ବୁଡିଯିବ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ, ଇନ୍ଧନ ଅଭାବରୁ ବିମାନ ଉଡାଣ ବନ୍ଦ

ଇସଲାମବାଦ,୧୫।୯: ପାକିସ୍ତାନ ବର୍ତ୍ତମାନ ଅର୍ଥନୈତିକ ସଙ୍କଟ ସହ ରାଜନୈତିକ ଅଚଳାବସ୍ଥା ଦେଇ ଗତି କରୁଛି। ଦେଶରେ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ସହ ପନିପରିବା ଓ ପେଟ୍ରୋଲର ଦର ହୁ ହୁ ହୋଇ ବଢି ଚାଲିଛି। ସେହିପରି ଦେଶରେ କାମଚଳା ସରକାର ମଧ୍ୟ ଶାସନ କରୁଛନ୍ତି। ଦେଶ ଏପରି ଦରିଦ୍ର ସ୍ଥିତିର ସାମ୍ନା କରୁଛି ଯେ, ଦେଶରେ ମୁଦ୍ରାସ୍ପିତି ମଧ୍ୟ ଯଥେଷ୍ଟ ବୃଦ୍ଧି ପାଇଛି। ଏହି ସ୍ଥିତି ଏବେ ପାକିସ୍ତାନର ବୃହତ୍ତମ ବିମାନ ବନ୍ଦର ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସକୁ ମଧ୍ୟ ପ୍ରଭାବିତ କରିଛି। ସୂଚନାନୁସାରେ, ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ଏବେ ବୁଡିବା ସ୍ଥିତିରେ ପହଞ୍ଚିଛି।

ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ବର୍ତ୍ତମାନ ବହୁତ ଖରାପ ଆର୍ଥିକ ପରିସ୍ଥିତିର ସମ୍ମୁଖୀନ ହୋଇଛି। ସମ୍ପ୍ରତି ସୂଚନା ଅନୁଯାୟୀ, ବିମାନଗୁଡିକରେ ଇନ୍ଧନ ଭର୍ତ୍ତି ପାଇଁ ଟଙ୍କା ମଧ୍ୟ ନାହିଁ। ଏହି କାରଣରୁ ନିକଟରେ ସାଉଦି ଆରବର ଦମନ ବିମାନବନ୍ଦରରେ ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ଗୋଟିଏ ବିମାନକୁ ଅଟକ ରଖାଯାଇଥିଲା। ସେହିପରି ଆଉ ୪ଟି ବିମାନକୁ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଦୁବାଇ ବିମାନବନ୍ଦରରେ ଅଟକାଯାଇଥିଲା। ବିମାନଗୁଡ଼ିକ ଦ୍ୱାରା ଲିଖିତ ଆଶ୍ୱସନା ଦିଆଯିବା ପରେ ହିଁ ବିମାନଗୁଡ଼ିକୁ ଉଡାଣ ଭରିବାକୁ ଅନୁମତି ଦିଆଯାଇଥିଲା। ଉଭୟ ଦେଶ ପାକିସ୍ତାନର ବନ୍ଧୁ ରାଷ୍ଟ୍ର। ଏହା ସତ୍ତ୍ୱେ ବି ଅନ୍ୟ ଦେଶରେ ପାକିସ୍ତାନ ଅପମାନିତ ହୋଇଛି।

ଗୁରୁବାର ଇନ୍ଧନ ଅଭାବରୁ ଅନେକ ଘରୋଇ ଓ ଅନ୍ତର୍ଜାତୀୟ ବିମାନ ସେବାକୁ ବାତିଲ କରାଯାଇଥିଲା। ଏଗୁଡିକ କରାଚିରୁ ଉଡାଣ ଭରିଥା’ନ୍ତା। ଏହା ବ୍ୟତୀତ କର୍ମଚାରୀଙ୍କ ଦରମା ମଧ୍ୟ ବନ୍ଦ କରାଯାଉଛି। କେବଳ ଏତିକି ନୁହେଁ, ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସର ଅନେକ ଦେଶର ବିମାନବନ୍ଦର କର୍ତ୍ତୃପକ୍ଷଙ୍କୁ ବାକି ଥିବା ରାଶି ଦେଇନାହିଁ।
ଏପରି ପରିସ୍ଥିତିର ପାକିସ୍ତାନ ଇଣ୍ଟରନ୍ୟାସନାଲ ଏୟାରଲାଇନ୍ସ ପାକିସ୍ତାନର ଆର୍ଥିକ ସମନ୍ବୟ କମିଟିକୁ ୨୨୯୦କୋଟି ଟଙ୍କା ଆର୍ଥିକ ସହାୟତା ପାଇଁ ନିବେଦନ କରିଛି। କିନ୍ତୁ ସମନ୍ବୟ କମିଟି ଏହାକୁ ପ୍ରତ୍ୟାଖ୍ୟାନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଟ୍ରମ୍ପଙ୍କ ଅଲ୍ଟିମେଟମ୍‌: ଆଜି ରାତିରେ ଗୋଟିଏ ସଭ୍ୟତାର ବିନାଶ ନିଶ୍ଚିତ, ବିଶ୍ୱରେ ଚହଳ

ୱାଶିଂଟନ/ତେହେରାନ,୭।୪: ହର୍ମୁଜ ପ୍ରଣାଳୀ ଖୋଲିବାକୁ ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିସ୍ଫୋରକ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri