ପାକିସ୍ତାନର ଆତ୍ମଘାତୀ ବିସ୍ଫୋରଣରେ ରହିଛି ସେନାର ହାତ!

ଇସଲାମବାଦ,୩୦।୯: ପାକିସ୍ତାନରେ ଶୁକ୍ରବାର ଦୁଇଟି ଆତ୍ମଘାତୀ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଥିବା ବେଳେ ୬୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ପ୍ରଥମ ବିସ୍ଫୋରଣ ବେଲୁଚିସ୍ତାନ ପ୍ରଦେଶରେ ଥିବା ଏକ ମସଜିଦରେ ପ୍ରଫେଟ ମହମ୍ମଦଙ୍କ ଜନ୍ମଦିନ ପାଳନ ବେଳେ ଘଟିଥିଲା। ଏହାର କିଛି ଘଣ୍ଟା ପରେ ଖାଇବର ପଖତୁନଖାର ହଙ୍ଗୁ ସହରରେ ଥିବା ଏକ ମସଜିଦରେ ବିସ୍ଫୋରଣ ଘଟି ୪ ଜଣ ପ୍ରାଣ ହରାଇବା ସହ ୧୨ ଆହତ ହୋଇଛନ୍ତି।
ପାକିସ୍ତାନର ନିର୍ବାଚନ ଆୟୋଗ ଦେଶରେ ନିର୍ବାଚନ ତାରିଖ ଘୋଷଣା କରିବା ଦିନଠାରୁ ଆତଙ୍କବାଦୀ ସଂଗଠନଗୁଡ଼ିକ ସକ୍ରିୟ ହୋଇପଡିଛନ୍ତି। ଆତଙ୍କବାଦୀ ସଂଗଠନ ଏକ ବୟାନ ଜାରି କରି ନିର୍ବାଚନ ପାଇଁ କୌଣସି ରାଜନୈତିକ ପାର୍ଟି ସମାବେଶ କରନ୍ତୁ ନାହିଁ ବୋଲି ଚେତାବନୀ ଦେଇଛନ୍ତି। ନଚେତ ସେମାନେ ଆତଙ୍କବାଦୀଙ୍କ ଟାର୍ଗେଟରେ ରହିବେ। ଏଥିସହ କୌଣସି ପାକିସ୍ତାନୀ ଏହି ସମାବେଶରେ ଯୋଗ ଦେଲେ ସେମାନେ ମଧ୍ୟ ଆତଙ୍କବାଦୀଙ୍କ ଶିକାର ହେବେଙ୍‌ବାଲି ସଂଗଠନ ଚେତାବନୀ ଦେଇଛି।

ତେବେ ବର୍ତ୍ତମାନର ପାକିସ୍ତାନ ସରକାର ଦେଶରେ ନିର୍ବାଚନ କରିବାକୁ ଚାହୁଁ ନାହାନ୍ତି ବୋଲି ଚର୍ଚ୍ଚା ହେଉଛି। ଦେଶର ଆଭ୍ୟନ୍ତରୀଣ ସ୍ଥିତି ଏବଂ ଅର୍ଥନୈତିକ ଅଚଳାବସ୍ଥା ଯୋଗୁଁ ସରକାର ମଧ୍ୟ ନିର୍ବାଚନ କରାଇବା ସପକ୍ଷରେ ନାହାନ୍ତି।

ଏକ ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ନିର୍ବାଚନ ତାରିଖ ସ୍ଥଗିତ ରଖିବା ପାଇଁ ଆତଙ୍କବାଦୀ ସଂଗଠନ ସହ ମିଳିତ ଭାବେ ସେନା ଦ୍ୱାରା ଏହି ଷଡଯନ୍ତ୍ର କରାଯାଇଥିଲା। ଯେଉଁଥିରେ ଆତଙ୍କବାଦୀ ସଂଗଠନ ଏକାସାଙ୍ଗରେ ୨ଟି ସ୍ଥାନ ଉପରେ ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଅନେକ ନିରୀହ ପାକିସ୍ତାନୀ ନିହତ ହୋଇଛନ୍ତି। ଏପରି ପରିସ୍ଥିତିରେ ନିର୍ବାଚନ କରିବା ସମ୍ବ ହେବ ନାହିଁ। ଖୁବ ଶୀଘ୍ର ଦୁଇଟି ଆତଙ୍କବାଦୀ ସଂଗଠନ ଏହି ଆକ୍ରମଣ ପାଇଁ ନିଜକୁ ଦାୟୀ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?