ଭାରତର ମଧ୍ୟପ୍ରାଚ୍ୟ କରିଡରକୁ ନେଇ ଚିନ୍ତାରେ ପାକିସ୍ତାନ: ତୁର୍କୀ ପହଞ୍ଚିଲେ ପାକିସ୍ତାନ ସେନା ମୁଖ୍ୟ

ଆଙ୍କରା,୧୪।୯: ଭାରତ ଆମେରିକା, ସାଉଦି ଆରବ ଓ ୟୁଏଇ ସହଯୋଗରେ ମଧ୍ୟପ୍ରାଚ୍ୟ କରିଡର ବା ରେଳ ସଂଯୋଗ କରିବାକୁ ଯାଉଛି। ପାକିସ୍ତାନର ଏହା ଚିନ୍ତାର କାରଣ ସାଜିଛି । ତେବେ ଏହାରି ଭିତରେ ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ହଠାତ୍‌ ତୁର୍କୀରେ ପହଞ୍ଚିଛନ୍ତି। ତୁର୍କୀରେ ପହଞ୍ଚି ସେ ରାଷ୍ଟ୍ରପତି ଏରଦୋଗାନ ଓ ତିନି ସେନାର ମୁଖ୍ୟଙ୍କୁ ଭେଟିଛନ୍ତି। ସୂଚନାଯୋଗ୍ୟ, ଏରଦୋଗାନ ଭାରତର ମଧ୍ୟପ୍ରାଚ୍ୟ କରିଡରକୁ ଆପତ୍ତି ଜଣାଇଛନ୍ତି ଏବଂ ତୁର୍କୀ ବିନା ଏହି କରିଡର ସମ୍ଭବ ନୁହେଁ ବୋଲି କହିଛନ୍ତି।

ପାକିସ୍ତାନୀ ଗଣମାଧ୍ୟମ ଅନୁଯାୟୀ ଜେନେରାଲ ମୁନିର ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା ରକ୍ଷା କରିଥିବାରୁ ତୁର୍କୀ ସେନାକୁ ପ୍ରଶଂସା କରିଛନ୍ତି। ପାକିସ୍ତାନୀ ସେନା ମୁଖ୍ୟ ତୁର୍କୀ ସହ ପାକିସ୍ତାନର ସମ୍ପର୍କକୁ ଆହୁରି ଦୃଢ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ସାକ୍ଷାତକାରରେ ମୁନିର ତୁର୍କୀ ରାଷ୍ଟ୍ରପତି, ବୈଦେଶିକ ମନ୍ତ୍ରୀ ଏବଂ ପ୍ରତିରକ୍ଷା ମନ୍ତ୍ରୀଙ୍କୁ ମଧ୍ୟ ଭେଟିଛନ୍ତି। ପାକିସ୍ତାନୀ ସେନା ମୁଖ୍ୟ ପ୍ରତିରକ୍ଷା ସହଭାଗୀତା ଏବଂ ତାଲିମ ସହଯୋଗ ଉପରେ ମଧ୍ୟ ଗୁରୁତ୍ୱାରୋପ କରିଛନ୍ତି। ପାକିସ୍ତାନ ତୁର୍କୀରୁ ଟିବ-୨ ଡ୍ରୋନ କିଣୁଛି ଯାହା ୟୁକ୍ରେନ ଏବଂ ବୈଜାନରେ ଧ୍ୱଂସଲୀଳା କରିଛି। କେବଳ ଏତିକି ନୁହେଁ, ତୁର୍କୀ ପାକିସ୍ତାନ ଏବଂ ବୈଜାନର ସହଯୋଗରେ ପଞ୍ଚମ ପିଢିର ଯୁଦ୍ଧ ବିମାନ ବିକଶିତ କରିବାକୁ ଚାହୁଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଜରୁରୀ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର, ବଡ଼ ଦୁର୍ଘଟଣାରୁ….

କୋଲକାତା,୧୧।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନେଇ ଯାଉଥିବା ଏକ ହେଲିକପ୍ଟର ପୂର୍ବ ମେଦିନୀପୁରର କୋଲାଘାଟରେ ଜରୁରୀ ଅବତରଣ କରୁଛି । ସେ ଖୁଦିରାମ ବୋଷଙ୍କ ଶ୍ରାଦ୍ଧ…

କିଏ ସେହି ଯୁବତୀ, ଯାହାଙ୍କ ପ୍ରେମରେ ଉବୁଟୁବୁ ଗୋବିନ୍ଦା

ଅଭିନେତା ଗୋବିନ୍ଦା ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ସୁନିତା ଆହୁଜା ତାଙ୍କ ନାଁରେ ଅନୈତିକ ସମ୍ପର୍କ ରଖିଥିବାର ଅଭିଯୋଗ ଆଣିଛନ୍ତି। ନିକଟରେ ଗୋବିନ୍ଦା…

ଭାଜପାକୁ କଟାକ୍ଷ କଲେ ପ୍ରିୟଙ୍କା କହିଲେ, ‘ପ୍ରଥମ ଥର ପାଇଁ ଶାସକ ଦଳକୁ ସଂସଦରେ ପ୍ରତିବାଦ କରୁଥିବାର ଦେଖିଲି’

ନୂଆଦିଲ୍ଲୀ,୧୧।୮: ମଙ୍ଗଳବାର ସଂସଦର ମୌସୁମୀ ଅଧିବେଶନର ୧୭ତମ ଦିନ, ଯାହାକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ଅଧିବେଶନ ଆରମ୍ଭ ହେବା ପୂର୍ବରୁ, NDA ସମର୍ଥକମାନେ ଏକ ଶୋଭାଯାତ୍ରା…

ଧୋକା ଦେଇଛନ୍ତି ରାହୁଲ ଗାନ୍ଧୀ: କାହିଁକି ଏମିତି କହିଲେ କଙ୍ଗନା ରାଣାଓ୍ବତ

ନୂଆଦିଲ୍ଲୀ,୧୧।୮: ସଂସଦର ମକର ଦ୍ୱାରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ବିତର୍କ ଏଡାଇବା ଅଭିଯୋଗରେ ଏନଡିଏ ଏମ୍‌ପିମାନେ ମଙ୍ଗଳବାର ପ୍ରତିବାଦ ପ୍ରଦର୍ଶନ କରିଥିଲେ। ପ୍ଲାକାର୍ଡ ଧରି…

ଲଞ୍ଚ୍‌ର ୮୫ ସେକେଣ୍ଡ ପରେ ଜୋରଦାର ବିସ୍ଫୋରଣ: ନିଆଁ ପିଣ୍ଡୁଳା ପାଲଟିଲା ବାହୁବଳୀ ରକେଟ୍

ବେଜିଂ,୧୧।୮: ଆକାଶରେ ଉଡ଼ାଣ ଭରିବାର କିଛି ସମୟ ପରେ ଚାଇନାର ଏକ ରକେଟ୍ ଅଗ୍ନି ପୁଣ୍ଡୁଳାରେ ପରିଣତ ହୋଇଛି । ଗତ ସୋମବାର (ଅଗଷ୍ଟ ୧୦) ଦିନ…

AI ଉପରେ କାର୍ଯ୍ୟାନୁଷ୍ଠାନ ପରେ ଭର୍ଚୁଆଲ ପ୍ରେମିକଙ୍କୁ ହରାଇ ଭାଙ୍ଗି ପଡ଼ିଲେଣି ଚାଇନାର ଅନେକ ଯୁବତୀ!

ବେଜିଂ,୧୧।୮: ଚାଇନା ସରକାର AI ବ୍ୟବହାର ସମ୍ପର୍କରେ କଠୋର ନିୟମ ଲାଗୁ କରିଛନ୍ତି, ଯାହା ଫଳରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକ ଏହି ନିୟମ ପାଳନ କରିବା ପାଇଁ ସେମାନଙ୍କର…

ରାଜଧାନୀରେ ହାଇଆଲର୍ଟ: ୧୯ ଆତଙ୍କବାଦୀଙ୍କ ପୋଷ୍ଟର

ନୂଆଦିଲ୍ଲୀ,୧୧।୮: ସ୍ବାଧୀନତା ଦିବସ ପୂର୍ବରୁ ଆତଙ୍କବାଦୀ ବିପଦକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ସାରା ରାଜଧାନୀରେ ହାଇଆଲର୍ଟ ଜାରି କରିଛି। ସ୍ପେଶାଲ ସେଲ, କ୍ରାଇମ ବ୍ରାଞ୍ଚ, ରେଳବାଇ…

ବିଦ୍ୟୁତ ଆଘାତ, ଯୌନ ନିର୍ଯାତନା… ରୁଷିଆ ଜେଲରେ ୟୁକ୍ରେନୀୟ କଏଦୀମାନଙ୍କୁ କିପରି ନିର୍ଯାତନା ଦିଆଯାଏ? ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୧୧।୮: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଦୀର୍ଘ ସମୟ ଧରି ଚାଲିଛି। ଦୁଇ ରାଷ୍ଟ୍ର ମଧ୍ୟରେ ଶାନ୍ତି ସ୍ଥାପନ ପାଇଁ ଅନେକ ପ୍ରୟାସ ବିଫଳ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri