Posted inଖେଳ

ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ପାକିସ୍ତାନ

ଇସଲାମାବାଦ,୨୨।୯: ବିଶ୍ୱକପ୍‌ ୨୦୨୩ ପାଇଁ ପାକିସ୍ତାନ କ୍ରିକେଟ ବୋର୍ଡ ଶୁକ୍ରବାର ଦଳ ଘୋଷଣା କରିଛି। ବାବର ଆଜାମଙ୍କ ଅଧିନାୟିକତ୍ୱ ଦଳରେ ହସନ ଅଲିଙ୍କୁ ମଧ୍ୟ ସାମିଲ କରାଯାଇଛି। ଆହତ କାରଣରୁ ଦ୍ରୁତ ବୋଲର ନସିମ ଶାହାଙ୍କୁ ଟୁର୍ନାମେଣ୍ଟରୁ ବାଦ୍‌ ଦିଆଯାଇଛି। ଏସିଆ କପ୍‌ ୨୦୨୩ରେ ନାସିମ ଆହତ ହୋଇଥିଲେ। ଶାହିନ ଆଫ୍ରିଦି, ହାରିସ ରୌଫ ଏବଂ ସଲମାନ ଆଗା ଦଳର ସାମିଲ ହୋଇଛନ୍ତି। ଉପ-ଅଧିନାୟକ ଭାବେ ଶାଦବ ଖାନଙ୍କୁ ନିଯୁକ୍ତ କରାଯାଇଛି।

ନସିମ ଶାହା ପାକିସ୍ତାନର ଶ୍ରେଷ୍ଠ ବୋଲର ତାଲିକାରେ ସ୍ଥାନ ପାଇଛନ୍ତି। କିନ୍ତୁ ଆହତ କାରଣରୁ ସେ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ଦଳ ହସନ ଅଲିଙ୍କ ଉପରେ ଭରସା କରିଛି। ଜୁନ ୨୦୨୨ରୁ ହସନ ପାକିସ୍ତାନର ଦିନିକିଆ ଦଳରୁ ବାହାରେ ଥିଲେ। ୱେଷ୍ଟଇଣ୍ଡିଜ ବିପକ୍ଷରେ ସେ ତାଙ୍କର ଶେଷ ମ୍ୟାଚ ଖେଳିଥିଲେ। ସେ ଜଣେ ଅଭିଜ୍ଞ ବୋଲର। ଏହି ସମୟରେ ଦଳକୁ ତାଙ୍କର ବହୁତ ଆବଶ୍ୟକ ରହିଛି। ୬୦ଟି ଦିନିକିଆ ମ୍ୟାଚରେ ହସନ ୯୧ଟି ଉଇକେଟ୍‌ ନେଇଛନ୍ତି।

ବିଶ୍ୱକପ୍‌ ୨୦୨୩ ପାଇଁ ପାକିସ୍ତାନର ଦଳ: ବାବର ଆଜମ (ଅଧିନାୟକ), ଶାଦବ ଖାନ, ଫଖର ଜମାନ, ଇମାମ-ଉଲ-ହକ, ଅବଦୁଲ୍ଲା ଶଫିକ, ମହମ୍ମଦ ରିଜୱାନ, ସାଉଦ ଶକିଲ, ଇଫ୍‌ତିଖାର ଅହମ୍ମଦ, ସଲମାନ ଅଲି ଆଗା, ମହମ୍ମଦ ନୱାଜ, ଉସାମା ମିର, ହାରିସ ରୌଫ, ହସନ ଅଲି, ଶାହିନ ଆଫ୍ରିଦି, ମହମ୍ମଦ ୱସିମ।

 


Enter your email to get our daily news in your inbox.

All Right Reserved By Dharitri.Com

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?