ପାକ୍‌ ସେନା ଆତ୍ମସମର୍ପଣ ପ୍ରତିମୂର୍ତ୍ତି ଭାଙ୍ଗିଦେଲେ

ଢାକା,୧୩ା୮: ବାଂଲାଦେଶ ସ୍ବାଧୀନତାର ସ୍ମାରକ ଭାବେ ପରିଚିତ ୧୯୭୧ ଯୁଦ୍ଧ ପରବର୍ତ୍ତୀ ପାକିସ୍ତାନୀ ସେନା ଆତ୍ମସମର୍ପଣ କରୁଥିବାର ପ୍ରତିମୂର୍ତ୍ତିକୁ ଭାଙ୍ଗିଦିଆଯାଇଛି। ଭାରତ ବିରୋଧୀ ଆନ୍ଦୋଳନକାରୀମାନେ ଉକ୍ତ ପ୍ରତିମୂର୍ତ୍ତିକୁ ଭାଙ୍ଗିଥିବା କଂଗ୍ରେସ ନେତା ଶଶୀ ଥରୁର କହିବା ସହ ଭଙ୍ଗା ପ୍ରତିମୂର୍ତ୍ତିର ଫଟୋ ଶେୟାର କରିଛନ୍ତି। ମୁଜିବନଗରସ୍ଥିତ ୧୯୭୧ ଶହୀଦ ସ୍ମାରକୀ କମ୍ପ୍ଲେକ୍ସରେ ଉକ୍ତ ପ୍ରତିମୂର୍ତ୍ତି ରହିଥିଲା।
୧୯୭୧ର ଯୁଦ୍ଧରେ କେବଳ ବାଂଲାଦେଶ ସ୍ବାଧୀନ ହୋଇ ନ ଥିଲା, ପାକିସ୍ତାନକୁ ପରାଜୟର ଝଟ୍‌କା ଲାଗିଥିଲା। ତତ୍କାଳୀନ ପାକ୍‌ ସେନାର ମେଜର ଜେନେରାଲ ଅମିର ଅବଦୁଲ୍ଲା ଖାନ୍‌ ନିଆଜି ଭାରତୀୟ ସେନା ଏବଂ ବାଂଲାଦେଶର ମୁକ୍ତିବାହିନୀ ନିକଟରେ ଆତ୍ମସମର୍ପଣ ପତ୍ରରେ ସ୍ବାକ୍ଷର କରୁଥିବା ପ୍ରତିମୂର୍ତ୍ତିରେ ଦେଖିବାକୁ ମିଳେ। ମେଜର ଜେନେରାଲ ନିଆଜି ଭାରତର ଇଷ୍ଟର୍ଣ୍ଣ କମାଣ୍ଡର ତତ୍କାଳୀନ କମାଣ୍ଡିଂ ମୁଖ୍ୟ ଲ୍ୟୁଟ୍‌ନାଣ୍ଟ ଜେନେରାଲ ଜଗଜିତ ସିଂ ଔରୋରାଙ୍କ ଆଗରେ ଆତ୍ମସମର୍ପଣ କରିଥିଲେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ଏହା ସର୍ବବୃହତ୍‌ ସାମରିକ ଆତ୍ମସମର୍ପଣ। ବାଂଲାଦେଶରେ ଆନ୍ଦୋଳନ ଯୋଗୁ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ୍‌ ଗତ ୫ ତାରିଖରେ ଇସ୍ତଫା ଦେଇ ଦେଶ ଛାଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍‌ ଡରିଗଲେ …

ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ନେଇ ସଚେତନ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗ୍ରାମ ନୋଡାଲ ହାଇସ୍କୁଲ ପରିସରରେ ବନ୍ୟପ୍ରାଣୀ ସପ୍ତାହ ସମ୍ପର୍କିତ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି।…

କୋହଲିଙ୍କୁ କ୍ଷତି, ମାଲାମାଲ ହେଲେ ଗିଲ୍‌: ଆଗକୁ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୭।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦିନିକିଆ ସିରିଜ ଶେଷ ହେବା ପରେ ଆଇସିସି ପକ୍ଷରୁ ନୂଆ ଦିନିକିଆ ରାଙ୍କିଙ୍ଗ ଜାରି କରାଯାଇଛି। ଏହି ରାଙ୍କିଙ୍ଗରେ ଭାରତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?