ଭାରତର ୨୬ସହର ଉପରେ ଆଟାକ୍‌ କଲା ପାକିସ୍ତାନ, ସେନାର ମୁହଁତୋଡ ଜବାବ

ନୂଆଦିଲ୍ଲୀ,୧୦।୫: ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ସୀମା ଏବଂ ନିୟନ୍ତ୍ରଣ ରେଖା (LoC) ନିକଟରେ ହଠାତ ବହୁ ସଂଖ୍ୟକ ଡ୍ରୋନ ଦେଖାଯାଇଛି। ପାକିସ୍ତାନ ଡ୍ରୋନ ମାଧ୍ୟମରେ ଲଗାତାର ଭାରତର ବାୟୁସୀମା ଉଲ୍ଲଂଘନ କରୁଛି। ଭାରତ-ପାକିସ୍ତାନ ସୀମାରେ ବାରାମୁଲ୍ଲାରୁ ଭୁଜ ପର୍ଯ୍ୟନ୍ତ ୨୬ରୁ ଅଧିକ ସ୍ଥାନରେ ସନ୍ଦେହଜନକ ଡ୍ରୋନ ଦେଖାଯାଇଛି। ଏହି ଡ୍ରୋନଗୁଡ଼ିକ ମଧ୍ୟରୁ ଅନେକ ଅସ୍ତ୍ରଶସ୍ତ୍ର ଥିବା ସନ୍ଦେହ କରାଯାଉଛି, ଯାହା ସାମରିକ ଏବଂ ବେସାମରିକ ଲକ୍ଷ୍ୟସ୍ଥଳ ପାଇଁ ଗମ୍ଭୀର ବିପଦ ସୃଷ୍ଟି କରିପାରେ।

ସୂଚନାନୁସାରେ, ଯେଉଁଠାରେ ଡ୍ରୋନ ଦେଖାଯାଇଛି ସେହି ଅଞ୍ଚଳରେ ବାରାମୁଲ୍ଲା, ଶ୍ରୀନଗର, ଅବାଣ୍ଟିପୋରା, ନାଗ୍ରୋଟା, ଜମ୍ମୁ, ଫେରୋଜେପୁର, ପଠାନକୋଟ, ଫାଜିଲ୍କା, ଲାଲଗଡ ଜାଟା, ଜୈସଲମେର, ବାରମର୍‌, ଭୁଜ, କୁଆରବେଟ ଏବଂ ଲାଖୀ ନାଲା ରହିଛି। ପଞ୍ଜାବର ଫିରୋଜପୁରରେ ସବୁଠାରୁ ଚିନ୍ତାଜନକ ଘଟଣା ସାମ୍ନାକୁ ଆସିଛି। ପାକିସ୍ତାନ ଏକ ଡ୍ରୋନ ସାହାଯ୍ୟରେ ଫିରୋଜପୁରର ଏକ ଆବାସିକ ଅଞ୍ଚଳରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା ଯାହାକୁ ସେନା ଗୁଳି କରି ଖସାଇ ଦେଇଥିଲା। ଭାରତ ପକ୍ଷରୁ ସୀମାରେ ସମସ୍ତ ପ୍ରତିରକ୍ଷା ପ୍ରଣାଳୀକୁ ସକ୍ରିୟ କରାଯାଇଛି।

ଫିରୋଜପୁରର ଆବାସିକ ଅଞ୍ଚଳ ମଧ୍ୟରୁ ଗୋଟିଏ ଖୋଇ ଗାଁ ଉପରେ ପାକିସ୍ତାନ ଏକ ଡ୍ରୋନ ସାହାଯ୍ୟରେ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲା। ରାତି ପ୍ରାୟ ୯ଟାରେ, ପାକିସ୍ତାନରୁ ଏକ ଡ୍ରୋନ ଦ୍ୱାରା ଏକ ସାଧାରଣ ଅଞ୍ଚଳକୁ ଟାର୍ଗେଟ କରାଯାଇଥିଲା। ଯେଉଁଠାରେ ସେନା ଦ୍ୱାରା ଡ୍ରୋନଟିକୁ ଗୁଳି କରି ଖସାଇ ଦିଆଯାଇଛି। ସେହି ସମୟରେ, ଏକ ଜଳନ୍ତା ଡ୍ରୋନ ପଡ଼ିଯିବାରୁ ଏକ ସ୍ଥାନୀୟ ପରିବାରର ସଦସ୍ୟ ଗୁରୁତର ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?