ସଂଯମତା ରକ୍ଷା କର, ମାହୋଲ ବିଗିଡିବା ଭଳି ପଦକ୍ଷେପ ନ ନିଅ: ଆକ୍ରମଣ ପରେ ଇରାନକୁ ଅପିଲ କଲା ପାକିସ୍ତାନ

ଇସଲାମାବଦ,୧୮।୧: ଇରାନ ମଙ୍ଗଳବାର ପାକିସ୍ତାନ ଉପରେ ଆକ୍ରମଣ କରିଥିବାବେଳେ ପାକିସ୍ତାନ ଗୁରୁବାର ଇରାନ ଉପରେ ଆକ୍ରମଣ କରିଛି। ଇରାନ ଜୈଶ ଅଲ-ଅଦଲ ଗୋଷ୍ଠୀର ମୁଖ୍ୟାଳୟ ଉପରେ ଆକ୍ରମଣ କରିଥିଲା। ପାକିସ୍ତାନ ଏହାକୁ ଦେଶର ସୁରକ୍ଷା ବିରୋଧରେ ଆକ୍ରୋଶର ଜବାବରେ ଇରାନ ଦ୍ୱାରା ନିଆଯାଇଥିବା ଅନ୍ୟ ଏକ ନିର୍ଣ୍ଣାୟକ ପଦକ୍ଷେପ ବୋଲି କହିଥିଲା। ଇରାନ ଦ୍ୱାରା କ୍ଷେପଣାସ୍ତ୍ର ଏବଂ ଡ୍ରୋନ ଚଳାଇବାକୁ ନେଇ ପାକିସ୍ତାନ କ୍ରୋଧ ପ୍ରକାଶ କରିଥିଲା। ପାକିସ୍ତାନ ଗୁରୁବାର ଏହାର ପ୍ରତିଶୋଧ ନେଇଛି। ପାକିସ୍ତାନୀ ବାୟୁସେନା ଇରାନ ସୀମାରେ ପ୍ରବେଶ କରି ଆତଙ୍କବାଦୀ ଲୁଚି ରହିଥିବା ସ୍ଥାନ ଉପରେ ଏୟାରଷ୍ଟାଇକ କରିଛି। ଏହି ଆକ୍ରମଣ ପରେ ପାକିସ୍ତାନ ବର୍ତ୍ତମାନ ଇରାନକୁ ସଂଯମତା ରକ୍ଷା ପାଇଁ ନିବେଦନ କରିଛି। ପାକିସ୍ତାନ ଅପିଲ କରିଛି ଯେ ଇରାନ ଏପରି ପଦକ୍ଷେପ ଗ୍ରହଣ କରିବା ଉଚିତ୍‌ ନୁହେଁ, ଯେଉଁଥିରେ ମାହୋଲ ଆହୁରି ଖରାପ ହେବ।

ଇରାନର ସରକାରୀ ମିଡିଆ ଅନୁଯାୟୀ, ଇରାନର ଦକ୍ଷିଣପୂର୍ବ ସୀମା କ୍ଷେତ୍ର ଉପରେ ଗୁରୁବାର ପାକିସ୍ତାନର ମିଶାଇଲ ଆକ୍ରମଣରେ ପ୍ରାୟ ୩ ମହିଳା ଏବଂ ୪ ଜଣ ପିଲାଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ

ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍‌ ଆରମ୍ଭ ହୋଇଛି। ବ୍ରିଟେନ୍‌ର ଜଣେ ରୋଗୀ ଏହି ପରୀକ୍ଷାରେ...

ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ

ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର...

ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା

ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ...

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍‌!

ଜେରୁଜେଲମ୍‌,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍‌ ହାଉସ୍‌ କହିଛି।...

ବଢ଼ିବ ଝିଅମାନଙ୍କ ବିବାହ ବୟସ

ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍‌ କମ୍‌ ବୟସରେ...

ନାଭାଲ୍‌ନି ଗ୍ରୁପ୍‌ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ

ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍‌ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍‌ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍‌...

ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ

କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri