Posted inଜାତୀୟ

ସ୍ବାଧୀନତା ଦିବସରେ ଭାରତରେ ଅଶାନ୍ତି ସୃଷ୍ଟି ଲାଗି ଆତଙ୍କବାଦୀ ଟିମ୍‌କୁ ସକ୍ରିୟ କରିଛନ୍ତି ପାକିସ୍ତାନୀ ସୈନ୍ୟବାହିନୀ-ଆଇଏସ୍‌ଆଇ…

ନୂଆଦିଲ୍ଲୀ, ୧୦।୮ : ଭାରତରେ ଅଶାନ୍ତି ସୃଷ୍ଟି କରିବାକୁ ପାକିସ୍ତାନର ଉଦ୍ୟମ ଅବ୍ୟାହତ ରହିଛି। ୭୫ ତମ ସ୍ବାଧୀନତା ଦିବସ ପାଳନ ପାଇଁ ସାରା ଦେଶରେ ଅମୃତ ମହୋତ୍ସବ ଅଭିଯାନ ଚାଲିଛି। ଏଭଳି ସମୟରେ ପାକିସ୍ତାନ ପକ୍ଷରୁ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରାଯାଉଛି। ଆତଙ୍କବାଦୀମାନେ ଦେଶରେ କିଛି ବଡ଼ ଧରଣର ଆକ୍ରମଣ ଲାଗି ଷଡଯନ୍ତ୍ର କରିବାକୁ ଚେଷ୍ଟା କରୁଛନ୍ତି। କିନ୍ତୁ ଆତଙ୍କବାଦୀଙ୍କ ମୁକାବିଲା ପାଇଁ ଭାରତୀୟ ସେନା ମଧ୍ୟ ସଜାଗ ରହିଛି।

ସ୍ବାଧୀନତାର ୭୫ତମ ବର୍ଷ ପାଳନ ଅବସରରେ ଆତଙ୍କବାଦୀ ଆକ୍ରମଣ କରିବା ପାଇଁ ଆଇଏସଆଇ ଏବଂ ପାକ ସୈନ୍ୟବାହିନୀ ପାକିସ୍ତାନ ଅଧିକୃତ କଶ୍ମୀରରେ ଆତଙ୍କବାଦୀଙ୍କ ଏକ ବଡ଼ ଦଳକୁ ସକ୍ରିୟ କରିଛି। ଲଶ୍କର ଏବଂ ଜୈଶ୍‌ର ୧୦୦ରୁ ଅଧିକ ଆତଙ୍କବାଦୀ ଅନୁପ୍ରବେଶ ସୁଯୋଗକୁ ଅପେକ୍ଷା କରି ବସିଛନ୍ତି। ସୂଚନାନୁସାରେ, ଏହି ଆତଙ୍କବାଦୀଙ୍କ ପାଖରେ ଡ୍ରୋନ ମଧ୍ୟ ଅଛି, ଯାହାକୁ ସେମାନେ ସୀମା ପାର କରି ବ୍ୟବହାର କରିପାରିବେ।

ଆତଙ୍କବାଦୀ ଡ୍ରୋନର ମୁକାବିଲା ପାଇଁ ଭାରତରେ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ମଧ୍ୟ ସତର୍କ କରାଯାଇଛି। ଜମ୍ମୁ-କଶ୍ମୀରରେ ଆତଙ୍କବାଦୀମାନେ ବର୍ତ୍ତମାନ ବାହାର ରାଜ୍ୟରୁ ଆସିଥିବା ଲୋକଙ୍କୁ ଏବଂ ଶ୍ରମିକମାନଙ୍କୁ ଟାର୍ଗେଟ କରୁଛନ୍ତି। ଏନେଇ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri