ଡୁରାଣ୍ଡ ଲାଇନରେ ପାକିସ୍ତାନ-ଆଫଗାନିସ୍ତାନ ମୁହାଁମୁହିଁ…

ଇସଲାମାବାଦ,କାବୁଲ,୧୪।୧୧ : ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ଲାଇନରେ ଗୁଳି ବିନିମୟରେ ଜଣଙ୍କର ମୃତ୍ୟୁ ଘଟିଛିି। ଯାହା ପରେ ଦୁଇ ଦେଶ ମଧ୍ୟରେ ଏକ ପ୍ରମୁଖ ସୀମା କ୍ରସିଂକୁ ବନ୍ଦ କରିବାକୁ ପଡିଛି। ପାକିସ୍ତାନ ଏବଂ ଆଫଗାନିସ୍ତାନର ଅଧିକାରୀମାନେ କହିଛନ୍ତି ଯେ ଗୁଳି ବିନିମୟ ଯୋଗୁ ପଦକ୍ଷେପ ଗ୍ରହଣ କରାଯାଇଛି। ପାକିସ୍ତାନର ଦକ୍ଷିଣ-ପଶ୍ଚିମ ବାଲୁଚିସ୍ତାନ ପ୍ରଦେଶର ଚମନ ସୀମା ହେଉଛି ଦେଶର ପାର୍ବତ୍ୟ ଉତ୍ତର-ପଶ୍ଚିମରେ ଟୋର୍କାମ ପରେ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସୀମା।

ଗୁଳି ବିନିମୟରେ ଜଣେ ପାକିସ୍ତାନୀ ସୈନିକଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତି। ପାକିସ୍ତାନର ଅଧିକାରୀମାନେ ଏ ବାବଦରେ ଏପର୍ଯ୍ୟନ୍ତ କୌଣସି ମନ୍ତବ୍ୟ ଦେଇନାହାଁନ୍ତି। ଆଫଗାନିସ୍ତାନର କାନ୍ଦାହାର ପ୍ରଦେଶର ରାଜ୍ୟପାଳଙ୍କ ମୁଖପାତ୍ର ଅତାଉଲ୍ଲା ଜୈଦି ଏହି ଘଟଣାକୁ ନିଶ୍ଚିତ କରି କହିଛନ୍ତି ଯେ ତାଙ୍କ ଅଞ୍ଚଳରେ କୌଣସି କ୍ଷୟକ୍ଷତି ହୋଇନାହିଁ।

କାନ୍ଦାହାରର ଜଣେ ସୁରକ୍ଷା ଅଧିକାରୀ କହିଛନ୍ତି ଯେ ଯେତେବେଳେ ତାଲିବାନ ସୈନିକମାନେ ପାକିସ୍ତାନୀ ସୈନିକମାନଙ୍କୁ ଆଫଗାନିସ୍ତାନ ସାଧାରଣ ନାଗରିକଙ୍କ ପ୍ରତି ଅତ୍ୟାଚାର ବନ୍ଦ କରିବାକୁ କହିଥିଲେ ସେତେବେଳେ ଏହି ସମସ୍ୟା ଆରମ୍ଭ ହୋଇଥିଲା। ଚମନରେ ସୀମା କ୍ରସିଂ କେବେ ଖୋଲିବ ବୋଲି ଅଧିକାରୀମାନେ ଏପର୍ଯ୍ୟନ୍ତ କହି ନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri