Posted inଜାତୀୟ

ମୋଦିଙ୍କ ଭାଷଣ ଶୁଣି ରାଗିକି ନିଆଁବାଣ ପାକିସ୍ତାନ: କହିଲା ଏମିତି କଥା…

ନୂଆଦିଲ୍ଲୀ,୧୫।୫: ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିରେ ପାକିସ୍ତାନ ଦୃଢ ଆପତ୍ତି ଉଠାଇଛି। ନିକଟରେ ମୋଦି କହିଥିଲେ, ଆମେ ପାକିସ୍ତାନକୁ ଚୁଡ଼ି ପିନ୍ଧାଇବୁ। ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ କହିଛି, ନିର୍ବାଚନ ରାଲିରେ ଭାରତୀୟ ରାଜନେତାମାନେ ପାକିସ୍ତାନକୁ ଟାଣିବାଠାରୁ ଦୂରେଇ ରହିବା ଉଚିତ। ନିର୍ବାଚନରେ ଲାଭ ପାଇବା ପାଇଁ ଜାତୀୟ ନେତାମାନେ ଜାତୀୟତାବାଦୀ ଭାବନାକୁ ଉତ୍ସାହିତ କରିବା ପାଇଁ କାର୍ଯ୍ୟ କରୁଛନ୍ତି। ଏଭଳି ପରିସ୍ଥିତିରେ ଭାରତର ଲୋକଙ୍କ ମଧ୍ୟରେ ପାକିସ୍ତାନ ବିରୋଧୀ ଭାବନା ସୃଷ୍ଟି ହେଉଛି। ଏହା ନିର୍ବାଚନ ରଣନୀତିର ଏକ ଅଂଶ କିନ୍ତୁ ଏହି ପଦ୍ଧତି ଦୁଇ ଦେଶ ମଧ୍ୟରେ ସମ୍ପର୍କ ପାଇଁ କ୍ଷତିକାରକ।
ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ କହିଛି, ଘରୋଇ ନିର୍ବାଚନରେ ଲାଭ ପାଇବା ପାଇଁ ଭାରତୀୟ ନେତାମାନେ ପାକିସ୍ତାନକୁ ଟାଣିବା ବନ୍ଦ କରିବା ଉଚିତ୍‌। ସମ୍ବେଦନଶୀଳ ଏବଂ ରଣନୈତିକ ପ୍ରସଙ୍ଗରେ ଆମେ ସତର୍କତା ପାଇଁ ନିବେଦନ କରୁଛୁ। ଆମେ ମଧ୍ୟ ଅନ୍ତର୍ଜାତୀୟ ନେତୃତ୍ୱକୁ ଏହି ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରୁଛୁ କାରଣ ଏହା ଆଞ୍ଚଳିକ ଶାନ୍ତି ଏବଂ ସ୍ଥିରତା ପାଇଁ ଏକ ଗୁରୁତର ବିପଦ।
ପାକିସ୍ତାନୀ ବୈଦେଶିକ ମନ୍ତ୍ରଣାଳୟ କହିଛି, ନିର୍ବାଚନ ପ୍ରଚାର ସମୟରେ ଭାରତୀୟ ନେତାଙ୍କ ବାରମ୍ବାର ପାକିସ୍ତାନ ବିରୋଧୀ ବିବୃତ୍ତି ଭାରତର ଉଗ୍ରବାଦୀ ମାନସିକତାକୁ ପ୍ରତିଫଳିତ କରୁଛି। ଏଭଳି ବାକ୍ୟ ଭାରତୀୟ ନେତାଙ୍କ ଅହଂକାରକୁ ପ୍ରତିଫଳିତ କରେ।
ନିକଟରେ କଶ୍ମୀରର ନେତା ଫାରୁକ ଅବଦୁଲ୍ଲା କହିଥିଲେ ଯେ, ପାକିସ୍ତାନରୁ ପିଓକେ ଫେରାଇବା ଏତେ ସହଜ ନୁହେଁ। ପାକିସ୍ତାନ ପରମାଣୁ ଦେଶ ଏବଂ ସେ ଚୁଡିପିନ୍ଧି ବସି ନାହାଁନ୍ତି। ବିହାରର ମୁଜାଫରପୁରରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ମୋଦି ବିବୃତ୍ତି ଦେଇ କହିଛନ୍ତି, ହଁ ସେମାନେ ଚୁଡି ପିନ୍ଧୁ ନାହାଁନ୍ତି ତେବେ ଆମେ ସେମାନଙ୍କୁ ପିନ୍ଧାଇଦେବା।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ୨୫ ଯାଏ ସ୍କୁଲ ଛୁଟି: ହିଟ୍‌ ଓ୍ବେଭ୍‌କୁ ନେଇ ଏହି ଜିଲାରେ…

ଭୁବନେଶ୍ୱର,୨୧।୪: ରାଜ୍ୟରେ ଜାରି ରହିଥିବା ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ହିଟ ୱେଭ (Heat Wave) କୁ ଦୃଷ୍ଟିରେ ରଖି ଯାଜପୁର ଜିଲାପାଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି…

ପ୍ରସ୍ତାବ ଦେବା ବାହାନାରେ ବର୍ବରତାର ସୀମା ପାର୍, ପ୍ରେମିକଙ୍କୁ ବାନ୍ଧି ନିଆଁ ଲଗାଇଦେଲେ ପ୍ରେମିକା

ବେଙ୍ଗାଲୁରୁ୨୧।୪: ପ୍ରେମ ସମ୍ପର୍କ ସହିତ ଜଡିତ ଏକ ପ୍ରକୃତ ଭୟଙ୍କର ଏବଂ ହୃଦୟ ବିଦାରକ ଘଟଣା ବେଙ୍ଗାଲୁରୁରୁ ସାମ୍ନାକୁ ଆସିଛି। ଏହି ଘଟଣାରେ ଜଣେ ଯୁବତୀ ପ୍ରେମକୁ…

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri