତର ପାକିସ୍ଥାନରେ ପ୍ରବଳ ତୁଷାରପାତ ହେତୁ କାର୍‌ରେ ଫସି ରହିଥିବା ୧୬ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ପାଖାପାଖି ୧୦୦୦ ଗାଡ଼ି ଏବେ ବି ଅଟକି ରହିଛି। ରାଜଧାନୀ ଇସଲାମାବାଦଠାରୁ ୬୪ କିଲୋମିଟର ଉତ୍ତର-ପୂର୍ବରେ ଅବସ୍ଥିତ ମୁରିକୁ ସରକାର ଏକ ବିପର୍ଯ୍ୟୟ କ୍ଷେତ୍ର ବୋଲି ଘୋଷଣା କରିଛନ୍ତି। ବରଫକୁ ଉପଭୋଗ କରିବା ପାଇଁ ହଜାର ହଜାର ପର୍ଯ୍ୟଟକ ପାହାଡ଼ ଷ୍ଟେଶନ ମୁରିରେ ପହଞ୍ଚିଥିଲେ।

ପର୍ଯ୍ୟଟକଙ୍କ ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ  ସରକାର ପାହାଡ଼ ଷ୍ଟେଶନକୁ ଯାଉଥିବା ସମସ୍ତ ରାସ୍ତା ବନ୍ଦ କରିଦେଇଛନ୍ତି। ପର୍ଯ୍ୟଟକଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ କରି କହିଛନ୍ତି, ‘ଏଭଳି ଦୁର୍ଘଟଣାକୁ ରୋକିବା ପାଇଁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ଏବଂ କଠୋର ନିୟମ ଲାଗୁ କରାଯାଇଛି।’

ପାକିସ୍ତାନର ଗୃହମନ୍ତ୍ରୀ ଶେଖ୍‌ ରସିଦ ଅହମ୍ମଦ ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି, ୧୫-୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ମୁରିରେ ଏତେ ସଂଖ୍ୟକ ପର୍ଯ୍ୟଟକ ପହଞ୍ଚିଛନ୍ତି। ପାଖାପାଖି ୧୦୦୦ କାର ଅଟକି ରହିଛି। ୧୬ରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି। ଫସି ରହିଥିବା ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ସେନା ଏବଂ ସାମରିକ ବାହିନୀ ନିୟୋଜିତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri